Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜି – ୨୦ ସଂସ୍କୃତି ମନ୍ତ୍ରୀ ମାନଙ୍କ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଜି – ୨୦ ସଂସ୍କୃତି ମନ୍ତ୍ରୀ ମାନଙ୍କ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

August 26, 2023No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀ ଠାରେ ଆୟୋଜିତ ଜି – ୨୦ ସଂସ୍କୃତି ମନ୍ତ୍ରୀ ବୈଠକକୁ ଭିଡିଓ ଲିଙ୍କ୍ ମାଧ୍ୟମରେ ସମ୍ବୋଧିତ କରିଛନ୍ତି।

କାଶୀ ନାମରେ ପରିଚିତ ବାରାଣସୀ ଠାରେ ପ୍ରଧାନମନ୍ତ୍ରୀ ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ ଏବଂ ଏହି ସହର ତାଙ୍କ ସଂସଦୀୟ କ୍ଷେତ୍ର ହୋଇ ଥିବାରୁ ଏଠାରେ ଜି- ୨୦ ସଂସ୍କୃତି ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହେଉ ଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ । କାଶୀକୁ ଅନ୍ୟତମ ପୁରାତନ ଜୀବନ୍ତ ସହର ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ନିକଟସ୍ଥ ସାରନାଥ ସହର ବିଷୟରେ କହିଥିଲେ, ଯେଉଁଠାରେ ଭଗବାନ ବୁଦ୍ଧ ତାଙ୍କର ପ୍ରଥମ ଧର୍ମୋପଦେଶ ଦେଇଥିଲେ। “କାଶୀ ଜ୍ଞାନ, କର୍ତ୍ତବ୍ୟ ଏବଂ ସତ୍ୟର ଭଣ୍ଡାର ଭାବରେ ଜଣାଶୁଣା ଏବଂ ଏହା ପ୍ରକୃତରେ ଭାରତର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ରାଜଧାନୀ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଅତିଥି ମାନଙ୍କୁ ଗଙ୍ଗା ଆରତୀ କାର୍ଯ୍ୟକ୍ରମ ଦେଖିବା ନିମନ୍ତେ, ସାରନାଥ ପରିଦର୍ଶନ କରିବା ପାଇଁ ଏବଂ କାଶୀର ବ୍ୟଞ୍ଜନର ସ୍ୱାଦ ଚାଖିବା ପାଇଁ ପରାମର୍ଶ ଦେଇଥିଲେ।

ସଂସ୍କୃତିର ଅନ୍ତର୍ନିହିତ ସମ୍ଭାବନା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜି – ୨୦ ସଂସ୍କୃତି ମନ୍ତ୍ରୀ ଗୋଷ୍ଠୀର କାର୍ଯ୍ୟ ସମଗ୍ର ମାନବଜାତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ଭାରତରେ ଆମେ ଆମର ଚିରସ୍ଥାୟୀ ଏବଂ ବିବିଧ ସଂସ୍କୃତି ପାଇଁ ଗର୍ବିତ। ଆମେ ଆମର ଦୃଶ୍ୟମାନ / ସ୍ଥାୟୀ ସାଂସ୍କୃତିକ ଐତିହ୍ୟକୁ ମଧ୍ୟ ବହୁତ ଗୁରୁତ୍ୱ ଦେଉଛୁ” ବୋଲି ଶ୍ରୀ ମୋଦୀ କହିଥିଲେ । ସେ କହିଥିଲେ ଯେ ଭାରତ ଏହାର ଐତିହ୍ୟସ୍ଥଳୀ ଗୁଡ଼ିକର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ କଠିନ ପରିଶ୍ରମ କରୁଛି। ଦେଶର ସାଂସ୍କୃତିକ ସମ୍ପତ୍ତି ଓ କଳାକାର ମାନଙ୍କୁ ଜାତୀୟ ସ୍ତରରେ ତଥା ଗ୍ରାମ ସ୍ତରରେ ମାନଚିତ୍ରଣ କରିବା ପାଇଁ ସେ ଉଲ୍ଲେଖ କରିଥିଲେ।

ସେ ଭାରତର ସଂସ୍କୃତିକୁ ପାଳନ କରିବା ପାଇଁ ଅନେକ କେନ୍ଦ୍ର ନିର୍ମାଣ କରିବା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ ଏବଂ ଦେଶର ବିଭିନ୍ନ ସ୍ଥାନରେ ଅବସ୍ଥିତ ଆଦିବାସୀ ସଂଗ୍ରହାଳୟ, ଯାହା ଭାରତର ଆଦିବାସୀ ସମ୍ପ୍ରଦାୟର ଜୀବନ୍ତ ସଂସ୍କୃତିକୁ ପ୍ରଦର୍ଶିତ କରେ ତାହାର ଉଦାହରଣ ଦେଇଥିଲେ। ନୂଆଦିଲ୍ଲୀ ଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତର ଗଣତାନ୍ତ୍ରିକ ଐତିହ୍ୟକୁ ପ୍ରଦର୍ଶିତ କରିବା ପାଇଁ ଏହା ଏକ ପ୍ରକାରର ପ୍ରୟାସ। ସେ “ୟୁଗେ ଯୁଗେ ଭାରତ’ ଜାତୀୟ ସଂଗ୍ରହାଳୟର ବିକାଶ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ, ଯାହା ସମ୍ପୂର୍ଣ୍ଣ ହେବା ପରେ ଭାରତର ୫,୦୦୦ ବର୍ଷରୁ ଅଧିକ ସମୟର ଇତିହାସ ଏବଂ ସଂସ୍କୃତିକୁ ପ୍ରଦର୍ଶିତ କରୁଥିବା ବିଶ୍ୱର ସର୍ବବୃହତ ସଂଗ୍ରହାଳୟ ଭାବରେ ଠିଆ ହେବ। ୨୦୧୪ ମସିହାରୁ ଭାରତ ଏଭଳି ଶତାଧିକ କଳାକୃତିକୁ ଫେରାଇ ଆଣିଛି ଯାହା ଏହାର ପ୍ରାଚୀନ ସଭ୍ୟତାର ଗୌରବକୁ ପ୍ରଦର୍ଶିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ। ଜୀବନ୍ତ ଐତିହ୍ୟ ତଥା ‘କଲଚର୍ ଫର ଲାଇଫ୍’ ପ୍ରତି ଅବଦାନକୁ ସେ ପ୍ରଶଂସା କରିଥିଲେ। ଶେଷରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସାଂସ୍କୃତିକ ଐତିହ୍ୟ କେବଳ ପଥରରେ ଖୋଦେଇ କରାଯାଏ ନାହିଁ, ବରଂ ପରମ୍ପରା, ରୀତିନୀତି ଏବଂ ପର୍ବପର୍ବାଣୀ ଗୁଡିକୁ ମଧ୍ୟ ପର ପିଢ଼ିକୁ ପ୍ରଦାନ କରାଯାଏ। କାର୍ଯ୍ୟକାରୀ ଗୋଷ୍ଠୀର ପ୍ରୟାସ ନିରନ୍ତର ଅଭ୍ୟାସ ଏବଂ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବ ବୋଲି ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ।

ଅର୍ଥନୈତିକ ଅଭିବୃଦ୍ଧି ଏବଂ ବିବିଧତା ପାଇଁ ଐତିହ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ଏବଂ ଏହା ଭାରତର ‘ବିକାଶ ଭି , ବିରାସତ ଭି’ (ବିକାଶ ସହିତ ଐତିହ୍ୟ ମଧ୍ୟ) ମନ୍ତ୍ରରେ ପ୍ରତିଫଳିତ ହୋଇଛି , ଯାହାର ଅର୍ଥ ହେଉଛି ବିକାଶ ସହିତ ଐତିହ୍ୟର ସଂରକ୍ଷଣ। ପ୍ରାୟ ୩,୦୦୦ ଅନନ୍ୟ କଳାକୃତି ଏବଂ ହସ୍ତଶିଳ୍ପ ସହିତ ୨,୦୦୦ ବର୍ଷର ପରୁଣା ଶିଳ୍ପକାରିଗରୀ ଐତିହ୍ୟ ପାଇଁ ଭାରତ ଗର୍ବିତ” ବୋଲି କହିବା ସହିତ ପ୍ରଧାନମନ୍ତ୍ରୀ ‘ଗୋଟିଏ ଜିଲ୍ଲା, ଗୋଟିଏ ଉତ୍ପାଦ’ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ଯାହା ଏକା ସାଙ୍ଗରେ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରିବା ସହିତ ଭାରତୀୟ ଶିଳ୍ପକାରିଗରୀର ସ୍ୱତନ୍ତ୍ରତାକୁ ପ୍ରଦର୍ଶିତ କରେ।

ସାଂସ୍କୃତିକ ଏବଂ ସୃଜନଶୀଳ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଦିଗରେ ଜି- ୨୦ ରାଷ୍ଟ୍ର ଗୁଡ଼ିକର ପ୍ରୟାସ ଗଭୀର ଗୁରୁତ୍ୱ ବହନ କରୁଛି କାରଣ ଏହା ସାମଗ୍ରିକ ଅର୍ଥନୈତିକ ବିକାଶରେ ସହାୟକ ହେବ ଏବଂ ସୃଜନଶୀଳତା ଏବଂ ନବସୃଜନକୁ ସମର୍ଥନ କରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ, ଆସନ୍ତା ମାସରେ ଭାରତ ୧.୮ ବିଲିୟନ ଡଲାରର ପ୍ରାରମ୍ଭିକ ବ୍ୟୟରେ ପିଏମ୍ ବିଶ୍ୱକର୍ମା ଯୋଜନା ଆରମ୍ଭ କରିବାକୁ ଯାଉଛି। ଏହା ପାରମ୍ପରିକ କାରିଗର ମାନଙ୍କ ପାଇଁ ସମର୍ଥନର ଏକ ପରିବେଶ ସୃଷ୍ଟି କରିବ ଏବଂ ସେମାନଙ୍କୁ ସେମାନଙ୍କ ଶିଳ୍ପକଳାରେ ଉନ୍ନତି ଆଣିବାରେ ସକ୍ଷମ କରିବ ଏବଂ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣରେ ଯୋଗଦାନ କରିବ ବୋଲି ସେ କହିଥିଲେ।

ସଂସ୍କୃତିକୁ ପାଳନ କରିବାରେ ପ୍ରଯୁକ୍ତି ବିଦ୍ୟା ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଭାରତର ଜାତୀୟ ଡିଜିଟାଲ ଜିଲ୍ଲା ଭଣ୍ଡାର ବିଷୟରେ ଉଲ୍ଲେଖ କରିଥିଲେ, ଯାହା ସ୍ୱାଧୀନତା ସଂଗ୍ରାମର କାହାଣୀକୁ ପୁନରୁଦ୍ଧାର କରିବାରେ ସାହାଯ୍ୟ କରୁଛି। ସାଂସ୍କୃତିକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ଅଧିକ ପର୍ଯ୍ୟଟନ ଅନୁକୂଳ କରିବା ସହିତ ଏହାର ସାଂସ୍କୃତିକ ଐତିହ୍ୟ ଗୁଡ଼ିକର ଉତ୍ତମ ସଂରକ୍ଷଣ ସୁନିଶ୍ଚିତ କରିବା ପାଇଁ ଭାରତର ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ଅଭିଭାଷଣ ଶେଷ କରି ପ୍ରଧାନମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଯେ ଜି – ୨୦ ସଂସ୍କୃତି ମନ୍ତ୍ରୀଙ୍କ କାର୍ଯ୍ୟକାରୀ ଗୋଷ୍ଠୀ ‘କଲଚର୍ ୟୁନାଇଟ୍ସ ଅଲ୍’ (ସଂସ୍କୃତି ସମସ୍ତଙ୍କୁ ଏକଜୁଟ କରେ) ଅଭିଯାନ ଆରମ୍ଭ କରିଛି, ଯେଉଁଥିରେ ବସୁଧୈବ କୁଟୁମ୍ବକମ୍ – ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ର ଭାବନାକୁ ଦର୍ଶାଯାଇଛି। ଜି – ୨୦ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମଧ୍ୟ ସେ ପ୍ରଶଂସା କରିଥିଲେ। ସଂସ୍କୃତି, ସୃଜନଶୀଳତା, ବାଣିଜ୍ୟ ଏବଂ ସହଯୋଗ ଭଳି ଚାରୋଟି ସି (C ) ର ମହତ୍ତ୍ୱକୁ ଆପଣଙ୍କ କାର୍ଯ୍ୟ ପ୍ରତିଫଳିତ କରୁଛି। ଏହା ଆମକୁ ଏକ ଦୟାଶୀଳ, ସମାବେଶୀ ଏବଂ ଶାନ୍ତିପୂର୍ଣ୍ଣ ଭବିଷ୍ୟତ ଗଠନ ପାଇଁ ସଂସ୍କୃତିର ଶକ୍ତିକୁ ଉପଯୋଗ କରିବାରେ ସକ୍ଷମ କରିବ ବୋଲି ପ୍ରଧାନମନ୍ତ୍ରୀ ଶେଷରେ କହିଥିଲେ।

ଉତ୍ତରପ୍ରଦେଶ କାଶୀ ଜି-୨୦ ନରେନ୍ଦ୍ର ମୋଦୀ ବାରଣାସୀ ଭିଡିଓ ଲିଙ୍କ୍ ସଂସ୍କୃତି ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Latest News

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.