Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ଭାରତ୍‌ ଡାଲ୍‌’ ବ୍ରାଣ୍ଡ ନାମରେ ସବସିଡିଯୁକ୍ତ ଚଣା ଡାଲି ବିକ୍ରିର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ
ବିଶେଷ ଖବର

‘ଭାରତ୍‌ ଡାଲ୍‌’ ବ୍ରାଣ୍ଡ ନାମରେ ସବସିଡିଯୁକ୍ତ ଚଣା ଡାଲି ବିକ୍ରିର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

July 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ
ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ'ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

ନୂଆଦିଲ୍ଲୀ: କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ବୟନ, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ‘ଭାରତ ଡାଲ୍‌’ ବ୍ରାଣ୍ଡ ନାମରେ ସବସିଡିଯୁକ୍ତ ଚଣା ବା ବୁଟ ଡାଲି ବିକ୍ରିର ଶୁଭାରମ୍ଭ କରିଛନ୍ତି। କିଲୋପ୍ରତି ୬୦ ଟଙ୍କା ଦରରେ ଗୋଟିଏ କିଲୋଗ୍ରାମ ପ୍ୟାକେଟ୍‌ ବିକ୍ରି କରାଯିବ ଏବଂ କିଲୋପ୍ରତି ୫୫ ଟଙ୍କା ଦରରେ ୩୦ କିଲୋଗ୍ରାମ ପ୍ୟାକେଟ୍‌ ବିକ୍ରି କରାଯିବ।

ଦିଲ୍ଲୀ-ଏନସିଆରରେ ଜାତୀୟ କୃଷି ସମବାୟ ବିପଣନ ମହାସଂଘର (ନାଫେଡ)ର ଖୁଚୁରା ଆଉଟଲେଟ୍‌ ଚଣା ଡାଲିକୁ ବିକ୍ରି କରୁଛନ୍ତି। ‘ଭାରତ ଡାଲ୍‌’ର ଶୁଭାରମ୍ଭ ସହିତ ସରକାର ନିଜର ଚଣା ଷ୍ଟକରୁ ଡାଲି ଆଣି ଉପଭୋକ୍ତାଙ୍କୁ ଶସ୍ତା ଦରରେ ଯୋଗାଇ ଦେବା ଲାଗି ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି।

ନାଫେଡ୍‌ ଦ୍ୱାରା ଚଣା ଡାଲିର ମିଲିଂ ଓ ପ୍ୟାକେଜିଂ ଦିଲ୍ଲୀ ଏନସିଆରରେ ନିଜ ଖୁଚୁରା ଦେକାନ ଏବଂ ଏନସିସିଏଫ, କେନ୍ଦ୍ରୀୟ ଭଣ୍ଡାର ତଥା ସଫଳ ଆଉଟଲେଟ୍‌ ମାଧ୍ୟମରେ ବିତରଣ କରାଯାଇଥାଏ। ଏହି ବ୍ୟବସ୍ଥା ଅଧୀନରେ, ରାଜ୍ୟ ସରକାରମାନଙ୍କୁ ଚଣା ଡାଲି ମଧ୍ୟ ଯୋଗାଇ ଦିଆଯାଇଛି। ଯାହାକୁ ସେମାନେ ନିଜର କଲ୍ୟାଣକାରୀ ଯୋଜନା, ପୁଲିସ, ଜେଲ ଏବଂ ଉପଭୋକ୍ତା ସମବାୟ ଦୋକାନଗୁଡ଼ିକୁ ବିତରଣ କରିପାରିବେ।

ଚଣା ଡାଲି ଭାରତରେ ସବୁଠୁ ଅଧିକ ମାତ୍ରାରେ ଉତ୍ପାଦିତ ହୋଇଥାଏ। ସାରା ଭାରତରେ ଅନେକ ରୂପରେ ଏହାର ଉପଯୋଗ କରାଯାଇଥାଏ। ସାଲାଡ୍‌ ପ୍ରସ୍ତୁତ କରିବା ଲାଗି ଗୋଟା ଚଣାକୁ ଭିଜାଇ ସିଝା ଯାଏ। ଭଜା ହୋଇଥିବା ଚଣାକୁ ଜଳଖିଆ ରୂପରେ ପରଷି ଦିଆଯାଏ। ଛଣା ହୋଇଥିବା ଚଣା ଡାଲିକୁ ହରଡ଼ ଡାଲି, ତରକାରୀ ଏବଂ ସୁପ୍‌ର ବିକଳ୍ପ ରୂପରେ ଉପଯୋଗ କରାଯାଏ। ଚଣା ବେସନ ଛଣା ଖାଦ୍ୟ ସାମଗ୍ରୀ ଏବଂ ମିଠେଇ ପାଇଁ ଏକ ପ୍ରମୁଖ ଉପଦାନ ରୂପରେ ବ୍ୟବହୃତ ହୁଏ। ଚଣାର ଅନେକ ପୁଷ୍ଟିକର ଗୁଣ ରହିଛି । ଏଥିରେ ଫାଇବର, ଆଇରନ୍‌, ପଟାସିୟମ, ଭିଟାମିନ୍‌ ବି, ସେଲେନିୟମ, ଭିଟା କ୍ୟାରୋଟିନ ଏବଂ କୋଲିନ୍‌ ପରିପୂର୍ଣ୍ଣ ହୋଇ ରହିଛି। ମଣିଷ ଶରୀରରେ ଏନିମିୟା, ରକ୍ତ ସର୍କରା, ହାଡ଼ ସ୍ୱାସ୍ଥ୍ୟ ଏବଂ ମାନସିକ ସ୍ୱାସ୍ଥ୍ୟକୁ ନିୟନ୍ତ୍ରିତ କରିବା ଲାଗି ଏହା ଏକ ଉପଯୋଗୀ ଖାଦ୍ୟ ଦ୍ରବ୍ୟ।

ଚଣା ଡାଲି ପୀୟୂଷ ଗୋୟଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.