Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୀତିଶ କୁମାର ଇଣ୍ଡିଆର ଆବାହକ ହେବେ ନାହିଁ, ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଉପରେ ବାଜି ଲଗାଇବେ କି ବିରୋଧୀ?
ବିଶେଷ ଖବର

ନୀତିଶ କୁମାର ଇଣ୍ଡିଆର ଆବାହକ ହେବେ ନାହିଁ, ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଉପରେ ବାଜି ଲଗାଇବେ କି ବିରୋଧୀ?

August 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅଗଷ୍ଟ ୩୧ରେ ମୁମ୍ବାଇରେ ହେବାକୁ ଥିବା ବିରୋଧୀଙ୍କ ଇଣ୍ଡିଆ ମେଣ୍ଟ ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଇଣ୍ଡିଆର ଆବାହକ ହେବାକୁ ମନା କରିଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଏବେ ଇଣ୍ଡିଆର ଆବାହକ କରାଯାଇପାରେ ବୋଲି କୁହାଯାଉଛି।

ଜେଡିୟୁ ଇଣ୍ଡିଆର ଆବାହକ ପଦ ପାଇଁ କଂଗ୍ରେସ ଅଧ୍ୟକ୍ଷ ଖଡ଼ଗେଙ୍କ ନାମ ପ୍ରସ୍ତାବ ଦେଇଛି। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ପହିଲା ମଧ୍ୟରେ ହେବାକୁ ଥିବା ଇଣ୍ଡିଆ ଆଲାଏନ୍ସ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିରୋଧୀ ମେଣ୍ଟର ଆବାହକ ହେବାକୁ ମନା କରିଦେଇଛନ୍ତି।

ଗତକାଲି ଯେତେବେଳେ ବିହାର ମୁଖ୍ୟମନ୍ତ୍ରୀଙ୍କୁ ଏକ ପ୍ରଶ୍ନ ପଚରାଯାଇଥିଲା, ସେ ସ୍ପଷ୍ଟ ଭାବରେ କହିଥିଲେ ଯେ ମୁଁ କିଛି ହେବାକୁ ଚାହୁଁନାହିଁ। ମୁଁ ଆପଣଙ୍କୁ ବାରମ୍ବାର ଏହା କହୁଛି। ‘‘ମୋର ସେପରି କୌଣସି ଇଚ୍ଛା ନାହିଁ। ମୁଁ କେବଳ ସମସ୍ତଙ୍କୁ ଏକାଠି କରିବାକୁ ଚାହୁଁଛି।’’

ଏନଡିଏ ସହ ଜଡ଼ିତ କିଛି ଦଳ ମଧ୍ୟ ଇଣ୍ଡିଆ ଆଲାଏନ୍ସ ବୈଠକରେ ଭାଗ ନେବେ ବୋଲି ନୀତିଶ ଦାବି କରିଛନ୍ତି। ଅଗଷ୍ଟ ୩୧ରେ ହେବାକୁ ଥିବା ଇଣ୍ଡିଆ ବୈଠକରେ ଯୋଗ ଦେବା ପାଇଁ ନୀତିଶ କୁମାର ମୁମ୍ବାଇ ଯିବେ। ତେବେ ଖଡ଼ଗେ ଆବାହକ ହେବା ନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଚିତ୍ର ମିଳିନାହିଁ। କିନ୍ତୁ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଖଡ଼ଗେ ଏହି ପଦ ଗ୍ରହଣ କରିବେ କି? ଏ ନେଇ କଂଗ୍ରେସ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

ଇଣ୍ଡିଆ ମେଣ୍ଟ ନୀତିଶ କୁମାର ମଲ୍ଲିକାର୍ଜୁନ ଖଡଗେ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅଗ୍ନି-୪’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

August 7, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026
Latest News

‘ଅଗ୍ନି-୪’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

August 7, 2026

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.