Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାଡଖଣ୍ଡର ଅଜୟ ସିଂହ, ଓଡିଶାର ସଞ୍ଜୟ ସିଂହ; ଆରଡି ବିଭାଗର ଦୁଇ ପ୍ରମୁଖ ସଚିବଙ୍କ ଆଲୋଚନା
ବିଶେଷ ଖବର

ଝାଡଖଣ୍ଡର ଅଜୟ ସିଂହ, ଓଡିଶାର ସଞ୍ଜୟ ସିଂହ; ଆରଡି ବିଭାଗର ଦୁଇ ପ୍ରମୁଖ ସଚିବଙ୍କ ଆଲୋଚନା

August 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
RDDept
ଝାଡଖଣ୍ଡ ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଓଡିଶା ଗସ୍ତ

ଭୁବନେଶ୍ବର: ଝାଡଖଣ୍ଡ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଅଜୟ ସିଂହ ଓଡିଶା ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ପରିଦର୍ଶନରେ ଆସି ବିଭାଗ ସମ୍ବନ୍ଧୀୟ କାର୍ଯ୍ୟଶୈଳୀ ଉପରେ ଅଧିକାରୀମାନଙ୍କ ସହିତ ମତ ବିନିମୟ କରିଛନ୍ତି।

ଏହି ଉପଲକ୍ଷେ  ଆଜି ଅପରାହ୍ନରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ ଝାଡଖଣ୍ଡ ରାଜ୍ଯର ପ୍ରମୁଖ ଶାସନ ସଚିବଙ୍କୁ ସ୍ଵାଗତ କରିବା ସହ ଓଡିଶାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରୂପରେଖ, ପ୍ରଣିତ ହେଉଥିବା ବିଭିନ୍ନ ଯୋଜନା ଏବଂ ଓଡିଶାରେ ଗ୍ରାମାଞ୍ଚଳର ବିକାଶ କ୍ଷେତ୍ରରେ ଏହାର ସଫଳ ରୂପାୟନ ଦିଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ହାତକୁ ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ବିସ୍ତ୍ରୁତ ବିବରଣୀ ପ୍ରଦାନ କରିଥିଲେ।

ବିଭାଗର କାର୍ଯ୍ୟଧାରା ଦ୍ବାରା ଓଡିଶାରେ ପ୍ରଶାସନ ଲୋକାଭିମୁଖୀ ହେବା ସହ ବିଭାଗ ଗ୍ରାମିଣ ଭିତ୍ତିଭୂମୀ ମଜଭୁତ କରିବାରେ ସହାୟକ ହୋଇ ପାରିଛି ବୋଲି ଶ୍ରୀ ସିଂହ ଝାଡଖଣ୍ଡ ସଚିବଙ୍କୁ କହିଥିଲେ।

ଓଡିଶା ଗ୍ରାମ୍ୟ ଉନ୍ନୟନ ବିଭାଗ ସଂପର୍କରେ ବିସ୍ତୃତ ସୂଚନା ଦେବାକୁ ଯାଇ ଶ୍ରୀ ସିଂହ କହିଲେ ଯେ ଗ୍ରାମାଞ୍ଚଳର ଭିରିଭୂମି ବିକାଶ ପାଇଁ ବିଭାଗ ବହୁ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ସଂପାଦନ କରୁଛି। ସେଥ୍ ମଧ୍ୟରୁ ରାସ୍ତା, ଗୃହ ନିର୍ମାଣ ଓ ସେତୁ ନିର୍ମାଣ ଆଦି ବିଭାଗର ପ୍ରମୁଖ କାର୍ଯ୍ୟ ଥ‌ିବାବେଳେ ବିଭାଗ ଅଧ୍ଵନରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଓ ବିଜୁ ସେତୁ ଯୋଜନାର ରୂପରେଖ ଓ କାର୍ଯ୍ୟକାରିତା ଉପରେ ପିପିଟି ମାଧ୍ୟମରେ ଝାଡଖଣ୍ଡ ସଚିବଙ୍କୁ ଅବଗତ କରାଇଥିଲେ।

ନିର୍ମାଣ କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ବ୍ୟବହାର, ଗୁଣବତ୍ତା ଓ ରକ୍ଷଣାବେକ୍ଷଣ ଉପରେ ମଧ୍ୟ ସୂଚନା ପ୍ରଦାନ କରାଯାଇଥିଲା। ଓଡିଶା ଗ୍ରାମ ଉନ୍ନୟନ ବିଭାଗ ନିଜର ଉତ୍କର୍ଷତା ପାଇଁ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି। ଚଳିତ ଆର୍ଥିକ ବର୍ଷରେ ବିଭିନ୍ନ ଯୋଜନା ପାଇଁ ରାଜ୍ୟ ବଜେଟର ଅନୁଦାନ ଏବଂ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକ ବିଷୟରେ ଶ୍ରୀ ଅଜୟ ସିଂହକୁ ସୂଚନା ଦିଆ ଯାଇଥିଲା। ଆଗାମୀ ୫ ବର୍ଷ ପାଇଁ ବିଭାଗ ତରଫରୁ ହାତକୁ ନେଇଥିବା ପ୍ରକଳ୍ପ ଏବଂ ଲକ୍ଷ ହାସଲ ଦିଗରେ ନିଆ ଯାଉଥିବା ପଦକ୍ଷେପ ବିଷୟରେ ମଧ୍ୟ ସୂଚନା ପ୍ରଦାନ କରା ଯାଇଥିଲା।

ପରେ ପରେ ଝାଡଖଣ୍ଡ ପ୍ରମୁଖ ଶାସନ ସଚିବ ଶ୍ରୀ ଅଜୟ ସିଂହ ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରିବା ସହିତ କେତେ ଗୁଡିଏ ନିର୍ଦ୍ଦିଷ୍ଟ ବିଷୟରେ ପଚାରି ବୁଝିଥିଲେ। ନୂଆ ନୂଆ ଜ୍ଞାନକୌଶଳରେ ନିର୍ମିତ ରାସ୍ତା ଓ ସେତୁ ନିର୍ମାଣର ଭିଡ଼ିଓ ଚିତ୍ର ପ୍ରଦର୍ଶନ କରା ଯାଇଥିଲା। ଆସନ୍ତା ୧୯ ତାରିଖରେ ଝାଡଖଣ୍ଡ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଓଡିଶା ଟିମ ସହିତ କ୍ଷେତ୍ର ପରିଦର୍ଶନରେ ଯିବେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ ଅକ୍ଷୟ କୁମାର ପ୍ରଧାନ , ମୁଖ୍ୟଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସାହୁ, ଇଂ ରମେଶ ଚନ୍ଦ୍ର ବେହେରା, ଇଂ ସଂଜୀବ କୁମାର ମହାନ୍ତି, ବିତ୍ତ ଅଧିକାରୀ ଶ୍ରୀମତୀ ସ୍ମିତା ପାଣି ଏବଂ ସ୍ଵତନ୍ତ୍ର ସଚିବ ଶ୍ରୀ ସୁଦର୍ଶନ ପରିଡ଼ା ପ୍ରମୁଖ ଉପସ୍ଥିତ ରହି  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Sanjay Singh Sanjay Singh IAS ଗ୍ରାମ୍ୟ ଉନ୍ନୟନ ବିଭାଗ ସଂଜୟ ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.