Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ: ବିଜେଡି
ବିଶେଷ ଖବର

ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ: ବିଜେଡି

October 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଠଗଡରେ ଯେଉଁ ଅଭିଭାଷଣ ରଖିଲେ, ସେଥିରୁ ତାଙ୍କର ନିର୍ବୋଧତା ପଦାରେ ପଡିଛି। ଦୁର୍ଭାଗ୍ୟର କଥା ଶ୍ରୀଯୁକ୍ତ ପ୍ରଧାନ କହୁଛନ୍ତି, ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା, ଯାହା ସମ୍ପୂର୍ଣ୍ଣ ମିଛ କଥା ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ।

ଶ୍ରୀମତୀ ସାହୁ କହିଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ୨୦୦୧ ମସିହାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏଭଳି ବିଭ୍ରାନ୍ତିକର ତଥ୍ୟ ଦେଇ ଶ୍ରୀଯୁକ୍ତ ପ୍ରଧାନ ରାଜ୍ୟର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ମାନଙ୍କୁ ଅପମାନିତ କରିଛନ୍ତି। ଯେଉଁ ମା’ ମାନେ ଗଛ ତଳେ ବସି, ମୁଠି ଚାଉଳ ଦେଇ ଏହାକୁ ଗଢିଛନ୍ତି, ତାଙ୍କ କାର୍ଯ୍ୟ ବିଷୟରେ ନଜାଣି ବକ୍ତବ୍ୟ ଦେବା ସେମାନଙ୍କ ପ୍ରତି ଅପମାନ ଓ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା।

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଆଠଗଡ ନିର୍ବାଚନ ମଣ୍ଡଳୀ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥର ଶୋଚନୀୟ ଅବସ୍ଥାକୁ ସୁଧାରିବାକୁ କଣ କରିଛନ୍ତି ଏବଂ ୯ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ ସମୟରେ କଣ ପଦକ୍ଷେପ ନେଇଛନ୍ତି ସେ ବିଷୟରେ ଆଠଗଡବାସୀଙ୍କୁ କହିଥିଲେ ଭଲ ହୋଇଥାନ୍ତା। କାରଣ ଖାଲି ଆଠଗଡବାସୀ ନୁହଁନ୍ତି, ସାରା ଓଡିଶାବାସୀ ଜାଣିବାକୁ ଚାହୁଁଛନ୍ତି କାହିଁକି ଏନଏଚ-୫୫ ମରଣଯନ୍ତା ହେଲା ପରେ ମଧ୍ୟ ସେ ଚୁପ୍ ହୋଇ ରହିଛନ୍ତି।

ସେହିଭଳି ଓଡିଶାର ବିଜେପି ସାଂସଦମାନେ ଷଡଯନ୍ତ୍ର କରି ଗରିବ ଆଦିବାସୀଙ୍କୁ ମିଳିବାକୁ ଥିବା ଘର ବନ୍ଦ କରିଦେଲେ। ଆଜିର ସଭାରେ ଶ୍ରୀଯୁକ୍ତ ପ୍ରଧାନ ଏ ବାବଦରେ ପଦୁଟିଏ ମଧ୍ୟ ଉଲ୍ଲେଖ କଲେନାହିଁ। ସାଢେ ୪ କୋଟି ଓଡିଶାବାସୀଙ୍କ ସାମ୍ନାରେ ଏଭଳି ଅବିଚାର ନେଇ ବକ୍ତବ୍ୟ ରଖିଥିଲେ ଭଲ ହୋଇଥାନ୍ତା।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଆପଣ ଦାୟିତ୍ୱ ତୁଲାଉଛନ୍ତି। ଆଠଗଡ ଗସ୍ତ ସମୟରେ ଜବାହର ନବୋଦୟ ବିଦ୍ୟାଳୟ ଅଥବା କେନ୍ଦ୍ରୀୟ ବିଦ୍ୟାଳୟ ନେଇ ଶିଳାନ୍ୟାସ କରିଥିଲେ ଆଠଗଡବାସୀ ଉପକୃତ ହୋଇଥାନ୍ତେ। ଶିକ୍ଷାମନ୍ତ୍ରୀ ଭାବେ ଓଡିଶାର ବିଭିନ୍ନ ସ୍ଥାନ ବୁଲୁଛନ୍ତି। କହିଲେ, କେତେ କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହର ନବୋଦୟ ବିଦ୍ୟାଳୟ ପାଇଁ ଆପଣ କି ପଦକ୍ଷେପ ନେଇଛନ୍ତି। ସଭାରେ ବିଭ୍ରାନ୍ତିକର ତଥ୍ୟ ଦେବା ବଦଳରେ ଏସବୁର ହିସାବ ଦେଇଥିଲେ ଭଲ ହୋଇଥାନ୍ତା ବୋଲି ଶ୍ରୀମତୀ ସାହୁ କହିଛନ୍ତି।

ଆଠଗଡ଼ ଇପ୍ସିତା ସାହୁ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ମିଶନ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026
Latest News

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.