Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ଆମ ଓଡିଶା ନବୀନ ଓଡିଶା’ ଯୋଜନା: ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

‘ଆମ ଓଡିଶା ନବୀନ ଓଡିଶା’ ଯୋଜନା: ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

October 13, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ। ଏହି ସମନ୍ବୟରେ ଗାଁ ଗାଁ ରେ ଆସିବ ସମୃଦ୍ଧି। ଏହି ହେଉଛି ଏକବିଂଶ ଶତାଦ୍ଦୀର ଓଡିଶା ପାଇଁ ଆମର ସଂକଳ୍ପ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡର ୪ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପୁରୀର ୬ଟି ନିର୍ବାଚନ ମଣ୍ଡଳୀର ୨୬୮ଟି ଗ୍ରାମ ପଞ୍ଚାୟତର ୪୧୩୦ଟି ପ୍ରକଳ୍ପ ପାଇଁ ୧୩୪ କୋଟି  ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ନୟାଗଡ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ୧୯୪ଟି ଗ୍ରାମ ପଞ୍ଚାୟତର  ୨୯୨୪ଟି ପ୍ରକଳ୍ପ ପାଇଁ ୯୭ କୋଟି ଟଙ୍କା ମଞ୍ଜୁର କରାଯାଇଛି।

୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ତୃଷାରକାନ୍ତି ବେହେରା, ବିଧାୟକ ସମୀର ରଞ୍ଜନ ଦାଶ, ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବିଧାୟକ ଉମାକାନ୍ତ ସାମନ୍ତରାୟ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ। ନୟାଗଡ ଜିଲ୍ଲା କାର୍ଯ୍ୟକ୍ରମରେ ବିଧାୟକ ସତ୍ୟନାରାୟଣ ପ୍ରଧାନ, ରମେଶଚନ୍ଦ୍ର ବେହେରା ଓ ଡଃ ଅରୁଣ କୁମାର ସାହୁଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ, ବ୍ଲକ ଅଧ୍ୟକ୍ଷ ଓ ସରପଞ୍ଚମାନେ ଯୋଗ ଦେଇ ମତାମତ ରଖିଥିଲେ। ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ, ଶ୍ରୀ ଲିଙ୍ଗରାଜ  ମନ୍ଦିର  ଏକାମ୍ର  ପ୍ରକଳ୍ପ, ତାଳଦଣ୍ଡା କେନାଲ ଆଦି ପ୍ରମୁଖ ରୂପାନ୍ତର କାର୍ଯ୍ୟକ୍ରମର  ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହି ରୂପାନ୍ତର ନବୀନ ଓଡିଶାର ଗୋଟିଏ ଗୋଟିଏ ନମୁନା ବୋଲି ୫-ଟି ସଚିବ ମତ ଦେଇଥିଲେ। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

‘ଆମ ଓଡିଶା ନବୀନ ଓଡିଶା’ ନବୀନ ପଟ୍ଟନାୟକ ନୟାଗଡ ପୁରୀ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.