Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର: ଚାଷର ପ୍ରକ୍ରିୟାକରଣ ୟୁନିଟ ପାଇଁ ମିଳିବ ସହାୟତା
ବିଶେଷ ଖବର

ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର: ଚାଷର ପ୍ରକ୍ରିୟାକରଣ ୟୁନିଟ ପାଇଁ ମିଳିବ ସହାୟତା

September 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌
ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ  ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀ ମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ ସବୁର ସମାଧାନ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

ବୈଠକର ନିଷ୍ପତ୍ତି ଅନୁଯାୟୀ ସବୁ ପାନ ଚାଷୀ ମାନଙ୍କୁ ରାଜ୍ୟ ଯୋଜନାର  ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀ ମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ।

ପାନ ବରଜ ଥିବା ଚାଷୀ ମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ ପିଚ୍ଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ ପାଇଁ ସହାୟତା ମିଳିବ। ପାନ ଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ  ବିନା ସୁଧରେ ଏକ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଋଣ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।

ପାନ ପତ୍ର ବ୍ୟବସାୟରେ ଜି.ଏସ୍‌.ଟି ଲାଗୁ ସଂପର୍କରେ ଜିଏସଟି କମିଶନରଙ୍କୁ ଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ପାନ ପତ୍ର ପ୍ରକ୍ରିୟାକରଣ ୟୁନିଟ ଗୁଡିକୁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସବ୍‌ସିଡି ଯୋଗାଇ ଦିଆଯିବ। ଏଥିପାଇଁ ଆପିକଲ୍ ପକ୍ଷରୁ ଏକ ଡି.ପି.ଆର ପ୍ରସ୍ତୁତ କରାଯିବ।

ସେହିପରି ଗଞ୍ଜାମର କିଆଫୁଲ ଚାଷୀ ମାନଙ୍କୁ ମଧ୍ୟ ଜାତୀୟ ଉଦ୍ୟାନ କୃଷି ଅଧୀନରେ ପ୍ରୋତ୍ସାହନ ଦିଆଯିବ। ଉଦ୍ୟାନ କୃଷି ମିଶନର ସହାୟତା ସହିତ ରାଜ୍ୟ ବଜେଟରୁ କିଆଫୁଲ ଚାଷ ପାଇଁ ଅତିରିକ୍ତ ସହାୟତା ମଧ୍ୟ ଦିଆଯିବ। କିଆଫୁଲ ଚାଷ ସ୍ଥାନ ଗୁଡିକର ଗ୍ଦମସରଦ୍ଭଗ୍ଧସଲସମ ଜ୍ଞବକ୍ଟ୍ରକ୍ଟ୍ରସଦ୍ଭଶ କରାଯାଇ ଏହି ସହାୟତା ଦିଆଯିବ।

ପ୍ରାକୃତିକ ବିପର‌୍ୟ୍ୟୟରେ କ୍ଷତିଗସ୍ତ ହୋଇଥିବା କିଆଫୁଲ ଫସଲ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ରିପୋର୍ଟ ଭିତ୍ତିରେ ସହାୟତା ଦିଆଯିବ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଗଞ୍ଜାମ ଜିଲ୍ଲାପାଳ ମିଳିତ ଭାବେ ଜ୍ଞକ୍ଟୟବକ୍ଷସଗ୍ଧଚ୍ଚ ପ୍ରସ୍ତୁତ କରିବେ।

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କିଆଫୁଲ ପ୍ରକ୍ରିୟାକରଣ ୟୁନିଟକୁ ସାମିଲ କରିବା ପାଇଁ ଯୋଜନାର ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରାଯିବ।

ଗଞ୍ଜାମ ଜିଲ୍ଲାରେ କିଆଫୁଲ ଚାଷକୁ ପ୍ରୋତ୍ସାହିତ କରିବାକୁ ବୈଷୟିକ ସହାୟତା ଯୋଗାଇ ଦେବା ପାଇଁ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ କିମ୍ବା ଅନ୍ୟ କୌଣସି ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ସହାୟତା ନିଆଯିବ ବୋଲି ନିଷ୍ପତ୍ତି ହୋଇଛି।

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026
Latest News

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.