Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ
ବିଶେଷ ଖବର

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ

October 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ-୨୦୨୩ ଅବସରରେ ୧୯୨୧ ମାର୍ଚ୍ଚ ୨୩ରୁ ୧୯୩୮ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟକୁ ନେଇ ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି।

ଆଜିଠାରୁ ୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେଉଥିବା ଏହି ପ୍ରଦର୍ଶନୀ ଊତ୍ତରପିଢ଼ିଙ୍କୁ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ଆଗମନ ସଂପର୍କରେ ବହୁମୂଲ୍ୟ ତଥ୍ୟ ପ୍ରଦାନ କରିବା ସହିତ ଗାନ୍ଧୀ ଚେତନା ଓ ଗାନ୍ଧୀ ଦର୍ଶନ ସଂପର୍କରେ ଯଥେଷ୍ଟ ଜ୍ଞାନ ପ୍ରଦାନ କରିବ ବୋଲି ମନ୍ତ୍ରୀ ଶ୍ରୀ ଅମାତ ମତବ୍ୟକ୍ତ କରିଥିଲେ।

୧୯୨୧ ମାର୍ଚ୍ଚ ୨୩ ତାରିଖରେ କଟକର କାଠଯୋଡ଼ି କୂଳରେ ମହାତ୍ମା ଗାନ୍ଧୀଙ୍କ ସାଧାରଣ ସଭାଠାରୁ ଆରମ୍ଭ କରି ଓଡ଼ିଶାର ବିଭିନ୍ନ ସ୍ଥାନରେ ସେ କରିଥିବା ପଦଯାତ୍ରା, ସାଧାରଣ ସଭା, ବିଶ୍ରାମସ୍ଥଳୀ ଆଦିର ଦୁର୍ଲଭ ଫଟୋଚିତ୍ର ଏହି ପ୍ରଦର୍ଶନୀରେ ଅତି ସୁନ୍ଦର ଭାବେ ପ୍ରଦର୍ଶିତ ହେଉଛି।

ଆଗାମୀ ଦିନରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଏହି ପ୍ରଦର୍ଶନୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ପାଇଁ ୩ ତାରିଖ ଦିନ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଚଳଚ୍ଚିତ୍ର ମଧ୍ୟ ପ୍ରଦର୍ଶନ କରାଯିବ। ସେହିପରି ୪ ତାରିଖ ଦିନ ଜୟଦେବ ଭବନ ପ୍ରେକ୍ଷାଳୟରେ ସର୍ବସାଧାରଣଙ୍କ ନିମନ୍ତେ ‘ଗାନ୍ଧୀ’ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ।

ଆଜିର ଏହି ଉଦ୍‌ଘାଟନୀ ଉତ୍ସବରେ ମନ୍ତ୍ରୀ ଶ୍ରୀ ଅମାତଙ୍କ ସହିତ ଭଣ୍ଡାରିପୋଖରୀ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡ. ପ୍ରଦୀପ କୁମାର ରାଉତ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୂର୍ଯ୍ୟ ରଞ୍ଜନ ମହାନ୍ତି, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀ ସୁଚେତା ପ୍ରିୟଦର୍ଶିନୀ, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ, ହରପ୍ରସାଦ ମହାପାତ୍ର ଏବଂ ଅନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

Gandhi Jayanti i&pr ଗାନ୍ଧୀ ଜୟନ୍ତୀ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନ ସୂଚନା ଓ ଲୋକ ସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

May 26, 2026

ରାଜଧାନୀରେ ବୁଲିଲା ଖଣ୍ଡା

May 25, 2026

ସତର୍କତା ଏବଂ ନିରାପଦ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବା ପାଇଁ  ଛଅ ରେଳ କର୍ମଚାରୀ ସମ୍ବର୍ଦ୍ଧିତ 

May 25, 2026

ଓଇଆରସି ପଦବୀରୁ ଇସ୍ତଫା ଦେଲେ ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା

May 25, 2026
Latest News

ନେଲ୍ ପଲିସ୍ ମଧ୍ୟ କର୍କଟ ରୋଗର କାରଣ ହୋଇପାରେ!

May 26, 2026

ସିଏନଜି ଦରରେ ବୃଦ୍ଧି

May 26, 2026

କର୍ଣ୍ଣାଟକରେ ନେତୃତ୍ୱ ପରିବର୍ତ୍ତନ ହେବ କି? ସିଦ୍ଧରମୈୟା କଂଗ୍ରେସ ହାଇକମାଣ୍ଡଙ୍କୁ ଭେଟିବେ

May 26, 2026

ଇବୋଲା ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା

May 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

May 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.