Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ

September 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା। ଏ ସମସ୍ୟା ସଂପର୍କରେ ଜନସାଧାରଣ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର Task Force ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।

ଜଟଣୀ ଜମି ପଟ୍ଟା ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026
Latest News

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026

ICC Test Ranking: ଇତିହାସ ରଚିଲା ବାଂଲାଦେଶ

August 23, 2026

ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ରୋହୁଲ୍ଲା ମେହେଦିଙ୍କୁ ଗିରଫ କଲା ପୋଲିସ

August 23, 2026

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ

August 23, 2026

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.