Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶ ପାଇଁ ଆରମ୍ଭ ହେଲା ଏକ ଅଭିନବ ପଦକ୍ଷେପ
ବିଶେଷ ଖବର

ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶ ପାଇଁ ଆରମ୍ଭ ହେଲା ଏକ ଅଭିନବ ପଦକ୍ଷେପ

October 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ହାଇସ୍କୁଲ ଛାତ୍ରଛାତ୍ରୀ
ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶ ପାଇଁ ଆରମ୍ଭ ହେଲା ଏକ ଅଭିନବ ପଦକ୍ଷେପ

ଭୁବନେଶ୍ୱର: ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଆଉ ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି । ମଙ୍ଗଳବାର ଦିନ ସମସ୍ତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କର ପ୍ରଥମ ବ୍ଲକ୍ ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ପ୍ରତ୍ୟେକ ବ୍ଲକ୍‌ର ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଛାତ୍ରଛାତ୍ରୀମାନଙ୍କ ଶୈକ୍ଷିକ ବିକାଶ ପାଇଁଁ ଆବଶ୍ୟକୀୟ ପଦକ୍ଷେପ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା ।

ରାଜ୍ୟ ସରକାରଙ୍କର ବିଭିନ୍ନ ଶିକ୍ଷା ଯୋଜନା ବିଷୟରେ ବିଇଓ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ଦିଆଯାଉଥିବା ଶିକ୍ଷାର ମାନ, ସେମାନେ ସମ୍ମୁଖିନ କରୁଥିବା ଅସୁବିଧା, ତାହାର ସମାଧାନ, ଶିକ୍ଷାର ବିକାଶ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପର ସୁପରିଚାଳନା- ଏଭଳି ଅନେକ ବିଷୟବସ୍ତୁ ଉପରେ ବୈଠକରେ ଆଲୋଚନା କରାଯାଇଥିଲା ।

ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରଷ୍କାର, ଅକାଂକ୍ଷୀ ପାଠ୍ୟକ୍ରମ ଅଧିନରେ କ୍ଲବ୍ ଗଠନ, ହାଉସ୍ ସିଷ୍ଟମ୍‌, ରୂପାନ୍ତରିତ ବିଦ୍ୟାଳୟର ରକ୍ଷଣାବେକ୍ଷଣ ଭଳି ଅନେକ ବିଷୟରେ ପର୍ଯ୍ୟାଲୋଚନା କରାଯାଇଥିଲା ।

ସ୍ମାର୍ଟ ଶ୍ରେଣୀଗୃହ, ଇ-ପାଠାଗାର, ବିଜ୍ଞାନ ପରୀକ୍ଷାଗାର, ଶୁଦ୍ଧ ପାନୀୟ ଜଳ, ପୃଥକ ଶୌଚାଳୟ, ବିଦ୍ୟାଳୟ ପରିସରର ରକ୍ଷଣା ବେକ୍ଷଣ ଆଦି ବିଷୟ ସହ ନବମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ମାଗଣା ସାଇକେଲ ବାବଦ ଅର୍ଥରାଶିର ବଣ୍ଟନ ସମ୍ପର୍କରେ ଆଲୋଚନା ହୋଇଥିଲା ।

ପୂର୍ବହ୍ନ ୧୦ଟା ୩୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ବୈଠକ ଚାଲିଥିଲା । ପରେ ଏହି ବୈଠକ ଆୟୋଜିତ ହୋଇଥିବା ହାଇସ୍କୁଲ ପରିସରକୁ ସମସ୍ତ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ପରିଦର୍ଶନ କରି ମିଳିତ ଭାବରେ ଉକ୍ତ ବିଦ୍ୟାଳୟ ପାଇଁ ଆବଶ୍ୟକୀୟ ଯୋଜନା ପ୍ରସ୍ତୁତ କରିଥିଲେ । ତେବେ ପ୍ରତ୍ୟେକ ମାସର ପ୍ରଥମ ଶନିବାର ଏହି ବୈଠକ ଆୟୋଜନ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ମାର୍ଗଦର୍ଶିକା ଜାରି କରାଯାଇଛି ।

ଗଣଶିକ୍ଷା ଗଣଶିକ୍ଷା ବିଭାଗ ସ୍କୁଲ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ଲୋକସଭାରେ ଗୋପାଳପୁର-ରାୟଗଡ଼ା ନୂଆ ରେଳ ଲାଇନ ସମ୍ପର୍କରେ ସୂଚନା ଦେଲେ ରେଳ ମନ୍ତ୍ରୀ

July 30, 2026

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

July 30, 2026
Latest News

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ଲୋକସଭାରେ ଗୋପାଳପୁର-ରାୟଗଡ଼ା ନୂଆ ରେଳ ଲାଇନ ସମ୍ପର୍କରେ ସୂଚନା ଦେଲେ ରେଳ ମନ୍ତ୍ରୀ

July 30, 2026

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.