Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ: ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ
ବିଶେଷ ଖବର

‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ: ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ

September 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଥିଲେ।

ଏହି ଯୋଜନାରେ ସାରା ରାଜ୍ୟରେ ୧୫ ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍‌ଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି।

‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇଦିଆଯିବ।

ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ନିର୍ଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି। ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାସ୍ଥ୍ୟବାନ ହୋଇପାରିବେ। ଏହା ଦ୍ୱାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ୫-ଟି ର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଶ୍ଳିଷ୍ଟ କରି ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟକରିବ ବୋଲି ମୁଁ ଦୃଢ ନିଶ୍ଚିତ। ଆମ ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରୀକ ବିକାଶକୁ ଆହୁରି ଆଗକୁ ନେବ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ। ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ କହିଲେ ଯେ ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ। ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି। ପୁଷ୍ଟିସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଥିଲେ।

କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

ନବୀନ ପଟ୍ଟନାୟକ ସୁସ୍ଥ ଜୀବନ
Share. Facebook Twitter LinkedIn Email WhatsApp Copy Link

Related Posts

ଲାଲ କରିଡରରୁ ନକ୍ସଲମୁକ୍ତ ଭାରତ ପର୍ଯ୍ୟନ୍ତ: 126 ରୁ 11 କୁ ଖସିଲା ନକ୍ସଲ ପ୍ରଭାବିତ ଜିଲ୍ଲା ସଂଖ୍ୟା

December 15, 2025

ବଢିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ, ଜାଣନ୍ତୁ କେତେ

December 15, 2025

କଂଗ୍ରେସରୁ ବହିସ୍କାର ହେବା ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ମୁଁ……

December 15, 2025

କଂଗ୍ରେସରୁ ବହିସ୍କୃତ ହେଲେ ମହମ୍ମଦ ମୋକିମ, ଚିଠି ଲେଖିବା ହେଲା କାଳ

December 15, 2025
Latest News

ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଧର୍ମେନ୍ଦ୍ର ପ୍ରଧାନ

December 16, 2025

ଓଡିଶା ପୁଲିସର “ଅପରେସନ୍ ଧରପଗଡ” ଅଭିଯାନ: ୪୦ ଅଭିଯୁକ୍ତ ଗିରଫ

December 16, 2025

ଐତିହାସିକ ମାଇଲଖୁଣ୍ଟ ହାସଲ: ୧୫,୦୦୦ ତମ କୋଚ୍ ନିର୍ମାଣ କଲା ଏମସିଏଫ୍

December 16, 2025

ଏପ୍ରିଲ ୨୦୨୫ ପରଠାରୁ ସର୍ବନିମ୍ନ ସ୍ତରରେ ବେକାରୀ ହାର

December 16, 2025

ସାଗରମାଲା କାର୍ଯ୍ୟକ୍ରମ ଅଧିନରେ ନିର୍ମାଣାଧୀନ ରହିଛି ୫.୮ ଲକ୍ଷ କୋଟି ମୂଲ୍ୟର ୮୪୦ଟି ପ୍ରକଳ୍ପ 

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.