Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଗଠନ ହେବ ସ୍ବତନ୍ତ୍ର ସଂଗ୍ରହାଳୟ ନିର୍ଦ୍ଦେଶାଳୟ, ରାଜ୍ୟ କ୍ୟାବିନେଟର ଅନୁମୋଦନ
ବିଶେଷ ଖବର

ରାଜ୍ୟରେ ଗଠନ ହେବ ସ୍ବତନ୍ତ୍ର ସଂଗ୍ରହାଳୟ ନିର୍ଦ୍ଦେଶାଳୟ, ରାଜ୍ୟ କ୍ୟାବିନେଟର ଅନୁମୋଦନ

October 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଗଠନ ହେବ ସ୍ବତନ୍ତ୍ର ସଂଗ୍ରହଳାୟ ନିର୍ଦ୍ଦେଶାଳୟ, କ୍ୟାବିନେଟ ବୈଠକରେ ନିଷ୍ପତି

ଭୁବନେଶ୍ବର: ଓଡିଶାର ଗଠନ ହେବ ସ୍ବତନ୍ତ୍ର ସଂଗ୍ରହାଳୟ ନିର୍ଦ୍ଦେଶାଳୟ। ଆଜି ଏ ନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ହାସଲ କରିଛି। ପୂର୍ବରୁ ଦ୍ବିତୀୟ ଐତିହ୍ୟ କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତି ଗ୍ରହଣ କରାଯାଇଥିଲା। ସେହି ଅନୁସାରେ ଓଡିଶାରେ ଏକ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ ଗଠନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି।

ଏଥିସହିତ ଏହି ନିର୍ଦ୍ଦେଶାଳୟ ପାଇଁ ଆବଶ୍ୟକ ପଦବୀକୁ ମଧ୍ୟ କ୍ୟାବିନେଟ ମଂଜୁର କରିଛନ୍ତି। କାରଣ ଏହା ନିର୍ଦ୍ଦେଶାଳୟ ଭାବେ ଗଠନ ହେଲେ ଏଥିରେ ନିର୍ଦ୍ଦେଶକଙ୍କ ସହିତ ସହ ନିର୍ଦ୍ଦେଶକ, ଉପ ନିର୍ଦ୍ଦେଶକ, ଯୁଗ୍ନ ନିର୍ଦ୍ଦେଶକ ପରି ବହୁ ପଦବୀର ଆବଶ୍ୟକତା ରହିଛି। ଯାହାକୁ କ୍ୟାବିନେଟ ମଂଜୁର କରିଛନ୍ତି।

ବହୁ ବର୍ଷ ଧରି ଓଡିଶାରେ ସ୍ବତନ୍ତ୍ର ସଂଗ୍ରହାଳୟ ଗଠନ ପାଇଁ ଦାବୀ ହେଉ ଆସୁଥିଲା। ଦେଶରେ ପଶ୍ଚିମବଂଗ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ମଧ୍ୟ ପ୍ରଦେଶ ପରି ରାଜ୍ୟରେ ସ୍ବତନ୍ତ୍ର ସଂଗ୍ରହାଳୟ ନିର୍ଦ୍ଦେଶଳାୟ ରହିଛି। ସେହି ଅନୁସାରେ ଓଡିଶାରେ ଏପରି ବ୍ୟବସ୍ଥା ଲାଗୁ କରିବା ପାଇଁ ନିଷ୍ପତି ଗ୍ରହଣ କରାଯାଇଛି।

କ୍ୟାବିନେଟ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ। ସେହିପରି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଥିଲେ ଯେ, ଆଜିର କ୍ୟାବିନେଟରେ 7ଟି ବିଭାଗର ମୋଟ 16 ଟି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛନ୍ତି।

ସେହିପରି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ କହିଥିଲେ ଯେ, ରାଜ୍ୟରେ ସିକିମ ରେକର୍ଡ ଭୁକ୍ତ ଜମିର ଉତ୍ତରାଧିକାରୀଙ୍କ ନାମରେ କରିବା ପାଇଁ ଆଇନର ସଂଶୋଧନ କରାଯାଇଥିଲା।  ସେହିପରି ରାଜ୍ୟରେ ପ୍ରତି ବ୍ଲକରେ ବସଷ୍ଟାଣ୍ଡ ନିର୍ମାଣ ଅନୁଦାନକୁ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଥିଲେ। ଏଥିରେ ମୋଟ 373 କୋଟି ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏହା 2026 ରେ ଶେଷ ହେବ ବୋଲି କୁହାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେସିଂ ମାଧ୍ୟମରେ ଏହି ବୈଠକର ଅଧ୍ୟକ୍ଷତା କରିଥିଲେ। ଏଥିରେ ସମସ୍ତ କ୍ୟାବିନେଟ ମନ୍ତ୍ରୀ ଏବଂ ଅଧିକାରୀ ଲୋକସେବା ଭବନ କନଫ୍ରେସିଂ ହଲରେ ବସିଥିଲେ।

ଓଡିଶା କ୍ୟାବିନେଟ ବୈଠକ କ୍ୟାବିନେଟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.