Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ବଲପୁର ଲୋକସଭା ଆସନ କାହିଁକି ବାଛିଲେ ଧର୍ମେନ୍ଦ୍ର
ବିଶେଷ ଖବର

ସମ୍ବଲପୁର ଲୋକସଭା ଆସନ କାହିଁକି ବାଛିଲେ ଧର୍ମେନ୍ଦ୍ର

November 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନିଜ ଦଳର ସାଙ୍ଗଠନିକ ଶକ୍ତି ବଳରେ ବଳିୟାନ ହେବା ପରିବର୍ତ୍ତେ ଶାସକ ବିଜୁ ଜନତା ଦଳର ସାଙ୍ଗଠନିକ ଶକ୍ତି ଆଗରେ ନିଜକୁ ସମର୍ପଣ କରି ଦୟାର ପାତ୍ର ହୋଇ ଲୋକସଭା ନିର୍ବାଚନ ବୈତରଣୀ ପାର ହେବା ଆଶାରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଢେଙ୍କାନାଳ ଆସନରୁ ନ ଲଢ଼ି ସମ୍ବଲପୁର ଆସନ ପାଇଁ କାହିଁକି ଇଚ୍ଛାପ୍ରକାଶ କରିଛନ୍ତି ତାହାହିଁ ବର୍ତ୍ତମାନ ରାଜନୀତିକ ମହଲରେ ଆଲୋଚନାର ବିଷୟବସ୍ତୁ ପାଲଟିଛି।

ବିଜେପିର କେନ୍ଦ୍ରୀୟ ନିୟମ ଅନୁସାରେ ଯେଉଁମାନେ ଦୁଇଥର ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି ଆଉ ସେମାନଙ୍କୁ ରାଜ୍ୟସଭା ମିଳିବ ନାହିଁ। ସେମାନେ ଲୋକସଭା ନିର୍ବାଚନ ଲଢ଼ିବାକୁ ପଡ଼ିବ ବୋଲି ନିଷ୍ପତ୍ତି ହୋଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିହାର ଓ ମଧ୍ୟପ୍ରଦେଶରୁ ଦୁଇଥର ରାଜ୍ୟସଭାକୁ ନିର୍ବଚିତ ହୋଇଥିବାରୁ ସେ ବାଧ୍ୟ ହୋଇ ଆଗାମୀ ନିର୍ବାଚନରେ ଲୋକସଭା ଲଢ଼ିବେ।

ଏହିକ୍ରମରେ ଗତମାସରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏକ ଖବର ସରବରାହ ସଂସ୍ଥାକୁ ସୂଚନା ଦେଇ କହିଥିଲେ ସେ ଲୋକସଭା ନିର୍ବାଚନ ଲଢ଼ି କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ହାତମୁଠାକୁ ଟାଣ କରିବାକୁ ଚାହୁଛନ୍ତି। ଏହାପରେ ସେ ଢେଙ୍କାନାଳ ଲୋକସଭା ଆସନରୁ ଲଢ଼ିବେ ବୋଲି ରାଜ୍ୟର ଗଣମାଧ୍ୟମ ସଂସ୍ଥାମାନେ ପୂର୍ବାନୁମାନ କରିଥିଲେ। ଏହି ପୂର୍ବାନୁମାନ କରାଯିବାର ଏକ ସପ୍ତାହ ନ ପୂରୁଣୁ ସେ ସମ୍ବଲପୁର ଲୋକସଭା ଆସନରୁ ଲଢ଼ିବା ପାଇଁ ଇଛାପ୍ରକାଶ କରି ତାଙ୍କୁ ସୁଯୋଗ ଦେବାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଚିଠି ଲେଖି ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜ ଘର ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚେର ହୋଇଥିବାବେଳେ ସେ ସମ୍ବଲପୁରରୁ କାହିଁକି ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି ତାହାହିଁ ତାଙ୍କ କର୍ମୀ ମହଲରେ ସଂଶୟ ସୃଷ୍ଟି କରିଛି। ଦିନ ଥିଲା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଜ୍ୟ ବିଜେପିର ପୋଷ୍ଟର ବୟ ଥିଲେ। ଏହି ସୁଯୋଗକୁ ସେ ହାତଛଡ଼ା କରି ଅନ୍ୟର ଦୟାରେ ରାଜ୍ୟନୀତି କରିବାକୁ ଅଣ୍ଟାଭିଡ଼ି ବାହାରିଛନ୍ତି। ଏପରି ହେବାର କାରଣ ହେଉଛି, ଗତ ନିର୍ବାଚନରେ ଶାସକ ବିଜେଡି ଯେଉଁ ଅଯୋଗ୍ୟ ନେତାମାନଙ୍କୁ ଦଳରୁ ଫିଙ୍ଗି ଦେଇଥିଲେ ସେମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସାଉଁଟି ଆଣି ନିଜର ତୋଷାମଦକାରୀ ଗୋଷ୍ଠୀ ତିଆରି କରିଛନ୍ତି। ଏହି ଗୋଷ୍ଠୀ ଇତି ମଧ୍ୟରେ ନିଜକୁ କେନ୍ଦ୍ରମନ୍ତ୍ରୀ ବିବେଚନା କରି ବିଜେପିର ନିଷ୍ଠାପର କର୍ମୀ ଓ ସଂଘର ପ୍ରଚାରକମାନଙ୍କୁ ଦୁର୍ବ୍ୟବାର କରିବାରେ ଲାଗିଛନ୍ତି। ଫଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜର ଦୃଢ଼ ସମର୍ଥକମାନଙ୍କ ଆସ୍ଥା ହରାଇଛନ୍ତି।

ନିକଟରେ ବିଜେପରି କେନ୍ଦ୍ରୀୟ ସଂଗଠନ ପକ୍ଷରୁ ହୋଇଥିବା ଆଭ୍ୟନ୍ତରୀଣ ସର୍ଭେ ରିପୋର୍ଟ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏହି ସର୍ଭେର ରିପୋର୍ଟ ଅନୁସାରେ ଢେଙ୍କାନାଳ ଲୋକସଭା ଅନ୍ତର୍ଗତ ଢେଙ୍କନାଳ ସଦର, କାମାକ୍ଷାନଗର, ତାଳଚେର ଓ ପାଲଲହଡ଼ା ବିଧାନସଭା କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଲୋକପ୍ରିୟତା ଆଦୌ ନାହିଁ। ଏହିସବୁ ବିଧାନସଭା କ୍ଷେତ୍ରରେ ସେ ଦଳୀୟ ସଂଗଠନରେ ଯେଉଁ ବିଭେଦ ସୃଷ୍ଟି କରିଚନ୍ତି ତାର ସେ ପରାଭବ ପାଇବେ। ସେ ଢେଙ୍କାନାଳରୁ ଲୋକସଭା ପ୍ରାର୍ଥୀ ହେଲେ ପରାଜିତ ହେବ ନିଶ୍ଚିତ ବୋଲି ଏହି ରପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଆସିବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜର ମତ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଛନ୍ତି।

ଢେଙ୍କାନାଳ ଲୋକସଭା ସର୍ଭେ ରିପୋର୍ଟ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ଲଢ଼ିବା ପାଇଁ କେନ୍ଦ୍ରୀୟ ସଂଗଠନକୁ ଅନୁରୋଧ କରିଛନ୍ତି।

ଢେଙ୍କାନାଳ ଧର୍ମେନ୍ଦ୍ର ପ୍ରଧାନ ବିଜୁ ଜନତା ଦଳ ଲୋକସଭା ଆସନ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.