Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦିଲ୍ଲୀ ଗସ୍ତ ବେଳେ ଓଡିଶାବାସୀଙ୍କ ସ୍ୱାର୍ଥ ପ୍ରସଙ୍ଗ ଉଠାଉ ବିଜେପି: ବିଜେଡି
ବିଶେଷ ଖବର

ଦିଲ୍ଲୀ ଗସ୍ତ ବେଳେ ଓଡିଶାବାସୀଙ୍କ ସ୍ୱାର୍ଥ ପ୍ରସଙ୍ଗ ଉଠାଉ ବିଜେପି: ବିଜେଡି

October 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜେପି ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ ସେ ଏବଂ ଓଡିଶାର ସମସ୍ତ ବିଜେପି ବିଧାୟକ ଖୁବ୍ ଶୀଘ୍ର ଦିଲ୍ଲୀ ଯିବେ। ଆମେ ଆଶା କରୁଛୁ ସେମାନେ ଏଥର ଦିଲ୍ଲୀ ଗସ୍ତ କାଳରେ ରାଜନୀତି ନକରି ବରଂ ସେଠାରେ ଲୋକମାନଙ୍କ ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର।

ଡକ୍ଟର ପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ଲୋକଙ୍କର ଏହିସବୁ ସମସ୍ୟା ମଧ୍ୟରେ ରହିଛି ସମ୍ବଲପୁରରୁ କଟକ ପର୍ଯ୍ୟନ୍ତ ଲମ୍ବିଥିବା ଜାତୀୟ ରାଜପଥର ଦୂରାବସ୍ଥା । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୨୯୩୦ ଟଙ୍କା କରିବାକୁ ଓଡିଶା ବିଧାନସଭାରେ ସର୍ବସମ୍ମତ କ୍ରମେ ପାରିତ ହୋଇଥିବା ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା। ଓଡ଼ିଶାର କୃଷକମାନଙ୍କୁ ଫସଲ ବୀମା ଟଙ୍କା ଏବଂ ଆବଶ୍ୟକ ସାର ଯୋଗାଇବା। ସର୍ବନିମ୍ନ ସହାୟକ ମୂଲ୍ୟକୁ ଉତ୍ପାଦନ ଖର୍ଚ୍ଚର ୧.୫ ଗୁଣ ଧାର୍ଯ୍ୟ କରିବା ଏବଂ ସ୍ୱାମୀନାଥନ ଆୟୋଗ ରିପୋର୍ଟ ସୁପାରିଶକୁ କାର୍ଯ୍ୟକାରୀ କରିବା।

ସେହିଭଳି ପଶ୍ଚିମ ଏବଂ ଦକ୍ଷିଣ ଓଡିଶାରେ ଦୁର୍ବଳ ଟେଲି-ସାନ୍ଧ୍ରତା ଏବଂ ବ୍ୟାଙ୍କିଙ୍ଗ୍ ସେବାର ଅଭାବ। ଓଡିଶା ପାଇଁ ଅଟକା ଯାଇଥିବା ୭ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘର ବିଶେଷକରି ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର ଲକ୍ଷ ଲକ୍ଷ ଆଦିବାସୀ ଭାଇ ଓ ଭଉଣୀଙ୍କ ସ୍ୱାର୍ଥକୁ ଅଣଦେଖା କରାଯିବା। କେନ୍ଦୁ ପତ୍ର ଉପରେ ୧୮% ଜିଏସଟିକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାହାର କରାଯାଉ କାରଣ ପଶ୍ଚିମ ଓଡିଶାର ଅଧିକାଂଶ ବିଜେପି ବିଧାୟକ ୨୦୧୯ ରେ ସେହି କେନ୍ଦୁ ପତ୍ର କର୍ମଚାରୀଙ୍କ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି। ଆମେ ଆଶା କରୁଛୁ ଏଥର ବିଜେପି ନେତାମାନେ ଲୋକଙ୍କର ଏହିସବୁ ସମସ୍ୟା ଉଠାଇବେ ବୋଲି ଡକ୍ଟର ପାତ୍ର କହିଛନ୍ତି।

ଜୟନାରାୟଣ ମିଶ୍ର ଦିଲ୍ଲୀ ଗସ୍ତ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026
Latest News

“ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନେତୃତ୍ଵରେ ଏକଛତ୍ରବାଦ ଚାଲିଛି”: ପ୍ରିୟଙ୍କା ଗାନ୍ଧୀ

October 10, 2026

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.