Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜୟନାରାୟଣ ମିଶ୍ରଙ୍କୁ ପୁଣି ଆଘାତ କଲା ବିଜେଡି, କହିଲା ତାଙ୍କର ମାନସିକ ସ୍ଥିତି ଠିକ ନାହିଁ
ବିଶେଷ ଖବର

ଜୟନାରାୟଣ ମିଶ୍ରଙ୍କୁ ପୁଣି ଆଘାତ କଲା ବିଜେଡି, କହିଲା ତାଙ୍କର ମାନସିକ ସ୍ଥିତି ଠିକ ନାହିଁ

October 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜୟନାରାୟଣ ମିଶ୍ରଙ୍କୁ ପୁଣି ଆଘାତ କଲା ବିଜେଡି, କହିଲା ତାଙ୍କର ମାନସିକ ସ୍ଥିତି ଠିକ ନାହିଁ

ଭୁବନେଶ୍ୱର: ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ରଙ୍କୁ ଆଜି ତୀବ୍ର ସମାଲୋଚନା କରିଛି ବିଜେଡି। ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଜୟନାରାୟଣଙ୍କୁ ପୁଣି ଥରେ ତାଙ୍କର ମାନସିକ ସ୍ଥିତି ଠିକ ନାହିଁ ବୋଲି କହିଛନ୍ତି। ଆଜି ଜୟନାରାୟଣ ଏକ ସାମ୍ବାଦିକ ସମ୍ମିଳନୀ କରି ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ବିରୋଧ କରିଛନ୍ତି।

ଏହି ସମୟରେ ଜୟନାରାୟଣ ମିଶ୍ର ଅମିତ ସାହା ପାଣ୍ଡିଆନଙ୍କ ଭେଟଘାଟକୁ ନେଇ ତାଙ୍କର ମନ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି ଯେ, ସାହା ପାଣ୍ଡିଆନଙ୍କୁ ଡାକି ତାଗିଦ କରିଛନ୍ତି। ଓଡିଶାରେ ଶିଘ୍ର ନିର୍ବାଚନ କଲେ ଆମେ ରାଷ୍ଟ୍ରପତି ଶାସନ ଲାଗୁ କରିଦେବୁ। ଏହାକୁ ନେଇ ତାହାର ଜବାବ ଦେଇଛି ବିଜେଡି।

ବିଜେଡି କହିଛି ଯେ, ସବୁବେଳେ ଆମେ କହି ଆସିଛୁ, ଜୟନାରାୟଣ ମିଶ୍ରଙ୍କର ମାନସିକ ସ୍ଥିତି ଠିକ୍ ନାହିଁ। କୋଲକାତାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସକ୍ ଟ୍ରିଟମେଣ୍ଟକୁ ଡରି ସେ ଲୁଚିକି ପଳାଇ ଆସିଛନ୍ତି। ଯେହେତୁ ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳିଚାଉଳି ହେଉଛନ୍ତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍ ମହାନ୍ତି।

ବିଜେଡି ମୁଖପାତ୍ର ଡକ୍ଟର ମହାନ୍ତି କହିଛନ୍ତି ଯେ ଏହି ବାଚଳାମିର ଆଉ ଏକ ଉଦାହରଣ ସଭିଏଁ ଦେଖିଲେ। କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ଓଡିଶା ଆସିଥିବା ବେଳେ ଜୟନାରାୟଣ ମିଶ୍ର କୋଲକାତାର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।

ତେଣୁ ସେତେବେଳେ କଣ ଘଟିଥିଲା ତାହା ଜାଣିବା ତାଙ୍କ ପକ୍ଷେ ସମ୍ଭବପର ନଥିଲା। ସେଥିପାଇଁ ଗଣମାଧ୍ୟମ ସାମ୍ନାରେ ପୁଣି ନିଜର ପାଗଳାମି ଦେଖାଇଛନ୍ତି।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଅନୁରୋଧ, ତୁରନ୍ତ ଶ୍ରୀଯୁକ୍ତ ମିଶ୍ରଙ୍କର ଚିକିତ୍ସା ବ୍ୟବସ୍ଥା କରାନ୍ତୁ। ଆଉ ଚିକିତ୍ସା ନସରିଲା ପର୍ଯ୍ୟନ୍ତ ଦୟାକରି ସମ୍ବଲପୁର ଯାଆନ୍ତୁନି।

ନଚେତ ବଲାଙ୍ଗୀରରେ ସିନା ଆପଣ ଅଳ୍ପକେ ମାଡ ଖାଇବାରୁ ବର୍ତ୍ତିିଗଲେ, ହେଲେ ସମ୍ବଲପୁରରେ ଜୟନାରାୟଣ ମିଶ୍ରଙ୍କ ବାଚଳାମିରୁ ଆପଣ ବର୍ତ୍ତି ପାରିବେ ନାହିଁ । ମନେଅଛି ନା ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ସହ କଣ ଘଟିଥିଲା?

ଦୟାକରି ରାଜ୍ୟ ବିଜେପି ନେତାଏଁ ଜୟନାରାୟଣ ମିଶ୍ରଙ୍କର ସ୍ୱାସ୍ଥ୍ୟାବସ୍ଥାକୁ ଅଣଦେଖା କରନ୍ତୁ ନାହିଁ। ଯେତେଶୀଘ୍ର ପାରୁଛନ୍ତି ତୁରନ୍ତ ତାଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଉପଲବ୍ଧ କରାନ୍ତୁ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

BJD BJP ଜୟନାରାୟଣ ମିଶ୍ର ବିଜେଡି ବିଜେପି ଲେନିନ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026
Latest News

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.