Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଳାହାଣ୍ଡି ପାଇଁ ୧୨୦୦ କୋଟି ଟଙ୍କା ଢାଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

କଳାହାଣ୍ଡି ପାଇଁ ୧୨୦୦ କୋଟି ଟଙ୍କା ଢାଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

November 2, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
Laxmi
କଳାହାଣ୍ଡି ପାଇଁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଢାଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ।

କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ। ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା। ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।

ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ମୋଟ ୧୨୦୦ କୋଟି ଟଙ୍କା ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟ ରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ଆପଣଙ୍କର ପ୍ରତି ଦିନର ଚିନ୍ତା ଦୂର ହେବ। ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ।

କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ। ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ।

ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।

ଆଜି କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟିତ ହେଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇ କହିଲେ ଯେ ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି । ଯେଉଁ ପଞ୍ଚାୟତ ଗୁଡିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ୍‌ ପରିବହନ ବ୍ୟବସ୍ଥା ଉପଲବ୍‌ଧ ହୋଇଛି।

ଏହି କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ବିଧାୟକଗଣ ଶ୍ରୀ ଭୂପିନ୍ଦର ସିଂ, ଶ୍ରୀ ଦିବ୍ୟଶଂକର ମିଶ୍ର, ଶ୍ରୀ ମୌଷଧି ବାଗ, ଶ୍ରୀ ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଏସ. ପି. ସିଂହ ବାଘେଲ ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ।

ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ। କେନ୍ଦ୍ରମନ୍ତ୍ରୀ ଶ୍ରୀ ବାଘେଲ୍ ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି। ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ।

ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି। ଏହା ବର୍ତ୍ତମାନ ନିର୍ମଣାଧୀନ।

କଳାହାଣ୍ଡି ନବୀନ ପଟ୍ଟନାୟକ ଭିକେପାଣ୍ଡିଆନ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ଲକ୍ଷ୍ମୀ ବସ ଲକ୍ଷ୍ମୀ ବସ୍ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026
Latest News

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.