Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାଖେଇଲା ବିଧାନସଭା ନିର୍ବାଚନ, ଭୁବନେଶ୍ବରରେ ପ୍ରାରମ୍ଭିକ ପ୍ରଶିକ୍ଷଣ ଦେଲେ ନିର୍ବାଚନ କମିଶନର
ବିଶେଷ ଖବର

ପାଖେଇଲା ବିଧାନସଭା ନିର୍ବାଚନ, ଭୁବନେଶ୍ବରରେ ପ୍ରାରମ୍ଭିକ ପ୍ରଶିକ୍ଷଣ ଦେଲେ ନିର୍ବାଚନ କମିଶନର

July 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ରାଜ୍ୟର ୮୫ ଜଣ ବରିଷ୍ଠ ଓ ଦକ୍ଷ ପ୍ରଶାସନିକ ଅଧିକାରୀମାନଙ୍କୁ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର ଭାବେ ଆଜି ଗୋପବନ୍ଧୁ ପ୍ରଶାସନିକ ପ୍ରତିଷ୍ଠାନଠାରେ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି।

ଦୁଇଦିନିଆ ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଓ ନିଷ୍ଠାର ସହ ତାଲିମ ଗ୍ରହଣ କଲେ ନିର୍ବାଚନ ପରିଚାଳନା କାର୍ଯ୍ୟ ସୁଗମ ଓ ସରଳ ହୋଇପାରିବ ବୋଲି ଉପସ୍ଥିତ ଥିବା ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କ ଉଦ୍ଦେଶ୍ୟରେ ତାଙ୍କ ସଂକ୍ଷିପ୍ତ ଅଭିଭାଷଣରେ କହିଥିଲେ।

ପ୍ରକାଶଥାଉ କି ଏହି ଅଧିକାରୀମାନେ ଅନ୍‌ଲାଇନ୍‌ ମାଧ୍ୟମରେ ପ୍ରଥମ ପର୍ଯ୍ୟାୟ ତାଲିମ ଓ ଦିଲ୍ଲୀ ଯାଇ ସେଠାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ତାଲିମ ଗ୍ରହଣ କରିଛନ୍ତି। ଏଠାରୁ ତୃତୀୟ ପର୍ଯ୍ୟାୟ ତାଲିମ ଗ୍ରହଣ ପରେ ସେମାନେ ଜିଲ୍ଲା, ବ୍ଲକ୍‌ ଓ ପଞ୍ଚାୟତ ସ୍ତରରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରିବେ।

ବିଷୟଭିତ୍ତିକ ଏହି ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନାମାଙ୍କନ ପତ୍ର ଦାଖଲ, ନାମାଙ୍କନ ପତ୍ର ଯାଞ୍ଚ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାର, ଜିଲ୍ଲା ନିର୍ବାଚନ ପରିଚାଳନା ଯୋଜନା, ପୁଲିଙ୍ଗ୍‌ ଦଳ ଓ ଭୋଟଗ୍ରହଣ ପାଇଁ ବ୍ୟବସ୍ଥା, ମତଦାନ କେନ୍ଦ୍ର, ଆଦର୍ଶ ଆଚରଣବିଧି, ନିର୍ବାଚନ ଖର୍ଚ୍ଚ ତଦାରଖ, ଗଣମାଧ୍ୟମ ଅଭିଯୋଗ, ଏମ୍‌ସିଏମ୍‌ସି, ପେଡ୍‌ ନୁ୍ୟଜ, ଭୋଟର ତାଲିକା: ସୁଇପ୍‌ କାର୍ଯ୍ୟକ୍ରମ, ଇଭିଏମ୍‌, ଭିଭିପ୍ୟାଟ୍‌, ନିର୍ବାଚନ ସାମଗ୍ରୀ, ପୋଷ୍ଟାଲ ବାଲାଟ, ଭୋଟ ଗଣତି ଓ ନିର୍ବାଚନ ଫଳାଫଳ ଘୋଷଣା ଇତ୍ୟାଦି ସଂପର୍କରେ ବିସ୍ତୃତ ଭାବରେ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି।

ଜାତୀୟ ସ୍ତରୀୟ ମାଷ୍ଟର ଟ୍ରେନର ଭାବେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶତ୍ରୁଘ୍ନ କର, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ମୁଖ୍ୟ ପ୍ରବନ୍ଧକ ଶ୍ରୀ ସବ୍ୟସାଚି ହୋତା, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ନିର୍ବାଚନ କମିଶନର ବିଧାନସଭା ନିର୍ବାଚନ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026
Latest News

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.