Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଛାତ୍ରଛାତ୍ରୀଙ୍କ ଭିତରେ ହକି ଖେଳ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍କୁଲରେ ନିଆଗଲା ଅଭିନବ ପଦକ୍ଷେପ
ବିଶେଷ ଖବର

ଛାତ୍ରଛାତ୍ରୀଙ୍କ ଭିତରେ ହକି ଖେଳ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍କୁଲରେ ନିଆଗଲା ଅଭିନବ ପଦକ୍ଷେପ

October 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଛାତ୍ରଛାତ୍ରୀଙ୍କ ଭିତରେ ହକି ଖେଳ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍କୁଲରେ ନିଆଗଲା ଅଭିନବ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି। ସୋମବାର ଦିନ ପ୍ରାର୍ଥନା ସଭାରେ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀଙ୍କୁ ଭାରତୀୟ ହକିଦଳର ସଫଳତାର କାହାଣୀ କୁହାଯାଇଛି। ଛାତ୍ରଛାତ୍ରୀମାନେ ଭାରତୀୟ ହକି ଦଳର ପରାକାଷ୍ଠା ଓ ବିଜୟ କାହାଣୀକୁ ଉତ୍ସାହର ସହ ଶୁଣିଥିଲେ।

ଚୀନରେ ଭାରତୀୟ ପୁରୁଷ ହକିଦଳ ‘ହ୍ୱାଙ୍ଗଝୋ ଏସିଆ କ୍ରୀଡ଼ା’ରେ ସ୍ୱର୍ଣ୍ଣ ପଦକ ଜିତି, ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସ୍ ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏସୀୟ କ୍ରୀଡାରେ ଭାରତୀୟ ପୁରୁଷ ହକି ଦଳର ଏହା ଚତୁର୍ଥ ସ୍ୱର୍ଣ୍ଣ ପଦକ। ସ୍ୱର୍ଣ୍ଣ ବିଜୟୀ ଭାରତ ଦଳ ପକ୍ଷରୁ ଏକମାତ୍ର ଓଡି଼ଆ ଖେଳାଳି ଭାବେ ଅମିତ ରୋହିଦାସ୍ ପ୍ରତିନିଧିତ୍ୱ କରିଥିଲେ।

ଏହି ଜୟଗାଥାର କାହାଣୀ ପ୍ରତ୍ୟେକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିକଟରେ ପହଁଞ୍ଚାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭଗ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ନିର୍ଦ୍ଦେଶ ଅନୁସାରେ ଶିକ୍ଷକ-ଶିକ୍ଷୟିତ୍ରୀ ହକିର ଏ ସଫଳତାରେ ଓଡି଼ଶାର ଅବଦାନ ସମ୍ପର୍କରେ ପିଲାମାନଙ୍କୁ ବିସ୍ତୃତ ଭାବରେ କହିଥିଲେ।

ଆମ ରାଜ୍ୟର ହକି ତାରକା ଦିଲ୍ଲୀପ୍ ତିର୍କୀ, ବିରେନ୍ଦ୍ର ଲାକ୍ରା, ଅମିତ୍ ରୋହିଦାସ୍‌, ନୀଲମ୍ ସଞ୍ଜୀବ୍ ଖେସ୍‌, ସୁଭଦ୍ରା ପ୍ରଧାନ, ନମିତା ଟପ୍ପୋ, ଲିଲିମା ମିଞ୍ଜ୍‌ଙ୍କ ପରି ଅନେକ ହକି କ୍ରୀଡ଼ାବିତ୍‌ଙ୍କ ସମ୍ପର୍କରେ କୁହାଯାଇ ଛାତ୍ରଛାତ୍ରୀମାନଙ୍କ ମନରେ ହକି ପ୍ରତି ଆଗ୍ରହ ସୃଷ୍ଟି କରାଯାଇଥିଲା। ଫଳରେ ସେମାନଙ୍କ ଉତ୍ସାହ ଓ ଆତ୍ମବିଶ୍ୱାସ ବଢ଼ିଛି।

ଛାତ୍ରଛାତ୍ରୀଙ୍କ ବୌଦ୍ଧିକ ବିକାଶ ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇଁ ସ୍କୁଲ ଶିକ୍ଷାରେ କ୍ରୀଡ଼ାର ଗୁରୁତ୍ୱକୁ ଉପଲବ୍ଧି କରି ଓଡି଼ଶାରେ ୫-ଟି ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ କ୍ରୀଡ଼ାକୁ ପ୍ରାଥମିକତା ଦିଆଯାଉଛି। ରୂପାନ୍ତରିତ ହୋଇଥିବା ସମସ୍ତ ସ୍କୁଲରେ ହକି, ଟେନିସ୍‌, ଫୁଟବଲ୍‌, ବାସ୍କେଟ୍‌ବଲ୍ ସହ ପାରମ୍ପରିକ କ୍ରୀଡ଼ା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ଓ ଉପକରଣ ଯୋଗାଇ ଦିଆଯାଇଛି।

ଆକର୍ଷଣୀୟ ଖେଳପଡି଼ଆ ସହ ଇଣ୍ଡୋର ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଓ କ୍ରୀଡ଼ା ଉପକରଣ ମଧ୍ୟ ଯୋଗାଇ ଦିଆଯାଇଛି। ହକିକୁ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡିକରେ ‘ମୋ ସ୍କୁଲ ହକି କ୍ଲବ୍‌’ କାର୍ଯ୍ୟ କରୁଛି। ସ୍କୁଲସ୍ତରରୁ ପ୍ରତିଭା ଚିହ୍ନଟ ଓ ସେମାନଙ୍କୁ ଦକ୍ଷ କ୍ରୀଡ଼ାବିତ୍ କରି ଗଢ଼ିତୋଳିବାରେ ଏହି କ୍ଲବ୍ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଷଷ୍ଠ ଶ୍ରେଣୀରୁ ଉର୍ଦ୍ଧ୍ୱ ଶ୍ରେଣୀର ଛାତ୍ରଛାତ୍ରୀମାନେ ଏହି କ୍ଲବ୍‌ରେ ଅଂଶଗ୍ରହଣ କରି ହକି ଖେଳୁଛନ୍ତି।

hockey school ସ୍କୁଲ ହକି
Share. Facebook Twitter LinkedIn Email WhatsApp Copy Link

Related Posts

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Latest News

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.