Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରପାଲିର ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପାଣ୍ଡିଆନଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଦେଲେ ଅନୁଦାନ
ବିଶେଷ ଖବର

ବରପାଲିର ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପାଣ୍ଡିଆନଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଦେଲେ ଅନୁଦାନ

August 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରପାଲିର ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପାଣ୍ଡିଆନଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଦେଲେ ଅନୁଦାନ

ଭୁବନେଶ୍ବର: ବରପାଲି ରେ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ।

ସେହିପରି ଜୁନ ୨୬ ତାରିଖ ଦିନ ଶ୍ରୀ ପାଣ୍ଡିଆନ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ବରପାଲିସ୍ଥିତ ଜନ୍ମସ୍ଥାନ ପରିଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ କମିଟି ସଦସ୍ୟମାନଙ୍କ ସହିତ ଜନ୍ମସ୍ଥାନର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।

ସ୍ୱଭାବ କବି ଗଙ୍ଗାଧର ମେହର ଓଡିଆ ଜାତିର ମହାନ୍ ସନ୍ତାନ। ଓଡିଆ ଭାଷା ଓ ସାହିତ୍ୟର ବିକାଶରେ ତାଙ୍କର ଅନବଦ୍ୟ ଅବଦାନ ଥିଲା। ତାଙ୍କ ଜନ୍ମ ପୀଠ ସାହିତ୍ୟପ୍ରେମୀ ତଥା ସାଧାରଣ ଲୋକଙ୍କ ପାଇଁ ଏକ ତୀର୍ଥ ସ୍ଥାନ।

ଏହି ଐତିହାସିକ ପୀଠର ସର୍ବାଙ୍ଗୀନ ଉନ୍ନତି ଓ ସୌନ୍ଦର‌୍ୟ୍ୟକରଣ କରାଯାଇ ଏହାକୁ ଓଡିଆ ସାହିତ୍ୟର ଏକ ଗବେଷଣା କେନ୍ଦ୍ର ତଥା ଏକ ଆକର୍ଷଣୀୟ ପୀଠରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏଥିରେ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହର ପାର୍କ ନିର୍ମାଣ କରାଯିବ। ରୂପାନ୍ତର ପରେ ପ୍ରତି ବର୍ଷ ଏଠାକୁ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ଆଶା କରାଯାଏ।

ବରପାଲି ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.