Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ 
ବିଶେଷ ଖବର

୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ 

November 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ ପୂର୍ବରୁ  ଅନ୍ୟ  ଦୁଇ ଶ୍ରମିକଙ୍କ  ପରିବାର ଉତ୍ତର କାଶୀରେ ପହଂଚି ସାରିଛନ୍ତି। ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ।

ସୂଚନାଯୋଗ୍ୟ ଯେ, ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ  ଫସି ରହିଛନ୍ତି। ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି। ଏହି ଶ୍ରମିକ ମାନେ ହେଲେ – ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା  ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ।

ଏହି ଶ୍ରମିକଙ୍କ ପରିବାର ସଦସ୍ୟ ୫-ଟି ଅଧ୍ୟକ୍ଷଙ୍କୁ ନବୀନ  ନିବାସ  ରେ ସାକ୍ଷାତ କରିଥିଲେ।  ୫-ଟି ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ  ଶ୍ରମିକଙ୍କ  ସୁରକ୍ଷା   ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ। ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକ ମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ସେ ପରିବାର ସଦସ୍ୟ ମାନଙ୍କୁ  କହିଥିଲେ।

ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି ଏବଂ  ଖୁବ ଶୀଘ୍ର ସେମାନେ  ପରିବାରକୁ ଫେରି ଆସିବେ ବୋଲି  ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଆଶ୍ବାସନା ଦେଇଥିଲେ।

ଉତ୍ତରକାଶୀ ଟନେଲ ଉତ୍ତରାଖଣ୍ଡ ଓଡ଼ିଆ ଶ୍ରମିକ ନବୀନ ନିବାସ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଇତିହାସ ରଚିଲା ଭାରତର ମହିଳା ହକି ଦଳ: ୪୪ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଜିତିଲା ସ୍ୱର୍ଣ୍ଣ ପଦକ

October 2, 2026
Latest News

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

ନକଲି RTO ଗିରଫ

October 2, 2026

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.