Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁରୀରେ ହବିଶ୍ୟାଳିଙ୍କ କାର୍ତ୍ତିକ ବ୍ରତ ସେବା କେନ୍ଦ୍ରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ପୁରୀରେ ହବିଶ୍ୟାଳିଙ୍କ କାର୍ତ୍ତିକ ବ୍ରତ ସେବା କେନ୍ଦ୍ରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
KartikaBrata
ପୁରୀରେ ହବିଶ୍ୟାଳିଙ୍କ କାର୍ତ୍ତିକ ବ୍ରତ ସେବା କେନ୍ଦ୍ରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫ୍ରେସିଂ ଜରିଆରେ ପୁରୀରେ ହବିଶ୍ୟାଳି ମାନଙ୍କ ପାଇଁ କାର୍ତ୍ତିକ ବ୍ରତ ସେବା କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଶ୍ୟାଳି ମାନେ ଏକତ୍ରିତ ହୋଇଛନ୍ତି।

ବ୍ରତ ପାଇଁ ହବିଶ୍ୟାଳିମାନଙ୍କୁ ଶୁଭେଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଭଲରେ ବ୍ରତ କରନ୍ତୁ, ଶାନ୍ତିରେ ବ୍ରତ କରନ୍ତୁ। ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ। ଆପଣମାନେ ଆଶୀର୍ବାଦ ପାଇଲେ, ସାରା ଓଡିଶାକୁ ଆଶୀର୍ବାଦ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ତ୍ତିକ ମାସ ଧର୍ମ ମାସ, ବହୁତ ପବିତ୍ର ବୋଲି ମତ ଦେଇ ସେ କହିଲେ ଯେ ଏ ମାସରେ ମା ମାନେ ଆନନ୍ଦରେ ବ୍ରତ ପାଳନ କରିବେ ବୋଲି ତାଙ୍କର ପୁରା ବିଶ୍ୱାସ।

ମା ମାନଙ୍କ ସୁବିଧା ପାଇଁ ସବୁ ବ୍ୟବସ୍ଥା କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୩୦୦୦ରୁ ଅଧିକ ମା’ ଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ରହିବାଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ ପ୍ରଭୃତି ସବୁ ବ୍ୟବସ୍ଥା ହୋଇଛି। ଆପଣମାନଙ୍କ ସେବା ପାଇଁ ଜିଲ୍ଲା ପ୍ରଶାସନ ପୁରା ପ୍ରସ୍ତୁତ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟିରୁ ଆଜି ମା ମାନଙ୍କ ପାଇଁ ସବୁ ସୁବିଧା ହୋଇ ପାରିଛି। ଜିଲ୍ଲା ପ୍ରଶାସନ, ମନ୍ଦିର ପ୍ରଶାସନ, ସେବାୟତ, ସ୍ବେଛାସେବୀ ସମସ୍ତେ ସହଯୋଗ ଯୋଗାଇ ଦେଉଛନ୍ତି।

କ୍ରୀଡା ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା କହିଲେ ଯେ ମହିଳା କଲ୍ୟାଣକାରୀ ଯୋଜନାରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ପାଇଁ ଆଦର୍ଶ। ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ବ ଯୋଗୁ ଓଡ଼ିଶା ଆଜି ନାରୀ ଶକ୍ତିର ବିକାଶରେ ଅଗ୍ରଣୀ।

ଏହି କାର୍ଯ୍ୟକ୍ରମରେ କଟକର ଅହଲ୍ୟା ଆଚାର୍ଯ୍ୟ, ନବରଙ୍ଗପୁରର ପାର୍ବତୀ ହରିଜନ ଓ ଗଞ୍ଜାମର ରାଧା ଦେବୀ ପଣ୍ଡା ପ୍ରମୁଖ ହବିଶ୍ୟାଳି ମାନେ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଲେ ଯେ ପୂର୍ବରୁ କାର୍ତ୍ତିକ ବ୍ରତ ପାଇଁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସେମାନଙ୍କ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଖାଇବା, ଯିବା ଆସିବା, ଭଜନ କୀର୍ତ୍ତନ ସବୁ ସୁବିଧା କରିଛନ୍ତି । ମହାପ୍ରଭୁ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘାୟୁ କରନ୍ତୁ ବୋଲି ସେମାନେ କାମନା କରିଥିଲେ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସୂଚନା ଯୋଗ୍ୟ ଯେ ପୁରୀରେ କାର୍ତ୍ତିକ ମାସରେ ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଶ୍ୟାଳି ମାନେ ଆସିଥାନ୍ତି। ସେମାନଙ୍କ ଅସୁବିଧାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ୨୦୧୬ରୁ ହବିଶ୍ୟାଳି ଯୋଜନା ଆରମ୍ଭ କରିଛନ୍ତି। ଗତ ବର୍ଷ ଠାରୁ ସେମାନଙ୍କ ରହିବାର ସୁବିଧା ପାଇଁ ସାତ ମହଲା ବିଶିଷ୍ଟ ଏକ ଭବନ ନିର୍ମାଣ କରାଯାଇଛି।

ଏହା ବୃନ୍ଦାବତୀ ନିବାସ ନାମରେ ନାମିତ। ଏଠାରେ ରହି ମା ମାନେ ରାଇ ଦାମୋଦର ବ୍ରତ କରିଥାନ୍ତି। ପୁରୀରେ ହବିଶ୍ୟାଳି ମାନଙ୍କ ରହିବା ପାଇଁ ଏହା ସହିତ ବଗଲା ଧର୍ମଶାଳା, ବାଗିଡିଆ ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପ ଓ ଅକ୍ଷୟ ପାତ୍ର ଫାଉଣ୍ଡେସନ ରେ ମଧ୍ୟ ବ୍ୟବସ୍ଥା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସ୍ୱପ୍ନାରାଣୀ ସ୍ୱାଇଁ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଗଣ ଯୋଗ ଦେଇଥିଲେ।

କାର୍ତ୍ତିକ ବ୍ରତ ନବୀନପଟ୍ଟନାୟକ ହବିଷ୍ୟାଳି
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.