Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅନୁଭବଙ୍କ ଛାଡପତ୍ର ମାମଲା ଖାରଜ ହେବା ପରେ କଣ କହିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
ବିଶେଷ ଖବର

ଅନୁଭବଙ୍କ ଛାଡପତ୍ର ମାମଲା ଖାରଜ ହେବା ପରେ କଣ କହିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

September 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଛାଡପତ୍ର ମାମଲା
ଛାଡପତ୍ର ମାମଲା ଖାରଜ ହେବା ପରେ କଣ କହିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ: ଗତକାଲି କୋର୍ଟ ଅଭିନେତା ଅନୁଭବ ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡପତ୍ର ମାମଲା ଖାରଜ କରିଦେଇଛନ୍ତି। ଅନୁଭବ ମହାନ୍ତି ଛାଡପତ୍ର ପାଇଁ କରିଥିବା ଆବେଦନକୁ କୋର୍ଟ ଗ୍ରହଣ କରି ନାହାଁନ୍ତି। ଏହା ପରେ ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ନିଜ ସାମାଜିକ ଗଣମାଧ୍ୟମରେ ଆଜି ଏକ ଲମ୍ବା ବିବୃତି ପ୍ରଦାନ କରିଛନ୍ତି। ତାହା ହେଲା

” ସତ୍ୟ ଉପରେ ବିଶ୍ବାସ, ଧୈର‌୍ୟ୍ୟ, ସାହସ ଓ ଆତ୍ମବଳ ହିଁ ବ୍ୟକ୍ତିର ଶ୍ରେଷ୍ଠ ସମ୍ପତ୍ତି।ଦୀର୍ଘ ତିନି ବର୍ଷର ଲଢ଼େଇ। ତିନି ବର୍ଷର ମାନସିକ ଯନ୍ତ୍ରଣା। ମୋର ବ୍ୟକ୍ତିଗତ ଜୀବନ ବିଷୟରେ କିଛି ବି ନଜାଣି ଅନ୍ୟମାନଙ୍କର ନକାରାତ୍ମକ ମତ ଓ ମନ୍ତବ୍ୟ ଦେବା, ସାମାଜିକ ଗଣମାଧ୍ୟମରେ କୁତ୍ସାରଟନା, ପରିବାର ଲୋକଙ୍କ ନାଁରେ ମିଛ ଅଭିଯୋଗ, ଅସହାୟ ଲୋକଙ୍କୁ ନେଇ ଭିତ୍ତିହୀନ ଅଭିଯୋଗ, ଅପପ୍ରଚାର, ନିନ୍ଦା, ଅପମାନ, ଧମକ ଏସବୁରେ ଭାଙ୍ଗି ନପଡ଼ି ମୁଁ ଲଢ଼ିଲି ଏବଂ ଶେଷରେ ସତ୍ୟର ଜୟ ହେଲା”

ସେହିପରି ସେ କହିଛନ୍ତି, ” ଏହି ଆଇନଗତ ଲଢ଼େଇରେ ମୋ ପରିବାର ସବୁବେଳେ ମୋ ସହ ଠିଆ ହୋଇଛି। ମୋ ପରିବାର ତଥା ମୋ ମା’ଙ୍କ ଆଶୀର୍ବାଦ ବିନା ଏହା କେବେବି ସମ୍ଭବ ହୋଇ ପାରିନଥାନ୍ତା। ଏହି ଆଇନଗତ ଲଢ଼େଇରେ ତଥ୍ୟ ଓ ପ୍ରମାଣ ସହ ମୋ ପାଇଁ ଲଢ଼ିଥିବା ଆଇନଜୀବୀମାନଙ୍କୁ ଏବଂ ସତ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ତର୍ଜମା କରି ନ୍ୟାୟ ପ୍ରଦାନ କରିଥିବା ନ୍ୟାୟପାଳିକାଙ୍କୁ ସର୍ବ ପ୍ରଥମେ ଧନ୍ୟବାଦ ଜଣାଉଛି। ଏହା ସହ ମୋ ଜୀବନର ଏହି ଦୁଃସମୟରେ ମତେ ଅକୁଣ୍ଠିତ ଭାବରେ ସହଯୋଗ ଓ ସମର୍ଥନ ଜଣାଇଥିବା ପ୍ରତ୍ୟକ ବ୍ୟକ୍ତିଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି”

ବର୍ଷା ଆହୁରି କହିଛନ୍ତି ଯେ, ” ହୀନ ଉଦ୍ଦେଶ୍ୟ ନେଇ ଛାଡ଼ପତ୍ର ପାଇଁ ଆବେଦନ କଲେ ତାହା ଧରାପଡ଼େ ଓ ନ୍ୟାୟପାଳିକା ଦ୍ୱାରା ଖାରଜ ହୋଇ ସଫଳ ହୁଏ ନାହିଁ। ଅଗ୍ନିକୁ ସାକ୍ଷୀ ରଖି ପଡ଼ିଥିବା ହସ୍ତଗଣ୍ଠିର ଶକ୍ତି ବହୁତ ଅଧିକ। ପରିଶେଷରେ ଏତିକି କହିବି ଯେ ମିଛ ଯେତେ ଶକ୍ତିଶାଳୀ ହୋଇଥାଉ ଦିନେ ନା ଦିନେ ତାର ଅନ୍ତ ଘଟେ ଓ ସତ୍ୟର ବିଜୟ ହୁଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ମତେ ସବୁବେଳେ ସତ୍ୟ, ଧର୍ମ ଓ ନ୍ୟାୟ ପଥରେ ଚାଲିବା ପାଇଁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତୁ। ଜୟ ଜଗନ୍ନାଥ। “

ଅନୁଭବ ମହାନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବର୍ଷା ପ୍ରିୟଦର୍ଶିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.