Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବନିଯୁକ୍ତ ଓଡିଶା ଶିକ୍ଷାସେବା ଅଧିକାରୀଙ୍କ ପ୍ରଶିକ୍ଷଣ ଆରମ୍ଭ
ବିଶେଷ ଖବର

ନବନିଯୁକ୍ତ ଓଡିଶା ଶିକ୍ଷାସେବା ଅଧିକାରୀଙ୍କ ପ୍ରଶିକ୍ଷଣ ଆରମ୍ଭ

July 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
edu44
ନବନିଯୁକ୍ତ ଓଡିଶା ଶିକ୍ଷାସେବା ଅଧିକାରୀଙ୍କ ପ୍ରଶିକ୍ଷଣ ଆରମ୍ଭ

ଭୁବନେଶ୍ବର: ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ନବନିଯୁକ୍ତ ଓଡିଶା ଶିକ୍ଷା ସେବା(ଓଇଏସ୍‌) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନିଯୁକ୍ତି ପାଇଥିବା ୧୬୦ ଜଣ ଓଡିଶା ଶିକ୍ଷା ସେବା ଅଧିକାରୀଙ୍କୁ ଦୁଇଟି ପର୍ଯ୍ୟାୟରେ ତାଲିମ ଦିଆଯିବାର ବ୍ୟବସ୍ଥା କରାଯାଇଛି।

ଭୁବନେଶ୍ୱରସ୍ଥିତ ମଧୁସୂଦନ ଦାସ ରିଜିଓନାଲ ଏକାଡେମି ଅଫ୍‌ ଫାଇନାନ୍ସିଆଲ୍‌ ମ୍ୟାନେଜମେଣ୍ଟ୍‌ଠାରେ ଆରମ୍ଭ ହୋଇଥିବା ଏହି ତାଲିମ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ୮୦ଜଣ ନବନିଯୁକ୍ତ ଅଧିକାରୀ ପ୍ରଶିକ୍ଷଣ ନେଉଛନ୍ତି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଦ୍ୱାରା ଆୟୋଜିତ ଏହି ୧୬ ଦିନିଆ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇ ଆସନ୍ତା ଅଗଷ୍ଟ ୮ତାରିଖ ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆସନ୍ତା ଅଗଷ୍ଟ ୧୪ରୁ ୨୯ତାରିଖ ପର୍ଯ୍ୟନ୍ତ ଚାଲିବ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସୁଦାମ ମାର୍ଣ୍ଡି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ନବନିଯୁକ୍ତ ଅଧିକାରୀମାନଙ୍କୁ ଶିକ୍ଷାର ବିକାଶ ପାଇଁ ଉତ୍ସର୍ଗୀକୃତ ହୋଇ କାମ କରିବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ଶିକ୍ଷକ ହିଁ ବ୍ୟକ୍ତିକୁ ତାହାର ବ୍ୟକ୍ତିତ୍ୱ ସହ ପରିଚିତ କରାଇଥାଏ। ପ୍ରତ୍ୟେକଙ୍କ ଜୀବନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ।

ଶିକ୍ଷା କ୍ଷେତ୍ରର ପ୍ରଶାସନିକ ଯୋଗାଯୋଗକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଦିଗରେ ଶ୍ରୀ ମାର୍ଣ୍ଡି ଗୁରୁତ୍ୱ ଦେଇଥିଲେ। ଶିକ୍ଷା ଭଳି ଏକ ମହତ୍ତ୍ୱପୂର୍ଣ୍ଣ ଓ ଦାୟିତ୍ୱସମ୍ପନ୍ନ ବିଭାଗ ନବ ନିଯୁକ୍ତ ଅଧିକାରୀମାନଙ୍କ ନୂତନ ଚିନ୍ତାଧାରା ସହ ଆଗକୁ ବଢ଼ିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ।

ବିଭାଗୀୟ ସଚିବ ଶ୍ରୀମତୀ ଅଶ୍ୱଥୀ ଏସ୍‌ ନବନିଯୁକ୍ତ ଅଧିକାରୀମାନଙ୍କୁ ବିଭାଗ ତରଫରୁ ସ୍ୱାଗତ ଜଣାଇଥିଲେ। ଶିକ୍ଷା ବ୍ୟବସ୍ଥାକୁ ଉଚ୍ଚ ସ୍ତରରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ସେ କହିଥିଲେ। ୨୦୨୩-୨୪ ଶିକ୍ଷାବର୍ଷ ନୂତନ ଅଧିକାରୀମାନଙ୍କ ସହଯୋଗ ଓ ନୂତନ ଦୃଷ୍ଟିକୋଣ ମାଧ୍ୟମରେ ସଫଳତାର ଶୀର୍ଷ ଛୁଇଁବ ବୋଲି ସେ ଆଶା କରିଛନ୍ତି।

ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ସ୍ୱାଗତ ଭାଷଣରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସବିଶେଷ ତଥ୍ୟ ପ୍ରଦାନ କରିଥିଲେ। ଓଡିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ଜାମିନୀ ଷଡ଼ଙ୍ଗୀ ସେମାନଙ୍କୁ ଭବିଷ୍ୟତ ବୃତ୍ତିଗତ ଜୀବନର ବାଧାବିଘ୍ନକୁ ସାହସର ସହ ସାମ୍ନା କରିବାକୁ ଉପଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ପ୍ରଶିକ୍ଷାର୍ଥୀମାନଙ୍କୁ ୧୬ଦିନ ମଧ୍ୟରେ ଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସୂଚନା ଦିଆଯିବ। ଜିଲ୍ଲା, ବ୍ଲକ୍‌ ସ୍ତରରେ କ୍ଷେତ୍ର ଅଧ୍ୟୟନ ମାଧ୍ୟମରେ ଶିକ୍ଷା ପ୍ରଶାସନର କାର୍ଯ୍ୟପ୍ରଣାଳୀ ଉପରେ ସବିଶେଷ ପ୍ରଶିକ୍ଷଣ ଦିଆଯିବ। ନୂତନ ଭାବେ ପ୍ରଣୟନ କରାଯାଇଥିବା ହାଉସ ସିଷ୍ଟମ, ସ୍କୁଲ କ୍ଲବ୍‌, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର- ବିଷୟରେ ସ୍ୱତନ୍ତ୍ର ଭାବେ ତାଲିମ ଦିଆଯିବ।

ସୁଦାମ ମାର୍ଣ୍ଡି ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026

କାଲି ବାଚସ୍ପତିଙ୍କୁ ଭେଟିବ ବିଜେଡି

April 26, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026
Latest News

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.