Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ବାରା ଆୟୁଷ୍ମାନ ଭବ କାର୍ଯ୍ୟକ୍ରମ ଉଦଘାଟିତ
ବିଶେଷ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ବାରା ଆୟୁଷ୍ମାନ ଭବ କାର୍ଯ୍ୟକ୍ରମ ଉଦଘାଟିତ

September 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୧୩-୦୯-୨୦୨୩) ଗାନ୍ଧୀ ନଗର ସ୍ଥିତ ରାଜଭବନରୁ ଆଭାସୀ ମାଧ୍ୟମରେ ଆୟୁଷ୍ମାନ ଭବ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ ‘ଆୟୁଷ୍ମାନ ଭବ’ ଅଭିଯାନର ଲକ୍ଷ୍ୟ ହେଛଛି କୌଣସି ବ୍ୟକ୍ତି ବା ଗ୍ରାମ ପଛରେ ପଡ଼ିବା ଅନୁଚିତ। ତା’ହେଲେ ଯାଇ ଆମ ଦେଶରେ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ସଫଳ ହୋଇପାରିବ। ଯଦି ପ୍ରତ୍ୟେକ ବ୍ୟକ୍ତି ଓ ପରିବାର ସୁସ୍ଥ ରହନ୍ତି, ତେବେ ଯାଇ ଏକ ସୁସ୍ଥ ଭାରତ ଗଠନ ସଂକଳ୍ପ ପୂରଣ ହେବ ବୋଲି ସେ କହିଛନ୍ତି। ଏହି ଲକ୍ଷ୍ୟ ହାସଲ ଦିଗରେ ଏକ ବହୁ ମନ୍ତ୍ରୀମଣ୍ଡଳସ୍ତରୀୟ ପଦ୍ଧତି ଗ୍ରହଣ କରାଯାଇ ଥିବାରୁ ସେ ଖୁସୀ ବ୍ୟକ୍ତ କରିଥିଲେ। ଏଭଳି ବିରାଟ ଲକ୍ଷ୍ୟ ହାସଲ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ସେ କହିଥିଲେ।

ସମସ୍ତ ହିତାଧିକାରୀଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ, ଗ୍ରାମବାସୀଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ କରିବା ପାଇଁ ଆୟୁଷ୍ମାନ ସଭା, ସ୍ବାସ୍ଥ୍ୟ ରକ୍ଷା ଓ ପୌଷ୍ଟିକତା, ଆୟୁଷ୍ମାନ ମେଳାର ଆୟୋଜନ ଏବଂ ସପ୍ତାହକୁ ଥରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ବିଶେଷଜ୍ଞ ଡାକ୍ତରଙ୍କ ପରିଦର୍ଶନ ଆୟୋଜନ ଭଳି ଆୟୁଷ୍ମାନ ଆପକେ ଦ୍ବାର ୩.୦ର ପଦକ୍ଷେପ ବେଶ୍ ପ୍ରଶଂସା ଯୋଗ୍ୟ ବୋଲି ଶ୍ରୀମତୀ ମୁର୍ମୁ କହିଥିଲେ।

ରାଷ୍ଟ୍ରପତି କହିଥିଲେ ଯେ ଭାରତ ନୂଆ ନୂଆ ପ୍ରଯୁକ୍ତି ଓ କାର୍ଯ୍ୟ ପଦ୍ଧତି ଜରିଆରେ ବିପୁଳ ଉତ୍ସାହର ସହ ଅନେକ କ୍ଷେତ୍ରରେ ଏଠାରେ ଆଗେଇ ଚାଲିଛି। ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ସେପ୍ଟେମ୍ବର ୨୦୨୧ରେ ଆରମ୍ଭ କରାଯାଇଥିବାରୁ ସେ ଖୁସୀ ବ୍ୟକ୍ତ କରିଥିଲେ। ଅନ୍ୟାନ୍ୟ କ୍ଷେତ୍ର ଭଳି ଭାରତ ସ୍ବାସ୍ଥ୍ୟ ଯତ୍ନ କ୍ଷେତ୍ରରେ ମଧ୍ୟ ଡିଜିଟାଲ ପଦ୍ଧତି ଅନ୍ତର୍ଭୁକ୍ତ କରି ଏକ ଦୃଷ୍ଟାନ୍ତ ରଖିବ ବୋଲି ସେ ବିଶ୍ବାସ ପ୍ରକଟ କରିଥିଲେ।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦେଶର ପ୍ରତି ଗ୍ରାମ ଓ ସହରରେ ପର୍ଯ୍ୟାପ୍ତ ସେବା ପହଞ୍ଚାଇବା ନିମନ୍ତେ ‘ଆୟୁଷ୍ମାନ ଭବ’ ଅଭିଯାନ ଭଳି ପଦକ୍ଷେପ ଦେଶବ୍ୟାପୀ ଯୋଜନା କରାଯାଇଛି। ଏହି ଅଭିଯାନ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨, ୨୦୨୩ ‘ସେବା ପକ୍ଷ’ରେ ତ୍ବରାନ୍ବିତ କରାଯିବ

ଆୟୁଷ୍ମାନ ଭବ ଅଭିଯାନ ଦ୍ରୌପଦୀ ମୁର୍ମୁ ସେବା ପକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026
Latest News

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.