Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସରକାର ୧୨ ଟି ନୂଆ ପ୍ରକଳ୍ପକୁ ଦେଲେ ଅନୁମୋଦନ, ବ୍ୟୟ ଅଟକଳ ୨୭୯୪ କୋଟି ଟଙ୍କା
ବିଶେଷ ଖବର

ରାଜ୍ୟ ସରକାର ୧୨ ଟି ନୂଆ ପ୍ରକଳ୍ପକୁ ଦେଲେ ଅନୁମୋଦନ, ବ୍ୟୟ ଅଟକଳ ୨୭୯୪ କୋଟି ଟଙ୍କା

November 1, 2023No Comments4 Mins Read
Share Facebook Twitter LinkedIn Email WhatsApp Copy Link
PradipJena

ଭୁବନେଶ୍ବର: ଲୋକସେବା ଭବନରେ ଅନୁଷ୍ଠିତ ୧୨୩ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକରେ ଓଡ଼ିଶାର ଶିଳ୍ପ ବିକାଶର ଉତ୍କର୍ଷତା ଅଭିମୁଖେ ଯାତ୍ରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୪,୭୧୫ ନିଯୁକ୍ତି ସମ୍ଭାବନା ଥିବା ୨,୭୯୪.୪୭ କୋଟି ଟଙ୍କାର ୧୨ଟି ନୂଆ ପ୍ରକଳ୍ପ ଅନୁମୋଦନ କରାଯିବା ସହ ଏହା ଏକ ପସନ୍ଦର ନିବେଶ ସ୍ଥଳ ଭାବେ ରାଜ୍ୟର ସ୍ଥିତିକୁ ଆହୁରି ସୁଦୃଢ଼ କରିଛି। ନିରନ୍ତର ବିକାଶ ପାଇଁ ରାଜ୍ୟର ଅତୁଟ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

ଏସଏଲଏସଡବ୍ଲୁସିଏ ବୈଠକରେ ଏକାଧିକ କ୍ଷେତ୍ରରେ ଶିଳ୍ପ କ୍ଷେତ୍ରରେ ବିବିଧତା ଆଣିବା ପାଇଁ ରାଜ୍ୟର ପ୍ରତିବଦ୍ଧତାକୁ ଉପସ୍ଥାପନ କରାଯାଇଥିଲା। ଓଡ଼ିଶାର ଉତ୍ପାଦନ କ୍ଷମତାକୁ ଆହୁରି ସୁଦୃଢ଼ କରିବା ପାଇଁ ସେମି କଣ୍ଡକ୍ଟର ଓ ଇଏସଡିଏମ୍ କ୍ଷେତ୍ରରେ ଉଲ୍ଲେଖନୀୟ ଅନୁମୋଦନ ମିଳିଛି। ଆଧୁନିକ ଉତ୍ପାଦନ ଏବଂ ପୋଷଣୀୟ ସାମଗ୍ରୀ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାରୁ ଆଲୁମିନିୟମ ଶିଳ୍ପକୁ ପ୍ରୋତ୍ସାହନ ମିଳିଛି।

ସମୃଦ୍ଧ ଖଣିଜ ସମ୍ପଦ ଏବଂ ଧାତବ ବିଜ୍ଞାନ ଦକ୍ଷତା ଉପରେ ଆଲୋକପାତ କରାଯାଇ ସଂପୃକ୍ତ ଅଞ୍ଚଳରେ ଉଭୟ ଡାଉନଷ୍ଟ୍ରିମ୍ ଓ ପ୍ରାଥମିକ ଇସ୍ପାତ ଶିଳ୍ପ କ୍ଷେତ୍ରକୁ ଅନୁମୋଦନକୁ ଗୁରୁତ୍ୱ ଦିଆପାଇଥିଲା। ରତ୍ନପଥର କ୍ଷେତ୍ର ଏକ ଅଗ୍ରାଧିକାର କ୍ଷେତ୍ର  ଭାବରେ ଉଭା ହୋଇଛି, ଯାହା କି ହୀରା ଏବଂ ଅଳଙ୍କାର ଉତ୍ପାଦନ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

ଖାଦ୍ୟ, ପାନୀୟ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଛି, ଯାହା ରାଜ୍ୟର ଖାଦ୍ୟ ପ୍ରକ୍ରିୟାକରଣ କ୍ଷମତାକୁ ଉପଯୋଗ କରୁଛି। ଓଡ଼ିଶାର ସାଂସ୍କୃତିକ ଓ ପ୍ରାକୃତିକ ଆକର୍ଷଣର ଫାଇଦା ଉଠାଇବା ପାଇଁ ପର୍ଯ୍ୟଟନ କ୍ଷେତ୍ରର ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରାଯାଇଛି। ବିଭିନ୍ନ ଜିଲ୍ଲାରେ ଏହିସବୁକ୍ଷେତ୍ରରେ ଶିଳ୍ପ ପ୍ରତିଷ୍ଠା  ରାଜ୍ୟରେ ଶିଳ୍ପ ବିକାଶ ରଣନୀତିର ସଙ୍କେତ ଦେଉଛି।

ସେମିକଣ୍ଡକ୍ଟର ଏବଂ ଇଏସଡିଏମ କ୍ଷେତ୍ରରେ ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ ସେମି-କଣ୍ଡକ୍ଟର ଏବଂ ଇଏସଡିଏମ ସେକ୍ଟରରେ ସିଲିକୋ କାର୍ବାଇଡ୍ ଡିଭାଇସ୍ ଏବଂ ଏସଆଇସି ମଡ୍ୟୁଲ୍ ପାଇଁ ଉତ୍ପାଦନ ଫେବ୍ରିକେସନ୍ ଏବଂ ପ୍ୟାକେଜିଂ ସୁବିଧା ପ୍ରତିଷ୍ଠା ନ ୫୧୦.୮୦ କୋଟି ଟଙ୍କା ନିବେଶ କରିବାକୁ ପ୍ରତିଶ୍ରୁତି ଦେଇଛି। ଫଳରେ ଖୋର୍ଦ୍ଧା, ଇନଫୋଭ୍ୟାଲିରେ ୨୦୬ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି।

ଖୋର୍ଦ୍ଧାରେ ଅତ୍ୟାଧୁନିକ ଲ୍ୟାବ ମାଧ୍ୟମରେ ହୀରା ଓ ଅଳଙ୍କାର ଉତ୍ପାଦନ କାରଖାନା ଜରିଆରେ ରତ୍ନପଥର କ୍ଷେତ୍ରରେ ବିପ୍ଳବ ଆଣିବାକୁ ଯାଉଛି ନୁଭୋ ଆୟୋନ ଡାଇମଣ୍ଡ ଆଣ୍ଡ ଜୁଏଲାରୀ ମ୍ୟାନୁଫାକ୍ଚରିଂ ଏଲଏଲପି। ୨୫୬.୫୦ କୋଟି ଟଙ୍କା ବିନିଯୋଗରେ ଏହି ଅଗ୍ରଣୀ ଉଦ୍ୟୋଗ  ୩୦୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଏ କ୍ଷେତ୍ରରେ ପ୍ରଥମ ଉତ୍ପାଦନ କେନ୍ଦ୍ର ଭାବରେ କାର୍ଯ୍ୟ କରିବାକୁ ଯାଉଛି। ଏହା ବ୍ୟତୀତ ଏହା ରତ୍ନ ଓ ଅଳଙ୍କାର କ୍ଷେତ୍ରରେ ଆନୁଷଙ୍ଗିକ ଓ ଡାଉନଷ୍ଟ୍ରିମ୍ ଶିଳ୍ପର ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ବୋଲି ଆଶା କରାଯାଉଛି।

ଫୋର୍ ଷ୍ଟାର ମେଟାଲିକ୍ସ ପ୍ରାଇଭେଟ୍ ଲିମିଟେଡ୍, ଖେଦରିଆ ଇସ୍ପାତ ଲିମିଟେଡ୍, ନ୍ୟୁ ଲକ୍ଷ୍ମୀ ଷ୍ଟିଲ୍ ଆଣ୍ଡ ପାୱାର ପ୍ରାଇଭେଟ୍ ଲିମିଟେଡ୍ ଏବଂ ଅଭିରବ ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ୍ ଆଦି ସହିତ  ଅନେକ  ବିଭିନ୍ନ କମ୍ପାନୀଗୁଡିକର ପୁଞ୍ଜିନିବେଶ ଯୋଗୁଁ ଇସ୍ପାତ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି।

ଏହି କଂପାନୀଗୁଡ଼ିକ ଯାଜପୁର ଓ ସୁନ୍ଦରଗଡ଼ ଭଳି ଅଞ୍ଚଳରେ ପ୍ରାୟ ୯୦୦ କୋଟି ଟଙ୍କା ନିବେଶ କରିଛନ୍ତି ଯାହା ଏହି ପୁଞ୍ଜିନିବେଶ ମାଧ୍ୟମରେ ଆନୁଷଙ୍ଗିକ ଏବଂ ଡାଉନଷ୍ଟ୍ରିମ୍ କ୍ଷେତ୍ରରେ ରାଜ୍ୟ ୧୬୯୬ରୁ ଅଧିକ ଲୋକଙ୍କ ପାଇଁ ରୋଜଗାର ସୃଷ୍ଟି କରିବ।

ଫର୍ଟିଲାଇଜର କ୍ଷେତ୍ରରେ ଉତ୍କଳ ଫସଫେଟ୍ ପ୍ରାଇଭେଟ୍ ଲିମିଟେଡ୍ ଜଗତସିଂହପୁରରେ ବାର୍ଷିକ ୧ ଲକ୍ଷ ୨୦ ହଜାର ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ସିଙ୍ଗଲ୍ ସୁପର ଫସଫେଟ୍ (ଏସ୍ଏସପି) ଓ ଗ୍ରାନୁଲେଟେଡ୍ ସିଙ୍ଗଲ୍ ସୁପର ଫସଫେଟ୍ (ଜିଏସ୍ଏସପି) ସାର ୟୁନିଟ୍ ର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠା ପାଇଁ ୬୨.୦୭ କୋଟି ଟଙ୍କା ବିନିଯୋଗ କରୁଛି।

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ବିଶେଷକରି ଆଲୁମିନିୟମ ଡାଉନଷ୍ଟ୍ରିମ୍ କ୍ଷେତ୍ରରେ ସମ୍ବଲପୁରରେ ଆଲୁମିନିୟମ ବ୍ୟାଟେରୀ ଫଏଲ୍ ଉତ୍ପାଦନ କାରଖାନା ପ୍ରତିଷ୍ଠା ପାଇଁ୮୩୪ କୋଟି ଟଙ୍କା ନିବେଶ କରିବାକୁ ପ୍ରସ୍ତୁତ ହେଉଛି।

ଏହି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜିନିବେଶ ୧୦୩୮ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ଏହା କେବଳ ପୁଞ୍ଜିନିବେଶ କ୍ଷେତ୍ରକୁ ଉତ୍ସାହିତ କରିବ ନାହିଁ ବରଂ ଇଲେକ୍ଟ୍ରିକ୍ ଯାନ (ଇଭି) ବ୍ୟାଟେରୀ ଉତ୍ପାଦନ ସହ ଜଡିତ କମ୍ପାନୀଗୁଡିକୁ ଏହି ଅଞ୍ଚଳରେ ସେମାନଙ୍କର ୟୁନିଟ୍ ସ୍ଥାପନ କରିବାକୁ ଉତ୍ସାହିତ କରିବ।

ସେହିପରି ନାରାୟଣୀ ଗ୍ରୀନ୍ ପ୍ୟାକ୍ ଖୋର୍ଦ୍ଧାରେ ନେସଟଲ୍  ପାଇଁ ୫୦.୮୪ କୋଟି ଟଙ୍କା ବିନିଯୋଗ ଓ ୧୨୦ ନିଯୁକ୍ତି ସମ୍ଭାବନା ସହିତ ଏକ କାଗଜ ଓ କାଗଜ ବୋର୍ଡ କଣ୍ଟେନର ଉତ୍ପାଦନ କାରଖାନା ସ୍ଥାପନ କରୁଛି।

ଖାଦ୍ୟ, ପାନୀୟ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ମେସର୍ସ ମା’ ତାରିଣୀ ରୋଲର ଫ୍ଲୋର ମିଲସ୍ ଏଲଏଲପି ଖୋର୍ଦ୍ଧାରେ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ଅଟା ମିଲ୍ ପାଇଁ  ୫୮.୩୦ କୋଟି ନିବେଶ କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ‘ମିଲ୍କ ମନ୍ତ୍ର ଡାଏରୀ’ ପୁରୀରେ ଡାଏରୀ ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠା ପାଇଁ ୫୧.୧୦ କୋଟି ଟଙ୍କା ବିନିଯୋଗ କରୁଛି। ମିଳିତ ନିଯୁକ୍ତି ସୃଷ୍ଟି କ୍ଷମତା ପ୍ରାୟ ୧୧୩୫ ହେବ ବୋଲି ଜଣାପଡିଛି।

ଝାରସୁଗୁଡ଼ାରେ ୭୩ କୋଟି ଟଙ୍କାର ପୁଞ୍ଜିନିବେଶ ଏବଂ ୧୫୦ ନିଯୁକ୍ତି ସମ୍ଭାବନା ରଖି ମେଫେୟାର ହୋଟେଲ ଆଣ୍ଡ ରିସୋର୍ଟସ ଲିମିଟେଡ ସ୍ଥାପନ ହେବାକୁ ଯାଉଛି ଯାହା ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରକୁ ଉଜ୍ଜ୍ୱଳ କରିବ। ସେମିକଣ୍ଡକ୍ଟରଠାରୁ ଆରମ୍ଭ କରି ପର୍ଯ୍ୟଟନ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ବହୁମୁଖୀ ଅଭିବୃଦ୍ଧି ରଣନୀତି ଏବଂ ଶିଳ୍ପ ବିପ୍ଳବ ଦିଗରେ ପଦକ୍ଷେପକୁ ସୂଚାଉଛି।

ପାରମ୍ପରିକ ସମ୍ବଳର ସୁବିଧାକୁ ଆଧୁନିକ ଉଦ୍ଭାବନ ସହ ମିଶାଇ ଓଡ଼ିଶା ଆଜି ଶିଳ୍ପ ପୁନରୁଦ୍ଧାରରେ ଅଗ୍ରଗତି କରୁଛି। ରାଜ୍ୟର ରଣନୈତିକ ଦୃଷ୍ଟିକୋଣ, ସ୍ଥାୟୀ ଏବଂ ସାମଗ୍ରିକ ଅଭିବୃଦ୍ଧି ପ୍ରତି ଏହାର ପ୍ରତିବଦ୍ଧତା ସହିତ ଏହା କେବଳ ଜାତୀୟ ଏବଂ ବୈଶ୍ୱିକ ନିବେଶକମାନଙ୍କୁ ଆକୃଷ୍ଟ କରୁ ନାହିଁ ବରଂ ସାମଗ୍ରିକ ବିକାଶ ପାଇଁ ଏକ ମାନଦଣ୍ଡ ମଧ୍ୟ ସ୍ଥାପିତ କରୁଛି।

ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ନିଶ୍ଚିତ ଭାବେ ଓଡ଼ିଶାର ଶିଳ୍ପ ଦକ୍ଷତା, ଅର୍ଥନୈତିକ ସମୃଦ୍ଧି ଓ ରୋଜଗାର ସୃଷ୍ଟିର କ୍ଷମତା କେନ୍ଦ୍ର ହେବା ଦିଗରେ ଏହାର ଯାତ୍ରାକୁ ତ୍ୱରାନ୍ୱିତ କରିବ। ଭବିଷ୍ୟତର ପ୍ରତିଶ୍ରୁତି ରଖି “ଆସ,ଏହି ମହାକୁମ୍ଭରେ ଯୋଗ ଦିଅ” ଆହ୍ୱାନ ଦେଇ ଓଡିଶା ଶିଳ୍ପ ବିକାଶରେ ପଥ ପ୍ରଦର୍ଶକ ହୋଇଛି।

 

pradipjena ପ୍ରଦୀପ କୁମାର ଜେନା ମୁଖ୍ୟ ଶାସନ ସଚିବ ସିଙ୍ଗିଲ ୱିଣ୍ଡୋ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026
Latest News

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.