Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସହରୀ ବସ୍ତିବାସିନ୍ଦାଙ୍କୁ ନବୀନ ଦେଲେ ଭୂମି ଅଧିକାର ପ୍ରମାଣପତ୍ର, ହେଲେ ବିଜେପି କହୁଛି ଏହା ପ୍ରତାରଣା
ବିଶେଷ ଖବର

ସହରୀ ବସ୍ତିବାସିନ୍ଦାଙ୍କୁ ନବୀନ ଦେଲେ ଭୂମି ଅଧିକାର ପ୍ରମାଣପତ୍ର, ହେଲେ ବିଜେପି କହୁଛି ଏହା ପ୍ରତାରଣା

August 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସହରୀ ବସ୍ତିବାସିନ୍ଦାଙ୍କୁ ନବୀନ ଦେଲେ ଭୂମି ଅଧିକାର ପ୍ରମାଣପତ୍ର, ହେଲେ ବିଜେପି କହୁଛି ଏହା ପ୍ରତାରଣା

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହରାଞ୍ଚଳ ବସ୍ତି ବାସିନ୍ଦାଙ୍କୁ ଭୂମି ପ୍ରମାଣପତ୍ର ଦେଇଛନ୍ତି। ହେଲେ ଏହାକୁ ନେଇ ବିଜେପି ରାଜନୀତି ଆରମ୍ଭ କରିଦେଇଛି।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ଯେ, ଏବେ ସହରାଂଚଳରେ ବସ୍ତି ବାସିନ୍ଦାମାନଙ୍କୁ ଯେଉଁ କାଗଜ ଖଣ୍ଡିଏ ଦିଆଯାଉଛି ସେହି କାଗଜରେ ଲେଖାଯାଇଛି ଯେ, ଏହା ଏକ ଫର୍ମ ବୋଲି। ତା ତଳକୁ ଲେଖା ହୋଇଛି ଏହା ଏକ ପ୍ରମାଣ ପତ୍ର ବୋଲି । ଆଉ ଏହାକୁ ରାଜ୍ୟ ସରକାର କହୁଛନ୍ତି ଏହା ପଟ୍ଟା ବୋଲି।

ପ୍ରଥମେ ସରକାର ସ୍ପଷ୍ଟ କରନ୍ତୁ ଏହା ଫର୍ମ ନା ପ୍ରମାଣ ପତ୍ର ନା ପଟ୍ଟା। ଏମାନଙ୍କର ସବୁ ଜାଲି, ନକଲି । ସହରାଂଚଳରେ ନବେ ଦଶକରେ ବସ୍ତି ବାସିନ୍ଦାଙ୍କୁ ଯେଉଁ ପଟ୍ଟା ମିଳିଛି ସେଥିରେ ସ୍ପଷ୍ଟ ଭାବରେ ଲେଖାହୋଇଛି ଯେ, ବସ୍ତିବାସିନ୍ଦାଙ୍କ ଥଇଥାନ ଯୋଜନା ଅନୁସାରେ ମିଳିଥିବା ପଟ୍ଟା ବୋଲି।

ହେଲେ ଏବେ ରାଜ୍ୟ ସରକାର ଯେଉଁ କାଗଜ ଧରାଉଛନ୍ତି ସେଥିରେ କେଉଁଠି ବି ପଟ୍ଟା ଶବ୍ଦର ଲେଖାନାହିଁ । ରାଜ୍ୟ ସରକାରଙ୍କର ଯେଉଁ ସମବାୟ ବ୍ୟାଙ୍କ ଅଛି ସେମାନେ ବି ଏହି କାଗଜକୁ ସ୍ୱୀକାର କରୁନାହାନ୍ତି। ଏଥିରୁ ସ୍ପଷ୍ଟ ବୁଝାପଡୁଛି ଯେ,ରାଜ୍ୟ ସରକାର ବସ୍ତି ବାସିନ୍ଦାଙ୍କ ସହିତ ଛଳନା କରିଛନ୍ତି।

ସାମଲ କହିଛନ୍ତି ଯେ, ୨୦୧୨ ରୁ ୨୦୨୩ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବାରମ୍ବାର କହି କହି ଆସୁଛନ୍ତି ଯେ, ବସ୍ତି ବାସିନ୍ଦାଙ୍କୁ ପଟ୍ଟା ଦିଆଯିବ। ହେଲେ ୨୦୧୨ରୁ ୨୦୧୭ ମଧ୍ୟରେ ସହରାଂଚଳର କେଉଁ ଗୋଟିଏ ଲୋକଙ୍କୁ ସ୍ଥାୟୀ ଜମି ପଟା ମିଳିନଥିଲା। ପୁଣି ୪ ବର୍ଷ ପରେ ୨୦୧୭ ମସିହାରେ ଆଉଥରେ ସେହି ବିଲ୍‌ର ଏକ ଅଧ୍ୟାଦେଶ ଆଣି ମୁଖ୍ୟମନ୍ତ୍ରୀ ପୁଣି ଘୋଷଣା କଲେ କି ଆମେ ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ଜମି ପଟା ଏବଂ ଘର ଯୋଗାଇ ଦେବୁ। ତାହା ବି କେବଳ ପାଣିର ଗାର ପାଲଟିଲା ବୋଲି ସେ କହିଛନ୍ତି।

ପୁଣି ୨୦୨୨ରେ ଆଉ ଏକ ସଂଶୋଧିତ ଆଇନ ଆଣିଲେ। କେବଳ ଆଇନ ଆସୁଛି କିନ୍ତୁ ବସ୍ତି ବାସିନ୍ଦାଙ୍କୁ ଦୁଃଖ ଯାଉନି। ଏବେ ପୁଣି ୨୦୨୩ରେ ସେହି ପୁରୁଣା ନାଟକର ପୁନ୍ନତାବୃତି। ବିଜୁ ଜନତା ଦଳର ସରକାର କେବଳ ବସ୍ତି ବାସିନ୍ଦାଙ୍କ ଭୋଟ ନେଇଛି କିନ୍ତୁ ସେମାନଙ୍କୁ ପ୍ରତାରଣା କରିଛନ୍ତି ବୋଲି ଶ୍ରୀ ସାମଲ କହିଛନ୍ତି।

୨୦୧୪ ନିର୍ବାଚନ ଇସ୍ତାହାରରେ ନବୀନ ବାବୁ କହିଥିଲେ, ସହରରେ ଗୋଟିଏ ବି ପରିବାର ବିନା ପକ୍କା ଘରରେ ରହିବେ ନାହିଁ। ଯାହାର ନିଜସ୍ୱ ଜାଗା ନାହିଁ ସେହିି ପରିବାରକୁ ସରକାର ଜାଗା ଯୋଗାଇ ଦେବେ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କର ସେହି ଘୋଷଣା ବସ୍ତିର ଗରୀବ ଲୋକ ମାନଙ୍କ ପାଇଁ ପ୍ରତିବଦ୍ଧତା ନୁହେଁ ବରଂ ସହରୀ ଗରୀବ ଲୋକଙ୍କୁ ଠକିବା ପାଇଁ ଏକ ହୀନ ରାଜନୈତିକ ଉଦ୍ୟମ ବୋଲି ମନମୋହନ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ଜିଲ୍ଲା ସଭାପତି ବାବୁ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

ବାବୁ ସିଂ ମନମୋହନ ସାମଲ ସହରାଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026
Latest News

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.