Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ ଘୋଷଣାକୁ ନେଇ ବିଜେଡି ବିଜେପି ମୁହାଁମୁହିଁ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ ଘୋଷଣାକୁ ନେଇ ବିଜେଡି ବିଜେପି ମୁହାଁମୁହିଁ

July 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Kendupatta beneficiary got 41.17 crores from the Chief Minister's Welfare Fund
Kendupatta beneficiary got 41.17 crores from the Chief Minister's Welfare Fund

ଭୁବନେଶ୍ୱର : କେନ୍ଦୁ ପତ୍ର ଶ୍ରମିକଙ୍କୁ ବୋନସ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତେବେ ଏହି ଘୋଷଣା ପରେ ବିଜେପି ଏହାକୁ ସମାଲୋଚନା କରିବା ଆରମ୍ଭ କରିଛି। ବିଜେପି କହିଛି ଓଡିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୮ଲକ୍ଷ କେନ୍ଦୁପତ୍ର ତୋଳାଳୀ, ୪୦ହଜାର ବନ୍ଧେଇ ଶ୍ରମିକ ଓ ୨୨ହଜାର ସିଜିନାଲ କର୍ମଚାରୀ ମାନଙ୍କୁ ଓଡିଶାର ମୁଖ୍ୟମନ୍ତ୍ରୀ ଧୋକା ଦେଇ “ଲଲିପପ୍‌” ଧରାଇ ଦେଲେ ବୋଲି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ କହିଛନ୍ତି।

ତେବେ ବିଜେପିର ଏହି ସମାଲୋଚନାକୁ ଜବାବ ଦେଇଛି ବିଜେଡି। ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଓଡ଼ିଶା ବିଜେପିର କୌଣସି ଦରଦ ନାହିଁ। ସେମାନେ କେବଳ କେନ୍ଦୁପତ୍ର ତୋଳାଳିଙ୍କୁ ନେଇ ରାଜନୀତି କରିବା ଜାଣନ୍ତି। କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି ରାଜ୍ୟ ସରକାରଙ୍କ ଅବଦାନକୁ ସ୍ବୀକାର କରିବାକୁ ରାଜ୍ୟ ବିଜେପି ନେତାମାନଙ୍କ ସତ୍ ସାହାସ ନାହିଁ। କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ୍ ଓ ପ୍ରୋତ୍ସାହନ ରାଶି ପ୍ରଦାନ ପ୍ରସଙ୍ଗରେ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବୟାନକୁ ନେଇ ରାଜ୍ୟ ବିଜେପି ଉପରେ ଏମିତି ବର୍ଷିଛି ବିଜେଡି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ନେତା ତଥା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସଂପାଦକ ସଂଜିତ ମହାନ୍ତି କହିଛନ୍ତି ଯେ ମାନବ୍ୟର ମୁଖ୍ୟମନ୍ତ୍ରୀ ୨୦୨୨ ଶସ୍ୟ ବର୍ଷ ପାଇଁ ରାଜ୍ୟର ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ତୋଳାଳି ଓ ହିତାଧିକାରୀଙ୍କୁ ୩ଟି ପର‌୍ୟ୍ୟାୟରେ ୨୫୦ କୋଟି ୭୮ ଲକ୍ଷ ଟଙ୍କା ବୋନସ୍, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ଦେଇ ସାରିଲେଣି। ସେଥିରୁ ୫୬ କୋଟି ଟଙ୍କା ଗତକାଲି ତୃତୀୟ ପର‌୍ୟ୍ୟାୟରେ ପ୍ରଦାନ କରିଛନ୍ତି।

କୌଣସି ରାଜ୍ୟରେ କେବେ ବି କେନ୍ଦୁପତ୍ର ତୋଳାଳି ଓ ହିତାଧିକାରୀଙ୍କୁ ଗୋଟିଏ ବର୍ଷରେ ଏତେ ଟଙ୍କାର ପ୍ରୋତ୍ସାହନ ରାଶି କେହି ଦେଇ ନାହାନ୍ତି। ଏ କଥା ରାଜ୍ୟର ଲକ୍ଷଲକ୍ଷ କେନ୍ଦୁପତ୍ର ତୋଳାଳି ଏବଂ ଏଥିସହ ସଂପୃକ୍ତ ସମସ୍ତ ହିତାଧିକାରୀ ଭଲ ଭାବେ ଜାଣିଛନ୍ତି। ମାତ୍ର ବିଡ଼ମ୍ବନା ହେଲା, ନିଜକୁ କେନ୍ଦୁପତ୍ର ତୋଳାଳି ସଂଘର ନେତା ବୋଲାଉଥିବା ବିଜେପି ନେତା ପ୍ରଦୀପ ପୁରୋହିତ କେବେବି ଏ ବିଷୟରେ ମୁହଁ ଖୋଲିବେନି। କାରଣ ସତ କହିଲେ ତାଙ୍କ ଛାତି ଫାଟିଯିବ।

ଶ୍ରୀ ମହାନ୍ତି ଆହୁରି କହିଛନ୍ତି ଯେ କେନ୍ଦୁପତ୍ର ଉପରୁ କେନ୍ଦ୍ର ସଂଗ୍ରହ କରୁଥିବା ୧୮ ପ୍ରତିଶତର ଜିଏସ୍ଟି ଛାଡ଼ କରିବାକୁ ରାଜ୍ୟ ସରକାର ବାରମ୍ବାର ଦାବି କରି ଆସୁଛନ୍ତି। ହେଲେ ଓଡ଼ିଶାର ବିଜେପି ନେତାମାନେ କେବେ କେନ୍ଦ୍ର ସରକାରଙ୍କ ଆଗରେ ଲକ୍ଷଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ଏହି ଦାବିକୁ ଉଠାଇଛନ୍ତି କି? ମଧ୍ୟପ୍ରଦେଶ ଭଳି ବିଜେପି ଶାସିତ ରାଜ୍ୟରେ ମଧ୍ୟ ଲକ୍ଷଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳି ରହିଛନ୍ତି।

ପ୍ରଦୀପ ପୁରୋହିତ କହିପାରିବେ କି ଏସବୁ ରାଜ୍ୟରେ କେନ୍ଦୁପତ୍ର ତୋଳାଳିଙ୍କୁ ତାଙ୍କ ରାଜ୍ୟ ସରକାର କେତେ ଟଙ୍କାର ପ୍ରୋତ୍ସାହନ ରାଶି ଦେଉଛନ୍ତି? ବିଭିନ୍ନ ଅପରାଧିକ ମାମଲାରେ ଅଭିଯୁକ୍ତ ପ୍ରଦୀପ ପୁରୋହିତଙ୍କ ଭଳି ବ୍ୟକ୍ତିଙ୍କର କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି କୌଣସି ଦରଦ କେବେ ନଥିଲା କି ଆଜି ମଧ୍ୟ ନାହିଁ।

ସେ କେବଳ ସେମାନଙ୍କୁ ନେଇ ରାଜନୀତି କରିବା ଜାଣନ୍ତି। ଏହି କାରଣରୁ ଅଧିକାଂଶ କେନ୍ଦୁପତ୍ର ତୋଳାଳି ଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ତାଙ୍କୁ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି ଏବଂ ପଦ୍ମପୁରବାସୀ ତାଙ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି।

BJD BJP kendu leaf କେନ୍ଦୁପତ୍ର କର୍ମଚାରୀ କେନ୍ଦୁପତ୍ର ତୋଳାଳୀ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.