Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆଁଖାଇରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା: ଚାଷୀଙ୍କୁ ମିଳିଲା ୯୦୦ କୋଟି
ବିଶେଷ ଖବର

ନୂଆଁଖାଇରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା: ଚାଷୀଙ୍କୁ ମିଳିଲା ୯୦୦ କୋଟି

September 20, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।

ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି।

ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି।

ଏହି ଅବସର ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆ ଯାଇଛି।

ସେ ପୁଣି କହିଲେ ଯେ ଚାଷୀ ପରିବାର ର ପିଲାମାନେ ଡାକ୍ତର, ଇଞ୍ଜିନିଅର ହୋଇ, ଭଲ ଭଲ ପ୍ରଫେସନରେ ଯୋଗ ଦିଅନ୍ତୁ ବୋଲି ସେ ଚାହାନ୍ତି। ଏହାଦ୍ବାରା ସେମାନେ ନିଜ ପରିବାର ପାଇଁ, ସାରା ରାଜ୍ୟ ପାଇଁ ସୁନାମ ଆଣି ପାରିବେ ବୋଲି ମୁଖ୍ୟ ମନ୍ତ୍ରୀ କହୁଥିଲେ।

ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ପାଉଥିବା ଚାଷୀ ମାନଙ୍କ ପିଲା ମାନଙ୍କୁ ରାଜ୍ୟ ସରକାର କାଳିଆ ବୃତ୍ତି ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଫସଲ ବୀମା ର ପ୍ରିମିୟମ ଦେଉଛନ୍ତି। ଏ ବର୍ଷ ୨୨ ଲକ୍ଷରୁ ଅଧିକ ଚାଷୀ ବୀମା ପାଇଁ ପଞ୍ଜିକରଣ କରି ସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କୃଷି ପାଇଁ ରାଜ୍ୟ ସରକାର ବହୁତ୍ ଯୋଜନା କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଚାଷୀ ମାନେ ଏହାର ସୁଯୋଗ ନେଇ ଓଡ଼ିଶାକୁ କୃଷି କ୍ଷେତ୍ରରେ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ।

ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି। ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ।

ଏହା ସହିତ ଭୂମି ହୀନ ଚାଷୀ ମାନଙ୍କୁ ବିଭିନ୍ନ ଜୀବିକା ପାଇଁ ଯଥା ଛେଳି, କୁକୁଡ଼ା, ବତକ ପାଳନ, ମହୁ ଚାଷ, ଛତୁ ଚାଷ ଆଦି ପାଇଁ ମଧ୍ଯ ଏହି ସହାୟତା ଦିଆଯାଉଛି।

ଏହି ଅବସରରେ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ ମୁଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଯୋଗୁ ରାଜ୍ୟରେ ଅନେକ କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଛି। ସେଥି ମଧ୍ୟରୁ କାଳିଆ ଯୋଜନା ସ୍ବତନ୍ତ୍ର। ଏହା ଯୋଗୁ ଚାଷୀ ମାନେ ଆଉ ବେସରକାରୀ ଅର୍ଥ ଲଗାଣ କାରି ସଂସ୍ଥା କିମ୍ବା ଗାଁ ସାହୁକାର ଉପରେ ନିର୍ଭର କରୁ ନାହାନ୍ତି। ନିଜ ଉପରେ ଚାଷୀ ମାନଙ୍କ ଆସ୍ଥା ବଢ଼ିଛି। ଗତ ଚାରି ବର୍ଷରେ ରାଜ୍ୟରେ କ୍ରମାଗତ ଭାବେ ରେକର୍ଡ ଉତ୍ପାଦନ ହେଉଛି ବୋଲି ସେ କହିଥିଲେ।

ରାଜ୍ୟ ସରକାର କିଛି ବର୍ଷ ହେବ gender budgeting କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଯୋଜନାର ଅତି କମରେ ୩୦-୩୫ ପ୍ରତିଶତ ଅର୍ଥ ମହିଳା ମାନଙ୍କ ପାଇଁ ଖର୍ଚ୍ଚ ହେଉଛି।

ଏହି ଅବସରରେ କେତେକ କାଳିଆ ହିତାଧିକାରୀ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଢେଙ୍କାନାଳ IGIT ସରାଙ୍ଗରେ ପଢୁଥିବା ଛାତ୍ରୀ ରାଣୀ ସାହୁ କହିଲେ ଯେ କାଳିଆ ଛାତ୍ର ବୃତ୍ତି ଯୋଗୁ ସେ ଆଜି ଇଞ୍ଜିନିୟରିଂ ପଢ଼ି ପାରୁଛନ୍ତି। ନ ହେଲେ ହୁଏତ ତାଙ୍କ ସ୍ବପ୍ନ ପୁରଣ ହୋଇ ପାରି ନ ଥାନ୍ତା। ତାଙ୍କ ବାପାଙ୍କୁ କରଜ କରିବାକୁ ପଡ଼ି ଥାନ୍ତା। ତେଣୁ ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ସେହିପରି ବଲାଙ୍ଗୀରର ଚାଷୀ ବିନୋଦ ପ୍ରଧାନ, ନବରଙ୍ଗପୁରର ଲଛମା ଭତରା ଓ ବାଲେଶ୍ଵରର ଚାଷୀ ଗିରିଧାରୀ ଗିରି ପ୍ରମୁଖ କାଳିଆ ସହାୟତା ପାଇଁ ସେମାନଙ୍କ ହୃଦୟରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ। କାଳିଆ ଯୋଗୁ ସେମାନଙ୍କୁ ଋଣ କରିବାକୁ ପଡୁ ନାହିଁ। ସେମାନେ ସମସ୍ତେ ଈଶ୍ବରଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଉନ୍ନୟନ କମିଶନର ଅନୁ ଗର୍ଗ, ସମବାୟ ସଚିବ ଅରବିନ୍ଦ ଅଗ୍ରୱାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭିନ୍ନ ଜିଲ୍ଲାରେ ଅଧିକାରୀ ଓ ହିତାଧିକାରୀ ମାନେ ଭିଡ଼ିଓ କନଫରେନ୍ସ ଜରିଆରେ ଯୋଡ଼ି ହୋଇଥିଲେ।

କାର୍ଯ୍ୟକ୍ରମରେ କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ଵାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରଥିଲେ।

କାଳିଆ ସହାୟତା ନବୀନ ପଟ୍ଟନାୟକ ନୂଆଁଖାଇ ପର୍ବ ଭିଡ଼ିଓ କନଫରେନ୍ସ ରବି ଫସଲ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.