Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚତୁର୍ଥ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ: ୫-ଟି ସଚିବଙ୍କ ସହ ପ୍ରଧାନଶିକ୍ଷକ, ସରପଞ୍ଚମାନଙ୍କ ଆଲୋଚନା ଆରମ୍ଭ
ବିଶେଷ ଖବର

ଚତୁର୍ଥ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ: ୫-ଟି ସଚିବଙ୍କ ସହ ପ୍ରଧାନଶିକ୍ଷକ, ସରପଞ୍ଚମାନଙ୍କ ଆଲୋଚନା ଆରମ୍ଭ

July 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଳାସ ରୁମ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏ ପରିପେକ୍ଷୀରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଁଜଳି ଶେରଗଡରୁ ୨୦୨୧ ମସିହାରୁ ଆରମ୍ଭ ହୋଇଥିଲା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡାନ୍ତ ରୂପ ଦେବ। ରାଜ୍ୟର ସମସ୍ତ ୮୬୫୪ ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ।

୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।

ଚତୁର୍ଥ ପର୍ଯ୍ୟାୟ ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ ସ୍କୁଲ ରୂପାନ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣିଥରେ ଏକାଠି ହେବେ କି ଉଦ୍ଧବ – ସିନ୍ଦେ ! ସତାରଙ୍କ ମନ୍ତବ୍ୟ ପରେ ବଢିଲା ଚର୍ଚ୍ଚା

June 4, 2026

ରାମେଶ୍ୱରରୁ ପାରାଦୀପକୁ ଯୋଡ଼ିବ ଉପକୂଳ ରାଜପଥ: କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

June 3, 2026

ମମତା ବାନାର୍ଜୀଙ୍କ ଦଳରେ ବଡ଼ ବିଭାଜନ: ରିତବ୍ରତ ବାନାର୍ଜୀଙ୍କୁ ବିରୋଧୀ ଦଳ ନେତା ଭାବରେ ସ୍ୱୀକୃତି

June 3, 2026

ନ୍ୟୁଜିଲାଣ୍ଡ ଗସ୍ତରେ ତିନୋଟି ଫର୍ମାଟ୍ ଖେଳିବ ଟିମ୍ ଇଣ୍ଡିଆ: କାର୍ଯ୍ୟସୂଚୀ ଚୂଡ଼ାନ୍ତ କଲା BCCI 

June 3, 2026
Latest News

ଭାରତରେ ପ୍ରଥମ ଫ୍ଲେକ୍ସ-ଫୁଏଲ ବାଇକ୍ ର ଶୁଭାରମ୍ଭ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

June 4, 2026

ଆଜି OTT ପ୍ରିମିୟର ହେବ ‘ଧୁରନ୍ଧର-୨’: ଜାଣନ୍ତୁ କେଉଁ ସମୟରେ ଦେଖିପାରିବେ ଏହି ବଡ ଫିଲ୍ମ

June 4, 2026

ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

June 4, 2026

ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟା ମାମଲା: ପୂର୍ବତନ IICଙ୍କୁ NHRCର ଜେରା

June 4, 2026

କାଠଯୋଡିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.