Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍କୁଲରେ ଆରମ୍ଭ ହେଲା ‘ହାଉସ ସିଷ୍ଟମ’, ଭିନ୍ନ ୟୁନିଫର୍ମ ପିନ୍ଧି ଚମକିଲେ ଛାତ୍ରଛାତ୍ରୀ
ବିଶେଷ ଖବର

ସ୍କୁଲରେ ଆରମ୍ଭ ହେଲା ‘ହାଉସ ସିଷ୍ଟମ’, ଭିନ୍ନ ୟୁନିଫର୍ମ ପିନ୍ଧି ଚମକିଲେ ଛାତ୍ରଛାତ୍ରୀ

July 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
school2
ବିଦ୍ୟାଳୟରେ ଆରମ୍ଭ ହେଲା ‘ହାଉସ ସିଷ୍ଟମ’, ଭିନ୍ନ ୟୁନିଫର୍ମ ପିନ୍ଧି ଚମକିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଟି-ସାର୍ଟ ଓ ଘନନୀଳ ଟ୍ରାକ୍‌ ପ୍ୟାଣ୍ଟ୍‌ର ୟୁନିଫର୍ମ ପିନ୍ଧି ପିଲାମାନେ ବେଶ୍‌ ଉତ୍ସାହିତ। ହାଇସ୍କୁଲ ରୂପାନ୍ତରଣ ସହ ଲାଲ୍‌, ହଳଦିଆ, ସବୁଜ ଓ ନୀଳ ୟୁନିଫର୍ମରେ ଛାତ୍ରଛାତ୍ରୀମାନେ ନୂଆ ରୂପରେ ସଜେଇ ହୋଇଛନ୍ତି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟରେ ‘ହାଉସ ସିଷ୍ଟମ’ ଅନୁସାରେ ଏହି ରଙ୍ଗିନ ପୋଷାକ ବ୍ୟବସ୍ଥା କରାଯାଇଛି।

ପିଲାମାନଙ୍କୁ ଶାରୀରିକ ଓ ମାନସିକ ଭାବରେ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ନୂତନ ପ୍ରୟାସ ‘ହାଉସ ସିଷ୍ଟମ’ ଆରମ୍ଭ କରିଛି। ‘ହାଉସ ସିଷ୍ଟମ’ ଅନୁସାରେ, ପ୍ରତି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଦଳଗତ କାର୍ଯ୍ୟ କରିବାକୁ ମଧ୍ୟ ଉତ୍ସାହିତ କରାଯାଉଛି।

ଅନ୍ତର୍ନିହିତ ଗୁଣର ବିକାଶ, ସମସ୍ୟାର ସମାଧାନ କରିବା, ପାରସ୍ପରିକ ସମ୍ପର୍କ, ସୃଜନଶୀଳ ଚିନ୍ତାଧାରା, ସହାନୁଭୂତି ମନୋଭାବ, ଦଳଗତ କାର୍ଯ୍ୟ, ସହଯୋଗ ମନୋବୃତ୍ତି, ନିଷ୍ପତି ନେବାର କ୍ଷମତା, ସମାଲୋଚନାତ୍ମକ ଚିନ୍ତାଧାରା, କର୍ତ୍ତବ୍ୟପରାୟଣତା, ଆତ୍ମସଚେତନତା, ଆତ୍ମବିଶ୍ୱାସ ବୃଦ୍ଧି, ବିଫଳତାରୁ ଶିକ୍ଷାଲାଭ କରିବାର କ୍ଷମତା- ଆଦି ବିଭିନ୍ନ ମୌଳିକ ଗୁଣକୁ ବିକାଶ କରିବାରେ ‘ହାଉସ ସିଷ୍ଟମ’ ସହାୟକ ହେବ।

‘ହାଉସ ସିଷ୍ଟମ’ ଉଭୟ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଲାଗୁ ହୋଇଛି। ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡିକରେ ୪ଟି ହାଉସ ଗଠନ କରାଯାଉଛି। ପ୍ରତି ଶ୍ରେଣୀର ଛାତ୍ରଛାତ୍ରୀ, ପ୍ରତିଭା ଏବଂ ଲିଙ୍ଗଗତ ସାମସ୍ୟକୁ ଦୃଷ୍ଟିରେ ରଖି ସମାନୁପାତରେ ୪ଟି ଦଳ ଗଠନ କରାଯାଉଛି।

୧୦୦ରୁ କମ୍‌ ଥିବା ବିଦ୍ୟାଳୟରେ ଦୁଇଟି ହାଉସ ବା ଦଳ ଗଠନ କରାଯାଉଛି। ପ୍ରତି ହାଉସକୁ ବିଦ୍ୟାଳୟ ପକ୍ଷରୁ ନାମକରଣ କରାଯାଉଛି। ପ୍ରାକୃତିକ ସମ୍ପଦ- ନଦୀ, ପର୍ବତ, ଗଛ, ପକ୍ଷୀ, ଫୁଲଗୁଡିକର ନାମକୁ ବ୍ୟବହାର କରାଯାଉଛି। ପାଠପଢ଼ା, ନେତୃତ୍ୱ ନେବାର କଳା, ବିଭିନ୍ନ କାର୍ଯ୍ୟକଳାପରେ ଦକ୍ଷ ଥିବା ଜଣେ ଛାତ୍ରଙ୍କୁ ପ୍ରଧାନ ଶିକ୍ଷକ ହାଉସର ଅଧିନାୟକ(କ୍ୟାପଟେନ) ଭାବେ ମନୋନୀତ କରୁଛନ୍ତି। ଆଉ ଜଣେ ଉପଅଧିନାୟକ ଓ ଜଣେ ହାଉସ ପ୍ରତିନିଧି ଭାବେ ମଧ୍ୟ ମନୋନୀତ ହେଉଛନ୍ତି।

ପ୍ରତି ସପ୍ତାହରେ ଗୋଟିଏ ପିରିୟଡରେ ହାଉସର ବୈଠକ ଅନୁଷ୍ଠିତ ହେବାର ବ୍ୟବସ୍ଥା କରାଯାଇଛି। ବୈଠକରେ ବିଭିନ୍ନ କାର୍ଯ୍ୟର ଯୋଜନା, କ୍ରିୟାନ୍ୱୟନ ସମ୍ପର୍କରେ ଆଲୋଚନା କରାଯାଉଛି। ପ୍ରତି ହାଉସ ପାଇଁ ଜଣେ ଶିକ୍ଷକଙ୍କୁ ହାଉସ ମାଷ୍ଟର ଭାବେ ପ୍ରଧାନ ଶିକ୍ଷକ ନିୟୋଜିତ କରିଛନ୍ତି। ହାଉସ ମାଷ୍ଟରଙ୍କ ତତ୍ତ୍ୱାବଧାନରେ ଅଧିନାୟକ କାର୍ଯ୍ୟ କରୁଛନ୍ତି। ପ୍ରତି ବର୍ଷ ଭଲ କାମ କରିଥିବା ହାଉସକୁ ‘ହାଉସ ଅଫ୍‌ ଦ ଇୟର’ର ଭାବେ ପୁରସ୍କୃତ କରାଯିବ।

ପ୍ରତି ହାଉସ ପକ୍ଷରୁ ଜାତୀୟ ତଥା ଅନ୍ତର୍ଜାତୀୟ ଦିବସ ପାଳନ କରିବା, ଏହି ଅବସରରେ କୁଇଜ୍‌, ବକ୍ତୃତା, ଚିତ୍ରାଙ୍କନ, ପୋଷ୍ଟର ତିଆରି କରିବା, ବିଦ୍ୟାଳୟର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବୃକ୍ଷରୋପଣ, ପୁଷ୍ପବାଟିକା ଦାୟିତ୍ୱ ନେବା, ବିଦ୍ୟାଳୟର ସ୍ୱଚ୍ଛତା ପ୍ରତି ଦୃଷ୍ଟି ଦେବା, ପ୍ରାର୍ଥନା ସଭାରେ ସମାଚାର ଉପସ୍ଥାପନା କରିବା, ପର୍ବପର୍ବାଣିରେ ଲୋକନୃତ୍ୟ, ଲୋକକଳା, ନାଟକ ପରିବେଷଣ କରିବା, ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରିବା, ପ୍ରବନ୍ଧ ରଚନା, ପୁସ୍ତକ ସମୀକ୍ଷା ଆଦି ବିଭିନ୍ନ କାର୍ଯ୍ୟକଳାପ ମାଧ୍ୟମରେ ଶିକ୍ଷାଦାନ କରିବା ଦିଗରେ ‘ହାଉସ ସିଷ୍ଟମ’ କାର୍ଯ୍ୟ କରୁଛି ।

ଛାତ୍ରଛାତ୍ରୀ ସ୍କୁଲ ହାଉସ ସିଷ୍ଟମ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ବଦଳିବ ସହରାଞ୍ଚଳ ପାର୍କର ରୂପରେଖ: ସମୀକ୍ଷା କଲେ ମନ୍ତ୍ରୀ

January 31, 2026
Latest News

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରେ ୫ମ ଟି-୨୦: ରୋହିତ ଶର୍ମାଙ୍କ ଏହି ବଡ ରେକର୍ଡ ଭାଙ୍ଗିବେ ସୂର୍ଯ୍ୟକୁମାର ଯାଦବ!

January 31, 2026

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.