Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୃଷିଯନ୍ତ୍ରପାତି ମେଳା: ୪୫୦ କୋଟି ଟଙ୍କାର ସରକାରୀ ରିହାତି ଲକ୍ଷ୍ୟ ଧାର୍ଯ୍ୟ
ବିଶେଷ ଖବର

କୃଷିଯନ୍ତ୍ରପାତି ମେଳା: ୪୫୦ କୋଟି ଟଙ୍କାର ସରକାରୀ ରିହାତି ଲକ୍ଷ୍ୟ ଧାର୍ଯ୍ୟ

September 8, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
କୃଷି ଯନ୍ତ୍ରପାତି ମେଳା
କୃଷି ଯନ୍ତ୍ରପାତି ମେଳା: ୪୫୦ କୋଟି ଟଙ୍କାର ସରକାରୀ ରିହାତି ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ବର: ଜନସଂଖ୍ୟା ବୃଦ୍ଧିକୁ ତାଳଦେଇ ଖାଦ୍ୟଶସ୍ୟ ଓ କୃଷିଜାତ ଦ୍ରବ୍ୟ ଉତ୍ପାଦନ ବୃଦ୍ଧିର ଆବଶ୍ୟକତା ରହିଛି। କୃଷି କ୍ଷେତ୍ରରେ ବୈଷୟିକ ଜ୍ଞାନର ଉପଯୋଗ ଓ କ୍ଷୟଶୀଳ ପ୍ରାକୃତିକ ସଂପଦ ଏବଂ ଉତ୍ପାଦନ ଖର୍ଚ୍ଚ ହ୍ରାସ ଆଦି ସମସ୍ୟାର ସମାଧାନ ଦିଗରେ କୃଷି ଯାନ୍ତ୍ରିକୀକରଣ ଏକ ପ୍ରମୁଖ ବିକଳ୍ପ। ତେଣୁ କୃଷି କ୍ଷେତ୍ରରେ ଅଧିକରୁ ଅଧିକ କୃଷି ଯନ୍ତ୍ରପାତିର ବ୍ୟବହାରକୁ ରାଜ୍ୟ ସରକାର ପ୍ରାଧାନ୍ୟ ଦେଇ ଆସୁଛନ୍ତି।

ରାଜ୍ୟ ସରକାର କୃଷକମାନଙ୍କୁ ଉନ୍ନତ କୃଷି ଯନ୍ତ୍ରପାତି ଓ ଉପକରଣ ଯୋଗାଣ ପାଇଁ ଆକର୍ଷଣୀୟ ରିହାତି ତଥା ସୁବିଧାରେ ଋଣ ଯୋଗାଇ ଦେଉଛନ୍ତି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନଠାରେ ଚଳିତ ବର୍ଷର କୃଷି ଯନ୍ତ୍ରପାତି ମେଳା ଆୟୋଜନ ସଂପର୍କରେ ରାଜ୍ୟ ଓ ରାଜ୍ୟ ବାହାରର କୃଷି ଯନ୍ତ୍ରପାତି ନିର୍ମାତା ଓ ବିକ୍ରେତାମାନଙ୍କ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ କୃଷି ଯନ୍ତ୍ରପାତି ଓ ଉପକରଣ ବ୍ୟବହାରକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାର ପ୍ରଦାନ କରୁଥିବା ରିହାତି ବ୍ୟବସ୍ଥାକୁ ଅଧିକ ସରଳୀକରଣ ଓ ବ୍ୟବସ୍ଥିତ କରାଯିବ ଏବଂ ରିହାତି ପ୍ରଦାନରେ ଅନିୟମିତତା ଓ ଅହେତୁକ ବିଳମ୍ବ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

୨୦୨୩-୨୪ ବର୍ଷରେ ରାଜ୍ୟରେ ୭୦ ହଜାରଟି କୃଷି ଯନ୍ତ୍ରପାତି ଓ ଉପକରଣ ଯୋଗାଣ ପାଇଁ ବିଭାଗ ପକ୍ଷରୁ ୪୫୦ କୋଟି ଟଙ୍କାର ସରକାରୀ ରିହାତି ପ୍ରଦାନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଅଦ୍ୟାବଧି ୨୪,୬୯୩ ଗୋଟି ଯନ୍ତ୍ରପାତିର ରିହାତି ବାବଦକୁ ହିତାଧିକାରୀଙ୍କୁ ୧୫୧.୨୦୧ କୋଟି ଟଙ୍କା ପ୍ରଦାନ କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

ବିଭିନ୍ନ ବ୍ୟାଙ୍କ ଓ ଋଣ ପ୍ରଦାନକାରୀ ସଂସ୍ଥାରୁ ସହଜରେ କୃଷି ଋଣ କରି ଯନ୍ତ୍ରପାତି କ୍ରୟ ନିମନ୍ତେ ଚାଷୀମାନଙ୍କ ପାଇଁ ‘ସଫଳ’ (ସିମ୍ପ୍ଲିଫାଏଡ୍‌ ଆପ୍ଲିକେସନ୍‌ ଫର ଏଗ୍ରିକଲଚରାଲ୍‌ ଲୋନ୍‌ସ) ଆପ୍‌ ପ୍ରଚଳନ କରାଯାଇଛି। ଅନୁମୋଦିତ କୃଷି ଯନ୍ତ୍ରପାତି ନିମନ୍ତେ ସରକାର ବର୍ଗାନୁକ୍ରମେ ଶତକଡ଼ା ୪୦ରୁ ୬୦ ଭାଗ ରିହାତି ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ନିମନ୍ତେ ଶତକଡ଼ା ୭୫ ଭାଗ ରିହାତି ପ୍ରଦାନ କରାଯାଉଛି। ପ୍ରାପ୍ୟ ରିହାତି ଡିବିଟି ମାଧ୍ୟମରେ ପ୍ରଦାନ କରାଯାଉଛି।

କୃଷି କ୍ଷେତ୍ରରେ ମହିଳାମାନଙ୍କର ଭାଗୀଦାରିତାକୁ ଲକ୍ଷ୍ୟ ରଖି କୃଷିଜୀବୀ ମହିଳା ଉପଯୋଗୀ କୃଷି ଯନ୍ତ୍ରପାତି ଉଦ୍ଭାବନ ଓ ବ୍ୟବହାର ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ। ଏଥି ସହିତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଯେପରି କୃଷି ଯନ୍ତ୍ରପାତି ସହଜରେ ବ୍ୟବହାର କରିପାରିବେ ସେଥି ନିମନ୍ତେ ସେମାନଙ୍କ ବ୍ୟବହାର ଉପଯୋଗୀ କୃଷି ଯନ୍ତ୍ରପାତି ଓ ଉପକରଣ ଉପରେ ପ୍ରାଧାନ୍ୟ ଦେବାକୁ ମନ୍ତ୍ରୀ କହିଥିଲେ।

କୃଷି ଯାନ୍ତ୍ରିକୀକରଣ ଫଳରେ ଓଡ଼ିଶାରେ କୃଷି କ୍ଷେତ୍ରରେ ୨୦୦୦-୦୧ ମସିହାରେ ବିଦୁ୍ୟତ ଶକ୍ତି ବ୍ୟବହାର ହେକଫର ପିଛା ୦.୬୨ କିଲୋୱାଟ୍‌ରୁ ବୃଦ୍ଧି ପାଇ ୨୦୨୧-୨୨ ବର୍ଷରେ ୨.୨୩ କିଲୋୱାଟ୍‌ରେ ପହଞ୍ଚିଛି। ଏହା ଦ୍ୱାରା କୃଷି ଉତ୍ପାଦନରେ ଉଲ୍ଲେଖନୀୟ ବୃଦ୍ଧି ହେବା ସହିତ ଜଳବାୟୁ ପରିବର୍ତ୍ତନରେ ଚାଷ କାମ ସମତାଳ ଓ ସମୟାନୁସାରେ ହୋଇପାରୁଛି।

ବିଗତ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସଫଳତାର ସହ ଆୟୋଜନ କରାଯାଇଥିବା ପରିପ୍ରେକ୍ଷୀରେ ଚଳିତ ବର୍ଷ କୃଷି ଯନ୍ତ୍ରପାତି ମେଳାକୁ ଉପଖଣ୍ଡ ସ୍ତରରେ ମଧ୍ୟ ଆୟୋଜନ କରାଯିବ ଏବଂ ଏହା ଅକେଫାବରରୁ ଡିସେମ୍ବର ମଧ୍ୟରେ ଆୟୋଜନ କରାଯିବ।

ମେଳା ସମୟରେ ଚାଷୀମାନଙ୍କ ଅବଗତି ନିମନ୍ତେ ପ୍ରଦର୍ଶିତ କୃଷି ଯନ୍ତ୍ରପାତି ଓ ଉପକରଣର ଦାମ ଓ ଏଥିରେ ମିଳୁଥିବା ରିହାତି ପରିମାଣ ସ୍ପଷ୍ଟ ଭାବରେ ଉଲ୍ଲେଖ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ।

ବୈଠକ ପ୍ରାରମ୍ଭରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ କହିଲେ ଯେ ବିଗତ ପାଞ୍ଚବର୍ଷରେ ୨୦୧୯-୨୦ରୁ ୨୦୨୨-୨୩ ପର୍ଯ୍ୟନ୍ତ ମୋଟ ୧,୭୦,୨୯୬ ଗୋଟି କୃଷି ଯନ୍ତ୍ରପାତି ଓ ଉପକରଣ ନିମନ୍ତେ ୧୦୦୫.୮୩୧ କୋଟି ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯାଇଛି। ଏଥି ମଧ୍ୟରେ ଟ୍ରାକଫର, ପାୱାର ଟିଲର, କମ୍ବାଇନ୍‌ ହାର୍ଭେଷ୍ଟର, ଧାନକଟା ଯନ୍ତ୍ର, ରୋଟାଭେଟର, ଧାନରୁଆ ଯନ୍ତ୍ର, ବହୁବିଧ ଶସ୍ୟ ଅମଳ ଯନ୍ତ୍ର, ଶକ୍ତିଚାଳିତ ଘାସବଛା ଯନ୍ତ୍ର ଓ କ୍ଷୁଦ୍ର ଧାନକଳ ଆଦି ଅନ୍ତର୍ଭୁକ୍ତ।

ବୈଠକରେ ବିଭାଗର ମୁଖ୍ୟଯନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଶତାଧିକ ଯନ୍ତ୍ରପାତି ନିର୍ମାତା ଓ ବିକ୍ରେତା ଯୋଗଦେଇଥିଲେ।

କୃଷି କୃଷିଯନ୍ତ୍ରପାତି ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କୁ ନେଇ ବଢିଲା ଚର୍ଚ୍ଚା, ଆଜି ଦିଲ୍ଲୀପ ରାୟ, ଗତକାଲି ରାଜ୍ୟପାଳ କାହିଁକି କଲେ ସାକ୍ଷାତ

July 22, 2025

ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ସ୍ନାୟୁ ଅସ୍ତ୍ରୋପଚାର କଲେ ସମ୍ ଡାକ୍ତର: ପୂର୍ବ ଭାରତରେ ପ୍ରଥମ

July 22, 2025

ପ୍ରତିଶ୍ରୁତି ପୂରଣ କଲେ ଆଇନ ମନ୍ତ୍ରୀ: ପୁନଃ କାର୍ଯ୍ୟକ୍ଷମ ହେବ ୨୦୨୧ ରେ ବନ୍ଦ ଥିବା ଚିଲିକାର ଏହି ସ୍କୁଲ

July 22, 2025

ଦ୍ବିତୀୟ ଦିନରେ ମଧ୍ୟ ସଂସଦର ଉଭୟ ଗୃହରେ ହାଙ୍ଗାମା, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦିନକ ପାଇଁ ଗୃହ ମୁଲତବି

July 22, 2025
Latest News

ରକ୍ଷାବନ୍ଧନ ପୂର୍ବରୁ ମହିଳାମାନଙ୍କୁ ଯୋଗୀ ସରକାରଙ୍କ ବଡ଼ ଉପହାର: କଲେ ଏହି ଘୋଷଣା

July 22, 2025

ଅବତରଣ କରିବା ପରେ ବିମାନର ଇଞ୍ଜିନରେ ଲାଗିଲା ନିଆଁ, ହଂକଂରୁ ଦିଲ୍ଲୀ ଆସିଥିଲା ଏୟାର ଇଣ୍ଡିଆ ବିମାନ

July 22, 2025

ଜଗଦୀପ ଧନଖରଙ୍କ ଇସ୍ତଫାର ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତିଙ୍କୁ ଭେଟିଲେ ହରିବଂଶ ନାରାୟଣ, ତାଙ୍କୁ ମିଳିବ କି ବଡ଼ ଦାୟିତ୍ୱ?

July 22, 2025

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କୁ ନେଇ ବଢିଲା ଚର୍ଚ୍ଚା, ଆଜି ଦିଲ୍ଲୀପ ରାୟ, ଗତକାଲି ରାଜ୍ୟପାଳ କାହିଁକି କଲେ ସାକ୍ଷାତ

July 22, 2025

ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ସ୍ନାୟୁ ଅସ୍ତ୍ରୋପଚାର କଲେ ସମ୍ ଡାକ୍ତର: ପୂର୍ବ ଭାରତରେ ପ୍ରଥମ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.