Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ବିରୋଧୀଙ୍କ ଅଭିଯୋଗ, ଜବାବ ରଖିଲା ବିଜେଡି
ବିଶେଷ ଖବର

ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ବିରୋଧୀଙ୍କ ଅଭିଯୋଗ, ଜବାବ ରଖିଲା ବିଜେଡି

October 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BJDSankha
ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ବିରୋଧୀଙ୍କ ଅଭିଯୋଗ, ଜବାବ ରଖିଲା ବିଜେଡି

ଭୁବନେଶ୍ୱର: ଆଜି ରାଜ୍ୟ ସରକାରଙ୍କ ତରଫରୁ ପ୍ରକାଶିତ ଏକ ବିଜ୍ଞାପନରେ ଶଙ୍ଖ ଚିହ୍ନ ରହିଥିବା  ନେଇ ବିରୋଧ କରିଛନ୍ତି ବିରୋଧୀ। ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ବିଭିନ୍ନ ଖବରକାଗଜରେ ବିଜ୍ଞାପନ ଦିଆଯାଇଛି। ସେଥିରେ ଶଙ୍ଖର ଏକ ଗ୍ରାଫିକାଲ ଚିତ୍ର ପ୍ରଦାନ କରାଯାଇଛି। ଯାହାକୁ ନେଇ ବିଜେପି ପ୍ରଶ୍ନ ଉଠାଇଛି।

ବିଜେପି କହିଛି ଯେ, ସରକାରୀ ବିଜ୍ଞାପନରେ କଣ ପାଇଁ ବିଜୁ ଜନତା ଦଳର ଶଙ୍ଖ ଚିହ୍ନକୁ ସ୍ଥାନିତ କରାଯାଇଛି। ସରକାରୀ ବିଜ୍ଞାପନରେ ଦଳୀୟ ପ୍ରଚାର ଅଗଣତାନ୍ତ୍ରିକ ବୋଲି ବିଜେପି ଅଭିଯୋଗ କରିଛି। ବିରୋଧୀଦଳର ନେତା ଜୟନାରାୟଣ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ସରକାରୀ ବିଜ୍ଞାପନରେ ଦଳୀୟ ଚିହ୍ନର ବ୍ୟବହାର ଘୃଣ୍ୟ ପରମ୍ପରା, ବେଆଇନ ବୋଲି କହିଛନ୍ତି।

ତେବେ ଏହାର ଜବାବ ଦେଇଛି ବିଜେଡି। ଦଳ କହିଛି ଯେ, ” ଶଙ୍ଖ – ଓଡିଆ ଜାତି ଓ ସଂସ୍କୃତିର ଅବିଛେଦ୍ୟ ଅଙ୍ଗ। ଆମ ପରମ୍ପରା ଅନୁସାରେ ସବୁ ଶୁଭ କାର୍ଯ୍ୟ ଆରମ୍ଭରେ “ଶଙ୍ଖ’ ବଜାଯାଏ। ରାଜ୍ୟ ବିଜେପି ନେତା କଣ ଚାହୁଁଛନ୍ତି ଏହା ବନ୍ଦ ହେଉ? ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କ୍ଷେତ୍ରକୁ ଶଙ୍ଖକ୍ଷେତ୍ର କୁହାଯାଏ। ଏହାର ନାମ ପରିବର୍ତ୍ତନ କରିବାକୁ କଣ ବିରୋଧୀ ଦଳ ଚାହୁଁଛନ୍ତି କି ବୋଲି କହିଛନ୍ତି ବିଜେଡିର ବରିଷ୍ଠ ବିଧାୟକ ଡକ୍ଟର ଅରୁଣ ସାହୁ।

ଡକ୍ଟର ସାହୁ କହିଛନ୍ତି ଯେ ଆମ ଓଡିଶା, ନବୀନ ଓଡିଶା – ଓଡିଶାର ଜନସାଧାରଣଙ୍କ ପାଇଁ କରାଯାଉଥିବା କାର୍ଯ୍ୟକ୍ରମ। ଜନତା ନିଜ ପଞ୍ଚାୟତରେ ଯେଉଁ ପ୍ରକଳ୍ପ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ, ତାକୁ ଏହି ଯୋଜନାରେ କାର୍ଯ୍ୟକାରୀ କରାଯାଉଛି। ଲୋକଙ୍କ ପାଇଁ ହେଉଥିବା ଭଲ କାମରେ ଶୁଭ ଶଙ୍ଖ ରହିଲେ ରାଜ୍ୟ ବିଜେପି ନେତାଙ୍କୁ କଷ୍ଟ କ’ଣ ପାଇଁ ହେଉଛି? ପ୍ରତି କଥାରେ ରାଜନୀତି କରିବା ବିରୋଧୀ ଦଳର ଅଭ୍ୟାସ ହୋଇଗଲାଣି।

ଓଡିଶାରେ ହେଉଥିବା ଦ୍ରୁତ ବିକାଶ ଜନତା ଦେଖୁଛନ୍ତି ଆଉ ଅନୁଭବ ମଧ୍ୟ କରୁଛନ୍ତି । ଯାହା ବିରୋଧୀଙ୍କୁ ଅସହ୍ୟ ହେଉଛି। ତେଣୁ ରାଜ୍ୟ ବିଜେପି ନେତା ଜନବିରୋଧୀ କାର୍ଯ୍ୟରେ ନିଜକୁ ସାମିଲ କରି ବିକାଶ ପ୍ରକ୍ରିୟାରେ ବାଧା ଆଣୁଛନ୍ତି। ସାଢେ ୪ କୋଟି ଓଡିଶାବାସୀ ଏଭଳି ଜନବିରୋଧୀଙ୍କୁ ଲଗାତାର ପ୍ରତ୍ୟାଖ୍ୟାନ କରି ଆସୁଛନ୍ତି ଏବଂ ଆଗକୁ ମଧ୍ୟ କରିବେ। ଯେଉଁଥିପାଇଁ ବିରୋଧୀ ଦଳ ହତାଶ ହୋଇଗଲେଣି ବୋଲି ଡକ୍ଟର ସାହୁ କହିଛନ୍ତି।

ଅରୁଣ ସାହୁ ଡ ଅରୁଣ ସାହୁ ବିଜେପି ବିଜ୍ଞାପନ ଶଙ୍ଖ
Share. Facebook Twitter LinkedIn Email WhatsApp Copy Link

Related Posts

୧୯୫୪ କୋଟି ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

November 15, 2025

ଖୋର୍ଦ୍ଧା: ସର୍ଦ୍ଧାର @୧୫୦, ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା

November 15, 2025

କଣ୍ଟେନରରେ ଗୋରୁ ଚାଲାଣ ବେଳେ ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

November 15, 2025

ଜନଜାତୀୟ ଗୌରବ ଦିବସ: ଭାରତର ଜନଜାତି ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମ୍ମାନ

November 15, 2025
Latest News

Demat Accounts Increase: ସେୟାର ମାର୍କେଟ ପ୍ରତି ଦେଶରେ ଲୋକଙ୍କ ଆଗ୍ରହ ବୃଦ୍ଧି ପାଉଛି, ସେବି

November 15, 2025

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025

ଡ୍ରଗ୍ସ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ: ୪୦ କୋଟି ମୂଲ୍ୟର ରାସାୟନିକ ପଦାର୍ଥ ଜବତ

November 15, 2025

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.