Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ରାଜ୍ୟରେ ନିର୍ମାଣ ହେବ ୩ଟି ନୂଆ ବୃହତ୍ ସେତୁ
ବିଶେଷ ଖବର

ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ରାଜ୍ୟରେ ନିର୍ମାଣ ହେବ ୩ଟି ନୂଆ ବୃହତ୍ ସେତୁ

August 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ କଲେ ବଡ
ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ରାଜ୍ୟରେ ନିର୍ମାଣ ହେବ ୩ଟି ନୂଆ ବୃହତ୍ ସେତୁ

ଭୁବନେଶ୍ବର: ରାଜ୍ୟରେ ୩ଟି ବୃହତ ସେତୁ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ବରଗଡ ଜିଲ୍ଲାରେ ନିର୍ମାଣ ହେବ। ଏହାଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

NaveenPatnaik ନବୀନ ପଟ୍ଟନାୟକ ବରଗଡ ବରଗଡ ଜିଲ୍ଲା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026
Latest News

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026

ସଂସଦରେ ହେଲା ପ୍ରବଳ ହଟ୍ଟଗୋଳ: ଏମଏମ ନରବଣେଙ୍କ ବିଷୟ ଉଲ୍ଲେଖ କରିଥିଲେ ରାହୁଲ ଗାନ୍ଧୀ

February 2, 2026

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.