Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

November 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ । ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି ।

ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ଜାରି ରହିଛି । ଏହି ଦିଗରେ ଆଉ ଏକ ପଦକ୍ଷେପ ସ୍ୱରୂପ , ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ କରିବେ । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଙ୍କୁ ଡ୍ରୋନ୍ ଯୋଗାଇ ଦିଆଯିବ, ଯାହା ଦ୍ୱାରା ସେମାନେ ଏହି ଜ୍ଞାନକୌଶଳକୁ ଜୀବିକା ସହାୟତା ପାଇଁ ବ୍ୟବହାର କରିପାରିବେ । ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଡ୍ରୋନ୍ ଯୋଗାଇ ଦିଆଯିବ । ଡ୍ରୋନ୍ ଉଡ଼ାଣ କରିବା ନିମନ୍ତେ ଓ ଏହାର ବ୍ୟବହାର ପାଇଁ ମହିଳା ମାନଙ୍କୁ ଆବଶ୍ୟକ ତାଲିମ୍ ମଧ୍ୟ ଯୋଗାଇ ଦିଆଯିବ । ଏହି ପଦକ୍ଷେପ କୃଷିକ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳର ବ୍ୟବହାରକୁ ପ୍ରୋତ୍ସାହିତ କରିବ ।

ଏକ ସୁସ୍ଥ ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କର ଯେଉଁ  ସ୍ୱପ୍ନ ରହିଛି , ସେଥିରେ ସ୍ୱାସ୍ଥ୍ୟ ସେବାକୁ ସୁଲଭ ଏବଂ ସହଜରେ ଉପଲବ୍ଧ କରାଇବା ମୂଳଦୁଆ ହୋଇଛି । ସୁଲଭ ମୂଲ୍ୟରେ ଔଷଧ ଉପଲବ୍ଧ କରାଇବା ପାଇଁ ଜନ ଔଷଧି କେନ୍ଦ୍ର ପ୍ରତିଷ୍ଠା ଏହି ଦିଗରେ ଏକ ପ୍ରମୁଖ ପଦକ୍ଷେପ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଓଘର ଏମ୍ସରେ ୧୦,୦୦୦ତମ ଜନ ଔଷଧି କେନ୍ଦ୍ରକୁ ଲୋକାର୍ପଣ କରିବେ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦,୦୦୦ ରୁ ୨୫,୦୦୦କୁ ବୃଦ୍ଧି କରିବା ପାଇଁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଡ୍ରୋନ୍ ଯୋଗାଇବା ଏବଂ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦,୦୦୦ ରୁ ୨୫,୦୦୦ କୁ ବୃଦ୍ଧି କରିବା ଭଳି ଦୁଇଟି ପଦକ୍ଷେପ ବିଷୟରେ ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମ ଏହି ପ୍ରତିଶ୍ରୁତି ପୂରଣ କରିବାର ପ୍ରତୀକ ଅଟେ ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026
Latest News

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.