Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ ଭୁବନେଶ୍ବରକୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ ଭି କେ ପାଣ୍ଡିଆନ୍
ବିଶେଷ ଖବର

କଟକ ଭୁବନେଶ୍ବରକୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ ଭି କେ ପାଣ୍ଡିଆନ୍

October 29, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ 4.30 ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନକୁ ଯାଇ ପ୍ରକଳ୍ପ କାମ ବୁଲି ଦେଖିଥିଲେ। ପ୍ରଥମ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ତ୍ରିଶୂଳିଆ କୁ ଭାୟା ଚନ୍ଦ୍ରଶେଖରପୁର,ଜୟଦେବ ବିହାର, ବାଣୀ ବିହାର ମାଷ୍ଟର କ୍ୟାଣ୍ଟିନ ଓ ରାଜମହଲ ଛକ ଦେଇ ଭୁବନେଶ୍ବର ବିମାନ ବନ୍ଦରକୁ ସଂଯୋଗ କରିବ।

ମେଟ୍ରୋ ପ୍ରକଳ୍ପ ନିର୍ମାଣ କାମ ଯେପରି ଠିକ୍ ସମୟରେ ଆରମ୍ଭ ହେବ ସେ ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯୋଗ୍ୟ ଯେ ଏପ୍ରିଲ 2023 ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପ ବିଷୟରେ ଘୋଷଣା କରିଥିଲେ।

ଏଥିପାଇଁ DPR ମଧ୍ୟ ସରକାର ଙ୍କ ଅନୁମୋଦନ ଲାଭ କରିଛି . ଭୁବନେଶ୍ଵର ରୁ ଖୋର୍ଦ୍ଧା ,ପୁରୀ ଓ କଟକ ସହର ରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ corporation ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ଟିକୁ ଚଳିତ ବର୍ଷ ଏପ୍ରିଲ୍ ପହିଲାରେ ଘୋଷଣା କରିଥିଲେ। ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ୍ ମଧ୍ୟ ସରକାର ଅନୁମୋଦନ କରିଛନ୍ତି।

ମେଟ୍ରୋ ରେଳ ସେବାକୁ ଭୁବନେଶ୍ଵର ର ଅନ୍ୟ ସ୍ଥାନ ଗୁଡ଼ିକ ସହ ଖୋର୍ଦ୍ଧା, ପୁରୀ ଓ କଟକର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ସମ୍ପ୍ରସାରିତ କରିବା ପାଇଁ Delhi Metro Rail Corporation ପକ୍ଷରୁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଉଛି।

ଏହି ପ୍ରକଳ୍ପ ଦ୍ବାରା ଭୁବନେଶ୍ଵର ଓ କଟକ ମଧ୍ୟରେ ତ୍ରିଶୁଲିଆ ଏକ ପ୍ରମୁଖ ଜଙ୍କସନ ଭାବରେ ଗଢି ଉଠିବ। ଏହା ସହିତ ବାଙ୍କୀ ଓ ଆଠଗଡ ପଟରୁ ଦ୍ୱେତ ନଗରୀକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ଠିଆ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ଟ୍ରିଶୁଲିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର command ଓ control ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ stabling ସୁବିଧା ମଧ୍ୟ ରହିବ। ତ୍ରିଶୂଲିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି। ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ।

ବର୍ତ୍ତମାନ ସୁଦ୍ଧା ଏହି ପ୍ରକଳ୍ପରେ ସଂଶ୍ଳିଷ୍ଟ ଥିବା ବିଭିନ୍ନ ବିଭାଗ ଓ ଏଜେନ୍ସି ମାନଙ୍କ କାମର ଅଗ୍ରଗତିରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପଣ୍ଡିଆନ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଭିତ୍ତି ଭୂମି ସ୍ଥାପନ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନା ଯୋଗ୍ୟ ଯେ 2024 ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିବେ।

ନିର୍ଦ୍ଧାରିତ ଚାରି ବର୍ଷର ସମୟ ସୀମା ମଧ୍ୟରେ ଯେପରି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେଥିପାଇଁ 5T ନୀତି ଅନୁସରଣ କରି ପ୍ରକଳ୍ପର ସମସ୍ତ କାମକୁ ଭଲ ଭାବରେ ତଦାରଖ କରିବା ପାଇଁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ଏକ ଆକାଂକ୍ଷି ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଅନୁଯାୟୀ ଏକ ବିଶ୍ବ ସ୍ତରୀୟ ସହରାଞ୍ଚଳ ଗମନା ଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ଯେପରି ସଫଳ ହେବ ତାହା ସୁନିଶ୍ଚିତ କରିବାକୁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଯାତ୍ରୀ ମାନଙ୍କ ପାଇଁ ଏକ ଉନ୍ନତ ଦକ୍ଷ ପରିବହନ ବ୍ୟବସ୍ଥାର ବିକାଶ ପାଇଁ ଏହି ପ୍ରକଳ୍ପ ରେ ସଦ୍ୟତମ technology ର ପ୍ରୟୋଗ ସହିତ ଅତ୍ୟାଧୁନିକ ଉପକରଣର ବ୍ୟବହାର ପାଇଁ ଶ୍ରୀ ପଣ୍ଡିଆନ ପରାମର୍ଶ ଦେଇଥିଲେ।

ଯାତ୍ରୀ ମାନେ ଯେପରି ସୁରୁଖୁରରେ ଏଠାରୁ ସବୁ ସ୍ଥାନକୁ ଯିବଆସିବା କରି ପାରିବେ ସେଥିପାଇଁ ଅନ୍ୟାନ୍ୟ ପରିବହନ ବ୍ୟବସ୍ଥାକୁ ମେଟ୍ରୋ ରେଳ ସହିତ ଯୋଡ଼ିବାକୁ ସେ ପରାମର୍ଶ ଦେଇଥିଲେ। ଏହା ସହିତ ଭବିଷ୍ୟତରେ ଯେପରି ଆବଶ୍ୟକ ପଡ଼ିଲେ ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ପାରିବ, ତାକୁ ଧ୍ୟାନରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ସେ କହିଁଥିଲେ।

ଶ୍ରୀ ପଣ୍ଡିଆନ ମଧ୍ୟ ଅଚାନକ ଭାବେ କଟକ ନେତାଜୀ ବସ ଟର୍ମିନାଲ ପରିଦର୍ଶନ କରି ସେଠାରେ ସାଧାରଣ ଲୋକ ଓ ଯାତ୍ରୀଙ୍କ ଠାରୁ ମତାମତ ନେଇଥିଲେ ଓ ପରିଷ୍କାର ପରିଚ୍ଛନ୍ନତା ପରଖି ଥିଲେ। ସେ ଯାତ୍ରୀ ମାନଙ୍କ ବ୍ୟତୀତ ଦୋକାନୀ, ବିଭିନ୍ନ ସେବା ପ୍ରଦାନକାରୀ, ବସ ଅପରେଟର, ଓ ଅନ୍ୟ ଷ୍ଟାଫ ମାନଙ୍କ ସହ କଥା ବାର୍ତ୍ତା ହୋଇ ଅଧିକାରୀ ମାନଙ୍କୁ ସମନ୍ୱିତ ସୂଚନା ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ଏହାଦ୍ବାରା ଯାତ୍ରୀମାନେ ଆହୁରି ଆରାମ ଦାୟକ ଯାତ୍ରା କରିବା ସହିତ ଭଲ ଅନୁଭବ ନେଇ ଯିବେ ବୋଲି ସେ କହିଥିଲେ।

ଏହାପରେ ସେ ରୂପାନ୍ତରିତ ତାଳଦଣ୍ଡା କେନାଲ ମଧ୍ୟ ପରିଦର୍ଶନ କରିଥିଲେ। କେନାଲ କଡେ କଡେ ସୌନ୍ଦର୍ଯ୍ୟ କରଣ ବ୍ୟବସ୍ଥାର ବିକାଶ କରିବାକୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା କଟକ ସହର ବାସିଙ୍କ ପାଇଁ ଉତ୍ତମ ମନୋରଞ୍ଜନ ବ୍ୟବସ୍ଥାର ବିକାଶ ହୋଇ ପାରିବ।

ଶ୍ରୀ ପଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଅନୁ ଗର୍ଗ, ଇଲକ୍ଟ୍ରୋନିକ୍ସ ତଥା ଆଇ. ଟି ବିଭାଗର ପ୍ରମୁଖ ସଚିବ ମନୋଜ ମିଶ୍ର, କଟକ ଜିଲ୍ଲା ପ୍ରଶାସନ, ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ, ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଗସ୍ତ କରିଥିଲେ।

କଟକ ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.