Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ପାରମ୍ପରିକ କାରିଗର ଏବଂ ଶିଳ୍ପୀମାନଙ୍କ ପାଇଁ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଆଜି ପାରମ୍ପରିକ କାରିଗର ଏବଂ ଶିଳ୍ପୀମାନଙ୍କ ପାଇଁ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

September 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ “ପିଏମ୍ ବିଶ୍ୱକର୍ମା” ନାମକ ଏକ ନୂତନ ଯୋଜନାର ଶୁଭାରମ୍ଭ କରିବେ।

ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଉପରେ ପ୍ରଧାନମନ୍ତ୍ରୀଙ୍କର ନିରନ୍ତର ଲକ୍ଷ୍ୟ ରହିଛି। କେବଳ କାରିଗର ଓ ଶିଳ୍ପୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନୁହେଁ ବରଂ ସ୍ଥାନୀୟ ଉତ୍ପାଦ, କଳା ଓ ହସ୍ତଶିଳ୍ପ ମାଧ୍ୟମରେ ବହୁ ପୁରୁଣା ପରମ୍ପରା, ସଂସ୍କୃତି ଓ ବିବିଧ ଐତିହ୍ୟକୁ ବଞ୍ଚାଇ ରଖିବା ଓ ସମୃଦ୍ଧ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଦ୍ୱାରା ଏହି ଯୋଜନା ଅନୁପ୍ରାଣିତ ହୋଇଛି।

୧୩,୦୦୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କେନ୍ଦ୍ର ସରକାର ପିଏମ୍ ବିଶ୍ୱକର୍ମା ଯୋଜନାକୁ ସମ୍ପୂର୍ଣ୍ଣ ଆର୍ଥିକ ସହାୟତା ପ୍ରଦାନ କରିବେ। ଏହି ଯୋଜନା ଅଧୀନରେ ବାୟୋମେଟ୍ରିକ୍ ଆଧାରିତ ପିଏମ୍ ବିଶ୍ୱକର୍ମା ପୋର୍ଟାଲ ବ୍ୟବହାର କରି ସାଧାରଣ ସେବା କେନ୍ଦ୍ର ମାଧ୍ୟମରେ ବିଶ୍ୱକର୍ମା ମାନଙ୍କୁ ମାଗଣାରେ ପଞ୍ଜୀକୃତ କରାଯିବ। ସେମାନଙ୍କୁ ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର, ମୌଳିକ ଓ ଉନ୍ନତ ଦକ୍ଷତା ବିକାଶ ପ୍ରଶିକ୍ଷଣ ସହିତ ୧୫,୦୦୦ ଟଙ୍କାର ଟୁଲକିଟ୍ ପ୍ରୋତ୍ସାହନ ରାଶି, ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ କିସ୍ତି) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ କିସ୍ତି) ପର୍ଯ୍ୟନ୍ତ ବନ୍ଧକମୁକ୍ତ ଋଣ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ।

ଗୁରୁ – ଶିଷ୍ୟ ପରମ୍ପରା ବା ପରିବାର ଭିତ୍ତିକ ପାରମ୍ପରିକ କୌଶଳ ଓ ବୃତ୍ତିକୁ ସୁଦୃଢ଼ ଓ ଦୀର୍ଘସ୍ଥାୟୀ କରିବା ଏହି ଯୋଜନାର ଉଦ୍ଦେଶ୍ୟ। କାରିଗର ଏବଂ ଶିଳ୍ପୀ ମାନଙ୍କର ଉତ୍ପାଦ ଏବଂ ସେବାର ଗୁଣବତ୍ତା ତଥା ପ୍ରସାରରେ ଉନ୍ନତି ଆଣିବା ଏବଂ ସେମାନଙ୍କୁ ଘରୋଇ ଏବଂ ବିଶ୍ୱସ୍ତରୀୟ ମୂଲ୍ୟ ଶୃଙ୍ଖଳ ସହିତ ସମନ୍ୱିତ କରିବାକୁ ସୁନିଶ୍ଚିତ କରିବା ହେଉଛି ପିଏମ୍ ବିଶ୍ୱକର୍ମା ଯୋଜନାର ମୁଖ୍ୟ ଲକ୍ଷ୍ୟ।

ଏହି ଯୋଜନା ସମଗ୍ର ଭାରତରେ ଗ୍ରାମାଂଚଳ ଏବଂ ସହରାଞ୍ଚଳର କାରିଗର ଏବଂ ଶିଳ୍ପୀ ମାନଙ୍କୁ ସହାୟତା ପ୍ରଦାନ କରିବ। ପିଏମ୍ ବିଶ୍ୱକର୍ମା ଯୋଜନା ଅଧୀନରେ ୧୮ଟି ପାରମ୍ପରିକ ହସ୍ତଶିଳ୍ପ ଅନ୍ତର୍ଭୁକ୍ତ ହେବ। ଏଗୁଡିକ ମଧ୍ୟରେ ରହିଛି (୧) ବଢ଼େଇ କାମ ; (୨) ଡଙ୍ଗା ନିର୍ମାଣ; (୩) ଅସ୍ତ୍ରଶସ୍ତ୍ର ନିର୍ମାଣ; (୪) କମାର କାମ ; (୪) ହାତୁଡି ଏବଂ ଟୁଲ୍ କିଟ୍ ପ୍ରସ୍ତୁତି ; (୬) ତାଲା ନିର୍ମାଣ; (୭) ବଣିଆ ; (୮) କୁମ୍ଭାର କାମ; (୯) ମୂର୍ତ୍ତିଶିଳ୍ପୀ, ପଥର ଶିଳ୍ପୀ; (ଙ୍ଘ) ମୋଚି (ଚପଲ / ଜୋତା କାରିଗର); (୧୧) ମିସ୍ତ୍ରୀ (ରାଜମିସ୍ତ୍ରୀ); (୧୨) ଟୋକେଇ / ଚଟେଇ / ଝାଡୁ ପ୍ରସ୍ତୁତକାରୀ / ନଡିଆ କତା ବୁଣାଳୀ; (୧୩) କଣ୍ଢେଇ ଏବଂ ଖେଳନା ନିର୍ମାଣ (ପାରମ୍ପରିକ); (୧୪) ଭଣ୍ଡାରୀ; (୧୫) ଫୁଲମାଳ ପ୍ରସ୍ତୁତି ; (୧୬) ଧୋବା; (୧୭) ଦରଜୀ; ଏବଂ (୧୮) ମାଛ ଧରା ଜାଲ ପ୍ରସ୍ତୁତି।

ନରେନ୍ଦ୍ର ମୋଦୀ ପାରମ୍ପରିକ କାରିଗର ପିଏମ୍ ବିଶ୍ୱକର୍ମା ପିଏମ୍ ବିଶ୍ୱକର୍ମା' ଯୋଜନା ବିଶ୍ୱକର୍ମା ଜୟନ୍ତୀ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026
Latest News

ସୋଆରେ ଉତ୍କଳ ଦିବସ ପାଳିତ

April 1, 2026

ଆଇସିଏଆର-ସିଫାର ୩୯ତମ ବାର୍ଷିକ ଦିବସ ପାଳିତ

April 1, 2026

ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ: ଓଡ଼ିଶା ସମେତ ୮ ରାଜ୍ୟକୁ ୧,୫୩୬ କୋଟି ମଞ୍ଜୁର

April 1, 2026

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

April 1, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.