Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍‌ସ୍ତରୀୟ ବସ୍‌ଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍‌ସ୍ତରୀୟ ବସ୍‌ଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

August 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଟ ଉଦ୍‌ଘାଟନ କରିଛନ୍ତି। ଏହାସହିତ ୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍‌ସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ମଧ୍ୟ ରଖିଛନ୍ତି।  ଏହାକୁ ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ  ଏ ସମସ୍ତ ବସ୍‌ଷ୍ଟାଣ୍ଡ ସଂପୂର୍ଣ୍ଣ ହେଲେ, ରାଜ୍ୟର ୨ କୋଟି ଲୋକ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ସମସ୍ତ ବସ୍‌ଷ୍ଟାଣ୍ଡ ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସ୍‌ଷ୍ଟାଣ୍ଡ। ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ଉପଲ୍‌ବଧ ଅଛି। ଏହାସହିତ ମୁଖ୍ୟମନ୍ତ୍ରୀ ମୋ ପରିବହନ ସେବା ଓ ମୋବାଇଲ ଆପ୍ ର ଶୁଭାରମ୍ଭ କରି କହିଥିଲେ ଯେ ଏହାଦ୍ବାରା ବିଭିନ୍ନ ପରିବହନ ସେବା ପାଇଁ  ଆଉ ସରକାରୀ ଅଫିସକୁ ଯିବା ଆବଶ୍ୟକତା ରହିବ ନାହିଁ। ଡ୍ରାଇଭର ମାନଙ୍କୁ ଗାଡି ଚଳାଇବା କ୍ଷେତ୍ରରେ ଅଧିକ ଦକ୍ଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ସୁ-ବାହକ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନାରେ ୫୦ ହଜାର ଡ୍ରାଇଭରଙ୍କୁ ପ୍ରଶିକ୍ଷଣ ଦିଆଯିବ। ଗଞ୍ଜାମର ପାଲୁର ଠାରେ ଏକ ଡ୍ରାଇଭିଂ ଟ୍ରେନିଂ ସେଣ୍ଟର ଉଦ୍‌ଘାଟନ କରିଥିଲେ। ସଡକ ଓ ସଡକ ବ୍ୟବହାରକରୀ ତଥା ଯାତ୍ରୀ ମାନଙ୍କ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ। ବିଭିନ୍ନ ସଂସ୍ଥାଗତ ସେବା ତଥା ସ୍କୁଲ, କଲେଜ, ହସ୍‌ପିଟାଲ ଆଦିର ସୁବିଧା ସହଜରେ ଉପଲବ୍‌ଧ ହୋଇପାରେ। ଏକ ଗତିଶୀଳ ସାମାଜିକ ଓ ଅର୍ଥନୈତିକ ସମାଜ ଗଠନ ଦିଗରେ ଏହା ଏକ କାଟାଲିଷ୍ଟ (ଉବଗ୍ଧବକ୍ଷଚ୍ଚଗ୍ଦଗ୍ଧ) ଭାବରେ କାମ କରିଥାଏ। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରିବହନ ବିଭାଗକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଗତ ୨୩ ବର୍ଷ ଧରି ରାଜ୍ୟରେ ସୁଶାସନର ଧାରା ଅବ୍ୟାହତ ରହିଛି। ଗମନାଗମନର ବିକାଶ ପାଇଁ ରାଜ୍ୟରେ ସଡକ ପରିବହନ ସହିତ ରେଳ ଓ ଆକାଶମାର୍ଗରେ ପରିବହନର ବିକାଶ ପାଇଁ ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।

ପୁରୀ ଠାରେ ଇଲ୍‌କ୍ଟ୍ରୋନିକ୍‌ସ ଓ ଆଇଟି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଓ ସୋନପୁର ଠାରେ ସଂସଦୀୟ ବ୍ୟାପାର ଓ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ଉପସ୍ଥିତ ରହି ପରିବହନ ବ୍ୟବସ୍ଥା ଓ ବସ୍‌ଷ୍ଟାଣ୍ଡ ଭିତ୍ତିଭୂମି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ।

୫ଟି ସଚିବ ଭି  କେ  ପାଣ୍ଡିଆନ୍  କାର‌୍ୟ୍ୟକ୍ରମ  ସଂଚାଳନା କରିଥିଲେ।

ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓ.ଏସ୍‌.ଆର.ଟି.ସିର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ  ଶାସନ ସଚିବ ପ୍ରଦୀପ  ଜେନା  ଉନ୍ନୟନ  କମିଶନର ଅନୁ ଗର୍ଗ ଓ ବରିଷ୍ଠ  ଅଧିକାରୀମାନେ ଉପସ୍ଥିତ ଥିଲେ।

ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.