Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା
ବିଶେଷ ଖବର

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

October 10, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।

ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ। ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା। ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି ।

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର, ବ୍ୟାଙ୍କିଂ ବ୍ୟବସ୍ଥା ସୁବିଧା ମିଳିବ।ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ।

ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ। 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ଆଲୋଚନାରେ ଭାଗ ନେଇ 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର। ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

‘ଆମ ଓଡିଶା ନବୀନ ଓଡିଶା’ Ama Odisha Naveen Odisha ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ବିଧାନସଭା ବେଳେ ସଚିବମାନେ କଣ ମନ୍ତ୍ରୀଙ୍କୁ ସଠିକ ତଥ୍ୟ ଯୋଗାଉ ନାହିଁନ୍ତି କି ?

September 10, 2025

ନୂଆଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କହିଲେ…

September 10, 2025

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ, ଚାରିଟି ବିଭାଗର ପ୍ରସ୍ତାବ ଉପରେ ବାଜିବ ମୋହର

September 10, 2025
Latest News

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025

‘ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କର’, ଟ୍ରମ୍ପଙ୍କ ଚେତାବନୀ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜବାବ

September 10, 2025

ବିଧାନସଭା ବେଳେ ସଚିବମାନେ କଣ ମନ୍ତ୍ରୀଙ୍କୁ ସଠିକ ତଥ୍ୟ ଯୋଗାଉ ନାହିଁନ୍ତି କି ?

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.