Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅଗଷ୍ଟ ୧୮ ରେ ୯ ଦଫା ଦାବି ନେଇ ସବୁ ବ୍ଲକ ଅଫିସ ଘେରାଉ କରିବ କଂଗ୍ରେସ
ବିଶେଷ ଖବର

ଅଗଷ୍ଟ ୧୮ ରେ ୯ ଦଫା ଦାବି ନେଇ ସବୁ ବ୍ଲକ ଅଫିସ ଘେରାଉ କରିବ କଂଗ୍ରେସ

August 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Congress
ଅଗଷ୍ଟ ୧୮ ରେ ୯ ଦଫା ଦାବି ନେଇ ସବୁ ବ୍ଲକ ଘେରାଉ କରିବ କଂଗ୍ରେସ

ଭୁବନେଶ୍ୱର: ଚଳିତ ଅଗଷ୍ଟ ୧୮ ତାରିଖରେ ଓଡ଼ିଶାର ସମସ୍ତ ୩୧୪ ବ୍ଲକ ଘେରାଉ କରିବ କଂଗ୍ରେସ। ଆଜି କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରାଯାଇଛି । ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ କହିଛନ୍ତି ଯେ ୯ ଦଫା ଦାବି ନେଇ ସମସ୍ତ ବ୍ଲକ ଅଫିସି କଂଗ୍ରେସ ତରଫରୁ ଘେରାଉ କରାଯିବ।

ଏଥିନିମନ୍ତେ ସମସ୍ତ କଂଗ୍ରେସର ସାଂସଦ, ବିଧାୟକ, ଜିଲ୍ଲା ଓ ବ୍ଲକ କଂଗ୍ରେସର ସଭାପତି, ଯୁବ ଛାତ୍ର, ମହିଳା ଓ ସେବାଦଳ ଏବଂ ସମସ୍ତ ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ମାନଙ୍କ ସମେତ କଂଗ୍ରେସର କର୍ମୀ ଓ ସମର୍ଥକ ଶୁଭେଚ୍ଛୁମାନେ ସାମିଲ ହେବା ପାଇଁ ଶ୍ରୀ ପଟ୍ଟନାୟକ ଆହ୍ୱନ ଦେଇଛନ୍ତି ।

ଶ୍ରୀ ପଟ୍ଟନାୟକ ୯ଦଫା ଦାବୀ ସଂକ୍ରାନ୍ତରେ ବିବରଣୀ ଦେଇ କହିଥିଲେ ଯେ ବ୍ଲକ ସ୍ତରରେ ଚାଲିଥିବା ୧୫-୫୦ ପ୍ରତିଶତ ପିସି କାରବାରକୁ ବନ୍ଦ କରିବା, ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତ୍ୟେକ ପଂଚାୟତକୁ ମଞ୍ଜୁର ହୋଇଥିବା ୫୦ଲକ୍ଷ ଟଙ୍କାର ପ୍ରକଳ୍ପ ତାଲିକା ପଂଚାୟତ ଦ୍ୱାରା ପ୍ରସ୍ତୁତ କରିବା ସହ ପଂଚାୟତ ମାଧ୍ୟମରେ ଖର୍ଚ୍ଚ କରିବା, ବଢ଼ିଚାଲିଥିବା ନାରୀ ନିର୍ଯ୍ୟାତନା ବନ୍ଦ କରିବା ରହିଛି।

ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିୟମ ଅନୁସାରେ ହିତାଧିକାରୀ ବାଛିବା, ପେଟ୍ରୋଲ, ଡିଜେଲ, ଗ୍ୟାସ ତଥା ନିତ୍ୟବ୍ୟବହାର୍ଯ୍ୟ ପଦାର୍ଥର ଦରଦାମ ବୃଦ୍ଧି ନିୟନ୍ତ୍ରଣ କରିବା ଖାଲି ପଡ଼ିଥିବା ୨ଲକ୍ଷ ୨୬ ହଜାର ୫୫୯ ସରକାରୀ ପଦବୀକୁ ତୁରନ୍ତ ପୂରଣ କରିବା ରହିଛି।

ସେହିପରି ଓଡ଼ିଶାର ମୁଖ୍ୟ କୃଷିଜାତ ପଦାର୍ଥ ଧାନର ଅଭାବୀବିକ୍ରୀ ବନ୍ଦ କରିବା, ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା କରିବା, ୨୪ ଘଂଟିଆ ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ଓ ଟାଟା କମ୍ପାନୀର ଖାଉଟି ଶୋଷଣ ନୀତିକୁ ବନ୍ଦ କରିବା ଏବଂ ଅନୁସୂଚିତ ଜାତି, ଜନଜାତି ପଛୁଆବର୍ଗ ମାନଙ୍କ ପାଇଁ କଂଗ୍ରେସ ଅମଳରୁ ଉପଲବ୍ଧ ଅଧିକାରର ସୁରକ୍ଷା ଆଦି ପ୍ରସଙ୍ଗରେ କଂଗ୍ରେସର ଏହି ମହାଆନ୍ଦୋଳନର ଆହ୍ୱାନ ଦିଆଯାଇଛି।

Congress କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025

‘ଭାରତକୁ ଆଖି ଦେଖାଉଥିବା ଲୋକମାନେ ନିଜେ ରୁଷ ସହିତ ବ୍ୟବସାୟ କରୁଛନ୍ତି’: ବୈଦେଶିକ ମନ୍ତ୍ରଣାଳୟ

August 5, 2025

ସୁଭଦ୍ରା ଭଉଣୀମାନଙ୍କ ସହ ବାର୍ତ୍ତାଳାପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025
Latest News

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025

ଏନଡିଏ ସଂସଦୀୟ ଦଳ ବୈଠକ: ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ, ପହଲଗାମରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

August 5, 2025

VinFast India: ତାମିଲନାଡୁରେ ଇଲେଟ୍ରିକ ଭେଇକଲ ଆସେମ୍ବଲି ପ୍ରକଳ୍ପର ଉଦଘାଟନ କଲା ଭିନଫାଷ୍ଟ

August 5, 2025

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.