Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୭୭ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ଦେଲେ ଏହି ଭାଷଣ
ବିଶେଷ ଖବର

୭୭ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ଦେଲେ ଏହି ଭାଷଣ

August 15, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
୭୭ତମ ସ୍ବାଧୀନତା ଦିବସରେ
୭୭ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ, ଦେଲେ ଏହି ଭାଷଣ

ଭୁବନେଶ୍ବର: ଆଜି ୭୭ ତମ ସ୍ବାଧୀନତା ଦିବସ ଭୁବନେଶ୍ବରର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଉପଲକ୍ଷେ ସେ କହିଥିଲେ…

ପ୍ରିୟ ଭାଇ ଓ ଭଉଣୀମାନେ,

ଆଜି ୧୫ ଅଗଷ୍ଟ। ସ୍ୱାଧୀନତା ଦିବସ। ଏହି ପବିତ୍ର ଦିବସରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ।

ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାଏକ, ଶହୀଦ ବିର୍ସା ମୁଣ୍ଡା, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କୁ ମୋର ସମ୍ମାନ ଜଣାଉଛି।

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱ ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା।

ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି। ବିଭିନ୍ନ କ୍ଷେତ୍ରରେ ବିକାଶ ଆମର ଆତ୍ମବିଶ୍ୱାସ ବୃଦ୍ଧି କରିଛି। ଚନ୍ଦ୍ରଯାନ-୩ ମହାକାଶ ଗବେଷଣା କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି।

ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି। ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ବିକାଶର ସବୁ କ୍ଷେତ୍ରରେ 5-T କାର୍ଯ୍ୟକ୍ରମର ପଦକ୍ଷେପ ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ଲୋକ- ଧନୀ, ଗରିବ, ମଧ୍ୟବିତ୍ତ, ସମସ୍ତେ ଏ ରୂପାନ୍ତରରେ ସାମିଲ ହୋଇଛନ୍ତି।

ଓଡିଶାର ଅର୍ଥନୀତି ମଜବୁତ ହେଉଛି। ଗରିବୀ କମିଛି। ଓଡିଶାକୁ ଏବେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସିଛି।

ସଶକ୍ତିକରଣ ପାଇଁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଜରୁରୀ।

ରାଜ୍ୟରେ 4373 ବ୍ୟାଙ୍କ ବିହିନ ପଞ୍ଚାୟତରେ ରାଜ୍ୟ ସରକାର ବ୍ୟାଙ୍କି ଆଉଟଲେଟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ରାଜ୍ୟର ସବୁ ପଞ୍ଚାୟତ ର ଲୋକ ମାନେ ବ୍ୟାଙ୍କ ସେବା ପାଇପାରିବେ। ଏହାଦ୍ୱାରା ସବୁଠାରୁ ଅଧିକ ଉପକାର ପାଇବେ ବରିଷ୍ଠ ନାଗରିକ , ଆମର ମା ମାନେ ଏବଂ ଭିନ୍ନକ୍ଷମ ଭାଇ ଭଉଣୀ ମାନେ।

ଆପଣ ଜାଣନ୍ତି, ମଧୁବାବୁ ପେନ୍‌ସନ ଯୋଜନାରେ ନିକଟରେ ଆଉ ୪ ଲକ୍ଷରୁ ଅଧିକ ଲୋକଙ୍କୁ ସାମିଲ କରାଯାଇଛି। ଆଜିଠାରୁ ନୂଆ ହିତାଧିକାରୀମାନେ ପେନ୍‌ସନ ପାଇବେ।

ପ୍ରତି ଜୀବନ ମୂଲ୍ୟବାନ। ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏ ଦିଗରେ ସଫଳତାର ସହ ସେବା ଯୋଗାଉଛି। ଉତ୍ତମ ସ୍ବାସ୍ଥ୍ୟ ସେବା ନିଶ୍ଚିତ କରିଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବଡ ରୂପାନ୍ତର ଆଣିଛି।

ମା ମାନେ ହେଉଛନ୍ତି ବିକାଶର କର୍ଣ୍ଣଧାର, ମିଶନଶକ୍ତି ଆଜି ମା ମାନଙ୍କ ରୂପାନ୍ତରଣର ଶକ୍ତି ହୋଇଛି। ସେମାନେ ଏବେ ବିକାଶର ପରବର୍ତ୍ତି ସ୍ତରରେ ପହଞ୍ଚିଛନ୍ତି।

ଚାଷୀ ଆମର ଗୌରବ .ଚାଷୀର ବିକାଶ ସବୁବେଳେ ଆମର ଫୋକସ ହୋଇ ରହିଛି। ଚାଷୀ ଭାଇ ର ଫସଲ ବୀମା ପ୍ରିମିୟମ ଦାୟିତ୍ଵ ଏବେ ରାଜ୍ୟ ସରକାର ନେଇଛନ୍ତି।

ଯୁବ ସମାଜକୁ ରୋଜଗାରକ୍ଷମ କରିବା ପାଇଁ ଆମେ ପ୍ରତିବର୍ଷ ଏକ ଲକ୍ଷ  ଯୁବକଙ୍କୁ ଏନୟୁଏ ଯୋଜନାରେ ତାଲିମ ଦେବୁ। ଜଗନ୍ନାଥ ସଂସ୍କୃତିର ସୁରକ୍ଷା ସହ ପ୍ରତି ଗାଁ ରେ ଆଧୁନିକ ଡିଜିଟାଲ ଭତ୍ତିଭୂମିର ବିକାଶ ଆମର ଲକ୍ଷ୍ୟ। ଏଥିପାଇଁ ଆମେ ଚାରି ହଜାର କୋଟି ଟଙ୍କାର ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଆରମ୍ଭ କରିଛୁ।

ଗରିବ ଲୋକ , ଚାଷୀ ,ମହିଳା,ଜନଜାତି, କଳାକାର, ଯୁବ ସମାଜ ସମାଜ ର ସବୁ ବର୍ଗର ଲୋକଙ୍କୁ ସାଥିରେ ନେଇ ଓଡିଶା ଆଜି ଆଗକୁ ବଢୁଛି .ସମସ୍ତ ଙ୍କ ବିକାଶ ହିଁ ପ୍ରକୃତ ବିକାଶ।

ଆସନ୍ତୁ, ଏକ ସମୃଦ୍ଧ ଓଡିଶା, ଏକ ରୂପାନ୍ତର ଓଡିଶା ଗଠନ ପାଇଁ ସମସ୍ତେ ମିଳିମିଶି କାମ କରିବା।  ଜୟହିନ୍

୭୭ ତମ ସ୍ବାଧୀନତା ଦିବସ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ସ୍ବାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.