Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

August 9, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
MoJangalJami
ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି। ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ। ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ।

ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ ଜନଜାତି ଭାଇଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ। କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହେବ, ତାକୁ ସୁନିଶ୍ଟିତ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ।

ଏହି ଯୋଜନା ଏକ ଭଲ ଯୋଜନା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ବୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ। ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ବ ଆଣିବାରେ ମଧ୍ୟ ଏହା ସହାୟକ ହେବ ବୋଲି ସେ କହିଥିଲେ।

ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି। ସେହିପରି ୪ ହଜାରରୁ ଅଧିକ ଗ୍ରାମସଭାକୁ ଗୋଷ୍ଠି ଅଧିକାର ଦିଆଯାଇଛି ବୋଲି ସେ କହିଥିଲେ। ଏହାସହିତ ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ମଧ୍ୟ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଥିଲେ।

ପ୍ରଥମରୁ ତାଙ୍କ ସରକାର ଜନଜାତି ମାନଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ ବୋଲି ପ୍ରକାଶ କରି ସେ କହିଥିଲେ ଯେ ୨୦୦୦ ମସିହାରେ ତାଙ୍କ ସରକାର ଯେତେବେଳେ ପ୍ରଥମେ ଓଡିଶାରେ ସେବାର ଦାୟିତ୍ବ ଗ୍ରହଣ କଲା, ସେତେବେଳେ ତାଙ୍କ ସରକାରର ପ୍ରଥମ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଥିଲା ପଞ୍ଚାୟତ ମାନଙ୍କୁ ଲଘୁ ବନଜାତ ଦ୍ରବ୍ୟର ସଂଗ୍ରହ ଅଧିକାର ପ୍ରଦାନ। ଆଜି ଏ ଦିଗରେ ଅନେକ କାମ ହୋଇଛି। ଜନଜାତି ମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ କ୍ଷେତ୍ରରେ ଉନ୍ନତି ହେବା ସହିତ ସେମାନେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ମଧ୍ୟ ଅର୍ଜନ କରିପାରିଛନ୍ତି।

ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ ଏହି ଯୋଜନା ଦ୍ବାରା ଜଙ୍ଗଲ ଜମିର ପରିଚାଳକ ଭାବରେ ଜନଜାତି ମାନଙ୍କ ଅଧିକାରକୁ ସ୍ବୀକୃତି ଦେବା ଏହି ଯୋଜନାର ଲକ୍ଷ୍ୟ । ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇ ଯୋଗ୍ୟ ବ୍ୟକ୍ତି ମାନଙ୍କୁ ଅଧିକାର ପ୍ରଦାନ କରିବା ପଦକ୍ଷେପ ନିଆଯାଇଛି।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ଜଙ୍ଗଲ ଜମି ଉପରେ ଅଧିକାର ପ୍ରଦାନ ଓଡିଶା ସରକାରଙ୍କ ଏକ ପ୍ରମୁଖ ସଫଳତା। ଏହି ନୂଆ ଯୋଜନା ଦ୍ବାରା ସେମାନଙ୍କ ସାଂସ୍କୃତିକ ବିବିଧତାର ସୁରକ୍ଷା ସହିତ ସବୁ ବିକାଶମୂଳକ ଯୋଜନାରେ ଜନଜାତି ମାନଙ୍କୁ ସାମିଲ କରିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା କରାଯାଇଛି।

ଏହି ଯୋଜନାରେ ସାମିଲ ହୋଇଥିବା ବିଭିନ୍ନ ହିତାଧିକାରୀଙ୍କ ମଧ୍ୟରେ ମୟୁରଭଞ୍ଜର ଶ୍ର କପୁର ମାର୍ଣ୍ଡି, କନ୍ଧମାଳର ଶ୍ରୀ ନରେନ୍ଦ୍ର ମଲ୍ଲିକ ଓ ରାୟଗଡାର ଶ୍ରୀ ସୁରେଶ ଚନ୍ଦ୍ର ୱାଡାକା ପ୍ରମୁଖ ୩ ଜଣ ହିତାଧିକାରୀ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଜଙ୍ଗଲ ଜମି ଉପରେ ଅଧିକାର ପାଇବା ଦ୍ବାରା ସେମାନେ କିପରି ପନିପରିବା, ଫଳଚାଷ ଓ ଅନ୍ୟାନ୍ୟ ଜୀବିକା କାର୍ଯ୍ୟକ୍ରମରେ ସାମିଲ ହୋଇ ସେମାନଙ୍କର ପରିବାରର ପ୍ରତିପୋଷଣ କରିବା ସହିତ ପିଲାମାନଙ୍କୁ ମଧ୍ୟ ଶିକ୍ଷା ଦେଇପାରୁଛନ୍ତି ବୋଲି ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, UNDP, ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲ୍ଲାର ଜନଜାତି ହିତାଧିକାରୀମାନେ ଉପସ୍ଥିତ ଥିଲେ ।

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଓ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

ନବୀନ ପଟ୍ଟନାୟକ ମୋ ଜଙ୍ଗଲ ଜମି
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Latest News

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.