Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

October 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ambulance
୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ସୂଚନାଯୋଗ୍ୟ ଯେ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି।

ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବାପରେ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। ଟୋଲ୍ ଫ୍ରି ନମ୍ବର ୧୦୮କୁ ଫୋନ୍ କରି ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

୧୦୮ ଆମ୍ବୁଲାନ୍ସ ambulance
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026
Latest News

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.