Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାୟଗଡା ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ୧୮୨ଟି ପଞ୍ଚାୟତକୁ ଯୋଡିବ ୫୨ଟି ବସ୍‌
ବିଶେଷ ଖବର

ରାୟଗଡା ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ୧୮୨ଟି ପଞ୍ଚାୟତକୁ ଯୋଡିବ ୫୨ଟି ବସ୍‌

November 25, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
LaxmiBus

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ। ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍‌ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି।

ଅନ୍‌ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ। ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ବୋଲି ସେ କହିଥିଲେ।

ମୋ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯୋଗାଯୋଗର ଅସୁବିଧା ସଂପର୍କରେ ମୁଁ ଜାଣିଲି। ତା ପରେ ହିଁ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ଯୋଜନା।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁକୁ ଗାଁ ସହିତ ଯୋଡିବ। ସାମାଜିକ ସଂପର୍କ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜବୁତ କରିବ।

ଯୋଗାଯୋଗ ବିକାଶର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ କହିଲେ ଯେ ଲକ୍ଷ୍ମୀ ବସ୍‌ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବା ସହିତ ରୋଗୀକୁ ହସ୍‌ପିଟାଲ ମଧ୍ୟ ନେବ। ମା ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ସାରଥୀ ହେବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା।

କାର୍ଯ୍ୟକ୍ରମରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାୟଗଡା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି। ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ଓ ଡିଜିଟାଲ ଭିତ୍ତିଭୂମିର ଉନ୍ନତିକରଣ କରାଯାଉଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତ ଗୁଡିକ ହେଉଛି ମୋ ସରକାରର ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍‌। ସବୁ ପଞ୍ଚାୟତରେ ରୂପାନ୍ତର ଆଣି ସାରା ଓଡିଶାର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ କହିଲେ ଯେ ମାର୍ଗଶିର ମାସ ଲକ୍ଷ୍ମୀ ମାସରେ ମୁଖ୍ୟମନ୍ତ୍ରୀ ରାୟଗଡ଼ାରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରି ଘରେ ଘରେ ଲକ୍ଷ୍ମୀ ପହଞ୍ଚାଇଛନ୍ତି। ଆଜି ଓଡ଼ିଶାରେ ନାରୀ ମାନେ ସବୁ କ୍ଷେତ୍ରରେ ଆଗରେ ରହୁଛନ୍ତି। ଘରୁ ବିଭିନ୍ନ କାମରେ ବାହାରକୁ ଯାଉଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ଓଡ଼ିଶାରେ ନାରୀ ସଶକ୍ତିକରଣ ହୋଇବପାରିଛି ବୋଲି ପ୍ରକାଶ କରି ସେ ଧନ୍ୟବାଦ୍ ଦେଇଥିଲେ।

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ ଯେ ଲକ୍ଷ୍ମୀ ବସ ଯୋଗୁ ଚାଷୀ, ବ୍ୟବସାୟୀ ଓ ମା ମାନେ ଉପକୃତ ହେବେ।

ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ  ପରିଚାଳନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରିଥିଲେ। ରାୟଗଡ଼ାରେ ମଧ୍ୟ ଲୋକଙ୍କ ଠାରୁ ପ୍ରସ୍ତାବ ଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଜଣାଇବା ପରେ ଜିଲ୍ଲାରେ ଅନେକ ମଠ ମନ୍ଦିର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁମୋଦନ ଦେଇଥିଲେ। ଲୋକଙ୍କ ମତକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ବ ଦିଅନ୍ତି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ରଘୁନାଥ ଗମଙ୍ଗୋ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗ ଦେଇ କହିଥିଲେ ଓଡ଼ିଶାର ବିକାଶ ପାଇଁ, ରାଜ୍ୟର ଗରିବ, ଆଦିବାସୀ ଓ ମହିଳା ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସାରା ଜୀବନ ସମର୍ପିତ କରିଚନ୍ତି।  ଆଜି ଆମ ଘର ମାନଙ୍କୁ ଲକ୍ଷ୍ମୀ ଆସୁଛନ୍ତି । ଆମେ ସମସ୍ତେ ଖୁସି।

ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ଵତୀ ମାଝୀ କହିଥିଲେ ଯେ ଏହାଦ୍ବାରା ଗରିବ, ଆଦିବାସୀ ଓ ମହିଳା ମାନେ ବହୁତ୍ ଉପକାର ପାଇବେ।

ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନସୂୟା ମାଝୀ ସ୍ଵାଗତ ଭାଷଣ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ତାଙ୍କ ପଞ୍ଚମ ପାଳିରେ ମା ମାନଙ୍କୁ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ଭେଟି ଦେଇଛନ୍ତି। ୫ ଟଙ୍କାରେ ଆହାର, ବିଜୁ ସ୍ବାସ୍ଥ୍ୟରେ ଆଉ ୫ ଲକ୍ଷ, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମମତାରେ ୫ ହଜାର ଟଙ୍କା ସହିତ ଏବେ ଲକ୍ଷ୍ମୀ ବସରେ ମା ମାନଙ୍କ ପାଇଁ ମାତ୍ର ୫ ଟଙ୍କାରେ ଯିବାର ସୁବିଧା ମାନଙ୍କୁ ସଶକ୍ତ କରିଛି।

ନବୀନ ପଟ୍ଟନାୟକ ରାୟଗଡା ଜିଲ୍ଲା ଲକ୍ଷ୍ମୀ ବସ୍ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.