Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଲା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ କଲେ ଶେଷ ଦର୍ଶନ
ବିଶେଷ ଖବର

ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଲା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ କଲେ ଶେଷ ଦର୍ଶନ

September 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୂର୍ଯ୍ୟ ପାତ୍ରଙ୍କୁ ଶେଷ ବିଦାୟ ଦେଲା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ କଲେ ଶେଷ ଦର୍ଶନ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଶେଷ ବିଦାୟ ନେଇଛନ୍ତି ଓଡିଶାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ତାଙ୍କର ନୟାପଲ୍ଲୀ ବାସଭବନରେ ଆଜି ସକାଳୁ ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳର ସମସ୍ତେ ଶେଷ ଦର୍ଶନ କରିଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କୁ ଶେଷ ଦର୍ଶନ କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ 5ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ତାଙ୍କୁ ଶେଷ ଦର୍ଶନ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସ୍ବାନ୍ତନା ଦେବା ସହିତ ଦୁଃଖ ପ୍ରକାଶ କରିଥିଲେ। ସୂର୍ଯ୍ୟ ପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅତି ଘନିଷ୍ଠ ବ୍ୟକ୍ତି ଭାବେ ପରିଚିତ। ସେ ନବୀନ ସରକାରରେ ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରି ତାଙ୍କର ପ୍ରଶଂସା ଭାଜନ ହୋଇପାରିଥିଲେ। ସେଥିପାଇଁ ନବୀନ ଶେଷ ବେଳକୁ ତାଙ୍କୁ ବାଚସ୍ପତି ପରି ଗୁରୁତ୍ବପୂର୍ଣ୍ଣ ପଦବୀରେ ବସାଇଥିଲେ।

ନିଜ ବାସଭବନରେ ଶେଷ ଦର୍ଶନ ପରେ ତାଙ୍କର ପାର୍ଥିବ ଶରୀରକୁ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନକୁ ଅଣାଯାଇଥିଲା। ସେଠାରେ ମଧ୍ୟ ବିଜେଡି ମନ୍ତ୍ରୀ ବିଧାୟକ ତଥା ନେତାମାନେ ଶେଷ ଦର୍ଶନ କରିଥିଲେ। ସେଠାରେ କିଛି ସମୟ ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା। ତାଙ୍କ ଶରୀରରେ ଦଳୀୟ ପତାକାକୁ ଢାଙ୍କି ଦିଆଯାଇଥିଲା। ଏହାପରେ ତାଙ୍କୁ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।

ବିଜେଡି ନେତା ତଥା ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ପ୍ରସନ୍ନ ପାଟ୍ଟଶାଣୀ, ଡ ଅଚ୍ୟୁତ ସାମନ୍ତ, ସିଦ୍ଧାନ୍ତ ମହାପାତ୍ର, ପ୍ରଣବ ବଳବନ୍ତରାୟ, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବିକ୍ରମକେଶରୀ ଅରୁଖ ପ୍ରମୁଖ ବହୁ ବିଜେଡି ନେତା ତାଙ୍କର ଶେଷ ଦର୍ଶନ କରିଥିଲେ।

ଗତକାଲି ସନ୍ଧ୍ୟା ୭ ଟା ୩୧ ମିନିଟରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ହୋଇଥିଲା। ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ବିଭିନ୍ନ ସମୟରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଗତକାଲି ସଂଧ୍ୟାରେ ପରଲୋକ ହୋଇଯାଇଛି।

ମୃତ୍ୟୁ ବେଳକୁ ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରୁ ବିଧାୟକ ଭାବେ କାର୍ଯ୍ୟ କରୁଥିଲେ। ସୂର୍ଯ୍ୟ ନାରାୟଣ ପାତ୍ର ଗଂଜାମ ଜିଲ୍ଲା ଦିଗପହଣ୍ଡି ଓ ଗଜପତି ଜିଲ୍ଲା ମୋହନା ବିଧାନସଭା ଆସନରୁ ୭ ଥର ବିଧାୟକ ହୋଇଥିଲେ।

ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାୟକ ହୋଇଥିଲେ। ସେ ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଆଜି ତାଙ୍କର ବିୟୋଗ କେବଳ ଗଂଜାମ ଜିଲ୍ଲା ନୁହେଁ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ଆଜି ଅପରାହ୍ନରେ ତାଙ୍କର ଶେଷକୃତ୍ୟ ଦିଗପହଣ୍ଡିରେ କରାଯିବ।

ଡ. ସୂର୍ଯ୍ୟନାରାୟଣ ପାତ୍ର ନବୀନ ପଟ୍ଟନାୟକ ସୂର୍ଯ୍ୟନାରାୟଣ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026
Latest News

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.