Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜନଅଭିଯୋଗର ସମାଧାନ, ଖର୍ଚ୍ଚ ହେବ ୩୯ କୋଟି ୨୫ ଲକ୍ଷ ଟଙ୍କା
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜନଅଭିଯୋଗର ସମାଧାନ, ଖର୍ଚ୍ଚ ହେବ ୩୯ କୋଟି ୨୫ ଲକ୍ଷ ଟଙ୍କା

October 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜନଅଭିଯୋଗର ସମାଧାନ, ଖର୍ଚ୍ଚ ହେବ ୩୯ କୋଟି ୨୫ ଲକ୍ଷ ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟି ଆବାସିକ କଲୋନୀଗୁଡିକର ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହିତ ଏସବୁ ସମସ୍ୟାର ସମାଧାନ ପାଇଁ ସେମାନଙ୍କର ଅଭିଯୋଗ ପତ୍ର ପ୍ରଦାନ କରିଥିଲେ।

ଏ ସମ୍ପର୍କରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା। ବୈଷୟିକ ଟିମ୍ ସେସବୁ ଅଞ୍ଚଳରେ ୪୨୯ଟି ରାସ୍ତା ଯାହା ୮୨ କି.ମି.ରୁ ଉର୍ଦ୍ଧ୍ୱ ଅଞ୍ଚଳ ପରିମିତ ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତୀକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ।

ରିପୋର୍ଟ ପାଇବାପରେ 5T ସଚିବ ସମ୍ପୃକ୍ତ ଆବାସିକ କଲୋନୀଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ସେସବୁ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ। ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି।

ସ୍ମାର୍ଟ ସିଟି ଭୁବନେଶ୍ୱର ନିକଟ ଅତୀତରେ ଦ୍ରୁତ ପରିବର୍ଦ୍ଧିତ ହୋଇ ଜଟଣୀ ଓ ବାଲିଅନ୍ତା ଅଞ୍ଚଳକୁ ପରିବ୍ୟାପ୍ତ ହୋଇଛି। ସେସବୁ ଅଞ୍ଚଳରେ ବହୁ ଆବାସିକ କଲୋନୀ ଗଢି ଉଠିଛି। ଆବାସିକ କଲୋନୀଗୁଡିକରେ ଆଭ୍ୟନ୍ତରୀଣ ରାସ୍ତା ଓ ବିଦ୍ୟୁତୀକରଣ ସମସ୍ୟା ଦୀର୍ଘ ଦିନର ଦାବୀ ଥିଲା।

ସୂଚନାଯୋଗ୍ୟ ଯେ, ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତୀକରଣ କାର୍ଯ୍ୟ କରାଯିବ। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

5T ସଚିବ vkpandian ଜଟଣୀ ବାଲିଅନ୍ତା ଭିକେପାଣ୍ଡିଆନ ଭୁବନେଶ୍ୱର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026

CJPର ସଂସଦ ପଦଯାତ୍ରା ପରେ ପ୍ରଧାନମନ୍ତ୍ରୀଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା

July 21, 2026

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026
Latest News

ପ୍ରତିବାଦ ସମୟରେ ଔରଙ୍ଗଜେବଙ୍କ ଫଟୋକୁ ନେଇ ଉତ୍ତେଜନା: ଏହି ପଦକ୍ଷେପ ନେଲା ପୋଲିସ

July 21, 2026

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026

ସିଜେପି ପ୍ରତିବାଦରେ ଯୋଗଦେଲେ ନାସିରୁଦ୍ଦିନ ଶାହ?: ଜାଣନ୍ତୁ ସତ୍ୟତା

July 21, 2026

CJPର ସଂସଦ ପଦଯାତ୍ରା ପରେ ପ୍ରଧାନମନ୍ତ୍ରୀଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.