Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବେ, ଧର୍ମେନ୍ଦ୍ରଙ୍କୁ ସମାଲୋଚନା କରି ଖୋଲାସା କଲା ବିଜେଡି
ବିଶେଷ ଖବର

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବେ, ଧର୍ମେନ୍ଦ୍ରଙ୍କୁ ସମାଲୋଚନା କରି ଖୋଲାସା କଲା ବିଜେଡି

August 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବେ, ଧର୍ମେନ୍ଦ୍ରଙ୍କୁ ସମାଲୋଚନା କରି ଖୋଲାସା କଲା ବିଜେଡି

ଭୁବନେଶ୍ୱର: ବିଜେଡି ନେତା ତଥା ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମାଲୋଚନା କରିବାକୁ ଯାଇ ଏକ ଖୋଲାସା କରିଛନ୍ତି। ତାହା ହେଲା ଯେ, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଖୁବ ଶିଘ୍ର ବିଜେପିରେ ମିଶିବେ। ସେ ହିଂସାତ୍ମକ କାର୍ଯ୍ୟ କରୁଥିବାରୁ ବିଜେଡି ତାଙ୍କୁ ଦଳରୁ ବହିସ୍କାର କରିଛି। ହେଲେ ସେହିପରି ନେତାଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଫୁଲମାଳ ଦେଇ କୋଳେଇ ନେବାକୁ ବସିଛନ୍ତି।

ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖୋର୍ଦ୍ଧାର ଏକ କାର୍ଯ୍ୟକ୍ରମରେ ଅପରାଜିତାଙ୍କୁ ଭୁବନେଶ୍ବରରେ ବିରୋଧ କରାଯିବା ଘଟଣାକୁ ନିନ୍ଦା କରିବା ସହିତ ପ୍ରଶାସକ କଳ ଏହାର ଷଢଯନ୍ତ୍ର କରିଛି ବୋଲି କହିଛନ୍ତି। ସେହିପରି ଉପନିର୍ବାଚନରେ ମଧ୍ୟ ହିଂସାତ୍ମକ କାର୍ଯ୍ୟ କଳାପ ପରିଲକ୍ଷିତ ହେଉଛି। ଏହା ବିଜେଡିର ଗୋଟିଏ ଗୋଟିଏ ପ୍ରାୟୋଜିତ କାର୍ଯ୍ୟକ୍ରମ। ସଂଖ୍ୟା ଗରିଷ୍ଠତା ଅଛି ବୋଲି ଯାହାତାହା କରିବା ଗଣତନ୍ତ୍ରରେ ଉଚିତ ନୁହେଁ ବୋଲି ଧର୍ମେନ୍ଦ୍ର କହିଛନ୍ତି।

ଏହାର ଜବାବ ଦେବାକୁ ଯାଇ ସସ୍ମିତ ଗଣମାଧ୍ୟମକୁ କହିଛନ୍ତି ଯେ ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି ଉପରେ ବିଶ୍ୱାସ କରେ ନାହିଁ । ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନଥିଲା। ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେ ଏହାକୁ ନିନ୍ଦା କରିଥାନ୍ତା।

ସସ୍ମିତ ପାତ୍ର ଗୋଟିଏ ଉଦାହରଣ ଦେଇ କହିଛନ୍ତି ଯେ ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ଶ୍ରୀ ନିରଞ୍ଜନ ସେଠୀଙ୍କୁ ୮ ସେପ୍ଟେମ୍ବର, ୨୦୨୧ ରେ ବାଲୁଗାଁ ଠାରେ ଆକ୍ରମଣ କରିଥିଲେ।

ଶ୍ରୀ ଜଗଦେବଙ୍କୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଥିଲେ। ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ଏବଂ ବିଜେଡି ସଭାପତି ଦଳରୁ ବହିଷ୍କାର କରିଥିଲେ କାରଣ ଶ୍ରୀ ନବୀନ ପଟ୍ଟନାୟକ ଗୁଣ୍ଡାଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ।

ତେବେ ସେହି ଶ୍ରୀ ପ୍ରଶାନ୍ତ ଜଗଦେବଙ୍କୁ ଫୁଲମାଳ ପିନ୍ଧାଯିବା ସହିତ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୀର୍ବାଦ ଏବଂ ନିୟମିତ ବୈଠକ ଯୋଗୁଁ ବିଜେପିରେ ଯୋଗ ଦେବାକୁ ପ୍ରସ୍ତୁତ ହେଉଛନ୍ତି । ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣ ସୃଷ୍ଟି କରୁଛନ୍ତି? ପ୍ରଶ୍ନ କରିଛନ୍ତି ସସ୍ମିତ ପାତ୍ର।

ସସ୍ମିତ ଆହୁରି କହିଛନ୍ତି ଯେ, ଆପଣ ଓଡ଼ିଶାର ଲୋକଙ୍କୁ କି ବାର୍ତ୍ତା ଦେବାକୁ ଚାହାନ୍ତି? ଜଣେ ବ୍ୟକ୍ତି ଯିଏ ଗୁଣ୍ଡାଗିରି ଏବଂ ଗୁଣ୍ଡାଗର୍ଦ୍ଦି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ କେବଳ ରାଜନୈତିକ ଫାଇଦା ପାଇଁ ତାଙ୍କୁ ଗ୍ରହଣ କରୁଛି କି? ଆପଣ ଓଡିଶାର ଲୋକଙ୍କୁ କିପରି ସାମ୍ନା କରିବେ? ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକଦେଖାଣିଆ ବୋଲି ଓଡିଶାବାସୀ ଜାଣିଥିବା ଡକ୍ଟର ପାତ୍ର କହିଛନ୍ତି।

ସସ୍ମିତଙ୍କ ଏହି ସାମ୍ବାଦିକ ସମ୍ମିଳନୀ ସ୍ପଷ୍ଟ କରିଛି ଯେ, ଚିଲିକା ବିଧାୟକ ଖୁବ ଶିଘ୍ର ବିଜେପିରେ ମିଶୁଛନ୍ତି। ଏହି ଖବର ବିଜେଡି ପାଖରେ ଥିବାରୁ ଆଜି ସାମ୍ବାଦିକ ସମ୍ମିଳନୀରେ ଏହାର ଖୋଲାସା କରାଯାଇଛି। ସେଥିପାଇଁ ବିଜେଡି ପୂର୍ବରୁ ପ୍ରଶାନ୍ତ ଜଗଦ୍ଦେବଙ୍କଠାରୁ ନେତା ଓ କର୍ମିମାନଙ୍କୁ ଦୂରେଇ ଦେଇଛି। ପ୍ରଶାନ୍ତ ପୁଣି ଥରେ ବିଜେଡିକୁ ଫେରିବେ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା ସେଥିରେ ବର୍ତ୍ତମାନ ଭଟ୍ଟା ପଡିଛି।

ଚିଲିକା ଚିଲିକା ବିଧାୟକ ଡକ୍ଟର ସସ୍ମିତ ପାତ୍ର ପ୍ରଶାନ୍ତ ଜଗଦ୍ଦେବ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସସ୍ମିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.