Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
NaveenPatnaik
ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି।

ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ। ଆସନ୍ତା କାଲିଠାରୁ ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି କଳସ ଯାତ୍ରା ଆରମ୍ଭ ହେବ।

୭୫ତମ ସ୍ୱାଧୀନତା ଦିବସ ପାଳନର ଅନ୍ତିମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅବସରରେ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ‘ମେରି ମାଟି ମେରା ଦେଶ’ର ରାଜ୍ୟସ୍ତରୀୟ ସମାପନ ଦିବସ ପାଳନ କରାଯାଇଥିଲା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜିର ଭାରତ ଆମର ପୂଜ୍ୟ ଶହୀଦ ଓ ସଂଗ୍ରାମୀମାନଙ୍କ ଅବଦାନ। ସେମାନେ ଆମ ମାନସପଟ୍ଟରେ ଚିରଦିନ ପାଇଁ ଅମର ହୋଇ ରହିବେ। ଦେଶର ଅଗଣିତ ଶହୀଦ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ପୁଣ୍ୟ ଭୂମି।

ଏ ମାଟିରେ ଦେଶର ସ୍ୱାଧୀନତା ତଥା ମାତୃଭୂମିର ଗୌରବ ପାଇଁ ଅନେକ ବୀର ଶହୀଦ ହୋଇଛନ୍ତି। ସେହି ବୀର ମାଟିର ସମ୍ମାନାର୍ଥେ ଆୟୋଜିତ ଏହି ମାଟି କଳସ ଯାତ୍ରା ଆମ ସମସ୍ତଙ୍କୁ ଦେଶର ଏକତା ଓ ଅଖଣ୍ଡତା ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଏପରି ଏକ ମହତର କାର୍ଯ୍ୟକ୍ରମର ପରିକଳ୍ପନା ପାଇଁ ଧନ୍ୟବାଦ ଦେବା ସହ ଏହି ସମସ୍ତ ପୁଣ୍ୟ ମାଟିର ସମାହାରରେ ନୂଆଦିଲ୍ଲୀରେ ନିର୍ମିତ ଅମୃତ ବାଟିକା ଆଗାମୀ ଦିନରେ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ତୀର୍ଥ ସ୍ଥଳରେ ପରିଗଣିତ ହେବ ବୋଲି କହିଥିଲେ।

ଏହି ଅମୃତ ବାଟିକା ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମକୁ ଜାଗ୍ରତ କରିବା ସହ ଆଗାମୀ ପୀଢିକୁ ସଂଗ୍ରାମୀମାନଙ୍କର ତ୍ୟାଗ ଓ ବଳୀଦାନର ମୂଲ୍ୟବୋଧ ସମ୍ପର୍କରେ ଅବଗତ କରାଇବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ଏହି କାର୍ଯ୍ୟକ୍ରମ ଆମ ସ୍ୱାଧୀନତା ସଂଗ୍ରାମର ଇତିହାସକୁ ଆହୁରି ଉଜ୍ଜ୍ୱଳ କରିବ ଏବଂ ଏକ ନୂଆ ଓଡିଶା ତଥା ନୂଆ ଭାରତ ଗଠନ ପାଇଁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ।

ଏହି ଅବସରରେ ସବୁ ପଞ୍ଚାୟତରେ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓଡିଶାର ସବୁ ଭାଇ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ମାଟି କଳସ ଯାତ୍ରାରେ ସାମିଲ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ପଞ୍ଚାୟତିରାଜ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ ଅମାତ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟ ସରକାର ବୀର ସଂଗ୍ରାମୀମାନଙ୍କ ପ୍ରତି ସମ୍ମାନ ଜଣାଇ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ସବୁ ପଞ୍ଚାୟତରେ ଜନସାଧାରଣ ସାମିଲ ହୋଇ ବୀର ସଂଗ୍ରାମୀମାନଙ୍କ ଅବଦାନକୁ ସ୍ମରଣ କରି ସମ୍ମାନ ଜଣାଇଛନ୍ତି।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର କହିଲେ ଯେ ଏହି କାର୍ଯ୍ୟକ୍ରମ ଆମ ସମସ୍ତଙ୍କୁ ଏକ ମନ ଏକ ପ୍ରାଣ ହୋଇ ରାଜ୍ୟ ଓ ଦେଶ ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା ଏବଂ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଉପରେ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ପଞ୍ଚାୟତିରାଜ ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

NaveenPatnaik ମେରି ମାଟି ମେରା ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026
Latest News

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.