Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬ କୋଟି ଟଙ୍କା ମଞ୍ଜୁର
ବିଶେଷ ଖବର

ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬ କୋଟି ଟଙ୍କା ମଞ୍ଜୁର

November 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି।

ପ୍ରକଳ୍ପ ଦୁଇଟି ହେଉଛି – କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ।

ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ।

Tags: Instream Storage 
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀନଲ୍ୟାଣ୍ଡ ଉପରେ କ୍ରୋଧିତ ହୋଇ ୮ ଟି ଦେଶ ଉପରେ ଶୁଳ୍କ ଲଗାଇଲେ ଟ୍ରମ୍ଫ: ବଡ଼ ପଦକ୍ଷେପ ନେଲା EU

January 18, 2026

ନାରୀ ଅଦାଲତରେ ନ୍ୟାୟସଖୀ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ: ଆଇନ ମନ୍ତ୍ରୀ

January 18, 2026

ସୁମିତ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ କ୍ରୀଡ଼ା ମନ୍ତ୍ରୀ: ୪୮ ଘଣ୍ଟା ଦୌଡ଼ି ଅତିକ୍ରମ କରିଥିଲେ ୨୦୨ କିମି ଦୂରତା

January 18, 2026

୨୦୨୭ ରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସମୀକ୍ଷା ବୈଠକ

January 18, 2026
Latest News

କୋଲକାତାରୁ ଚେନ୍ନାଇ: ଆଉ ଏକ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 18, 2026

ପାଖାପାଖି ୨୦୦୦୦ରେ ପହଞ୍ଚିଲା ରିଲାଏନ୍ସ ରିଟେଲ ଷ୍ଟୋର ସଂଖ୍ୟା, ୫୦ କୋଟିରୁ ଅଧିକ ସଂଖ୍ୟକ କାରବାର

January 18, 2026

ପ୍ରୟାଗରାଜରେ ମୌନୀ ଅମାବାସ୍ୟା: ହେଲିକପ୍ଟର ହେଲା ପୁଷ୍ପ ବର୍ଷା

January 18, 2026

ବହୁ ବର୍ଷ ଧରି କ୍ଷତି ପରେ ବିଦ୍ୟୁତ ବଣ୍ଟନ କମ୍ପାନୀଗୁଡ଼ିକର ଲାଭ: ୨୭୦୦ କୋଟିର PAT ରେକର୍ଡ

January 18, 2026

ଇଣ୍ଡିଗୋ ବିମାନରେ ବୋମା ଧମକ, ଲକ୍ଷ୍ନୌରେ ଜରୁରୀକାଳୀନ ଅବତରଣ

January 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.