Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଦ୍ୱିତୀୟ ଦିବସରେ କେନ୍ଦ୍ର ପୁରସ୍କାରପ୍ରାପ୍ତ ୫ ସାହିତ୍ୟିକ ସମ୍ମାନିତ
ବିଶେଷ ଖବର

ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଦ୍ୱିତୀୟ ଦିବସରେ କେନ୍ଦ୍ର ପୁରସ୍କାରପ୍ରାପ୍ତ ୫ ସାହିତ୍ୟିକ ସମ୍ମାନିତ

December 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଦ୍ୱିତୀୟ ଦିବସରେ କେନ୍ଦ୍ର ପୁରସ୍କାରପ୍ରାପ୍ତ ୫ ସାହିତ୍ୟିକ ସମ୍ମାନିତ

ଭୁବନେଶ୍ୱର: ପଞ୍ଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଆଜି ଦ୍ୱିତୀୟ ଦିବସ। ଆଜି ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ କହିଲେ ଯେ ପାଠକ ହେଉଛି ପୁସ୍ତକର ବାସ୍ତବ ବିଚାରକ। ବର୍ତ୍ତମାନର ସାମାଜିକ ଗଣମାଧ୍ୟମ ଯୁଗରେ ବହିର ପାଠକୀୟ ଆଦରତା ଅକ୍ଷୁଣ୍ଣ ରହିଛି, ଯାହା ପୁସ୍ତକ ମହୋତ୍ସବ ଆୟୋଜନର ଉଦ୍ଦେଶ୍ୟକୁ ଯଥାର୍ଥ ପ୍ରତିପାଦନ କରୁଛି।

ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆୟକର ବିଭାଗ ମୁଖ୍ୟ କମିଶନର ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ କହିଲେ ଯେ ପୁସ୍ତକ ହେଉଛି ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବନ୍ଧୁ, ଯାହା ମୃତୁ୍ୟ ପରେ ମଧ୍ୟ ବଞ୍ଚାଇ ରଖିଥାଏ। ପୁସ୍ତକ ମେଳା ହେଉଛି ସାହିତ୍ୟ, ଭାଷା ଓ ସଂସ୍କୃତିର ତି୍ରବେଣୀ ସମ୍ଭାର ଯାହା ମାନବୀୟ ଚେତନା ସୃଷ୍ଟି କରିଥାଏ ବୋଲି ସେ କହିଥିଲେ।

ଓଡ଼ିଆ ସାହିତ୍ୟ ଏକାଡେମୀର ଉପସଭାପତି ଶ୍ରୀ ସଂଗ୍ରାମ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କନ୍ନଡ଼ ସାହିତି୍ୟକ ଡ. ମୁଦନାକୁଡ଼ୁ ଚିନ୍ନାସ୍ୱାମୀ, ମରାଠୀ ସାହିତି୍ୟକା ଅନୁରାଧା ପାଟିଲ, ମାଲାୟଲମ୍‌ ସାହିତି୍ୟକା ପି୍ରୟା ଏ. ଏସ୍‌., ବଙ୍ଗଳା ସାହିିତି୍ୟକ ସୁବୋଧ ସରକାର ଏବଂ ତାମିଲ ସାହିତି୍ୟକ ଆର୍‌.ଏନ୍‌. ଜୋଡି କୃଜ୍‌ ପ୍ରମୁଖଙ୍କୁ ସମ୍ମାନିତ କରାଯାଇଥିଲା। ଓଡ଼ିଆ ଭାଷା ଓ ସାହିତ୍ୟର ବ୍ୟାପକତା ଓ ସମୃଦ୍ଧତା ଉପରେ ସେମାନେ ଆଲୋକପାତ କରିଥିଲେ।

ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା କବି ଜୟନ୍ତ ମହାପାତ୍ରଙ୍କ ପ୍ରତି ଉତ୍ସର୍ଗୀକୃତ ଅରୁଣ ଚନ୍ଦ୍ର ସାହୁଙ୍କ ଇଂରାଜୀ କବିତା ‘ଦି ବଟରଫ୍ଲାଏ ଅଫ୍‌ ଦି କେଜ୍‌’, ଭାନୁମତି ସାହୁଙ୍କ ଉପନ୍ୟାସ ‘ମୁଁ ବିକର୍ଣ୍ଣ’, ପଦ୍ମାଳୟା ପାଢ଼ୀଙ୍କ ଗଳ୍ପ ସଂକଳନ ‘ରକ୍ଷା କବଚ’, ଶିଶୁ ଲେଖିକା ଶୈଳବାଳା ରାଉତଙ୍କ ଗଳ୍ପ ସଂକଳନ ‘କେଦାରନାଥ’ ଓ ଶିଶୁ ଉପନ୍ୟାସ ‘ଗୁରବେ ନମଃ’ ପୁସ୍ତକ ଉନ୍ମୋଚିତ ହୋଇଥିଲା।

ଏହି ପୁସ୍ତକମେଳା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜଧାନୀ ପୁସ୍ତକ ମେଳା, ଏକାମ୍ର ପୁସ୍ତକ ମହୋତ୍ସବ କମିଟି, ଓଡ଼ିଶା ପୁସ୍ତକ ପ୍ରକାଶକ ଓ ବିକ୍ରେତା ସଂଘ ସହଯୋଗରେ ଆୟୋଜିତ ହୋଇଛି। ଏହି ମେଳାରେ ୫୭୨ଟି ଷ୍ଟଲ ରହିଛି। ଏଥିରେ ବିଭିନ୍ନ ରାଜ୍ୟର ପ୍ରକାଶକମାନେ ସେମାନଙ୍କ ପୁସ୍ତକ ପ୍ରଦର୍ଶନ ଏବଂ ବିକ୍ରୟ କରୁଛନ୍ତି। ଏହି ମେଳା ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ଅପରାହ୍ନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଖୋଲା ରହିବ।

ବିଭାଗୀୟ ଯୁଗ୍ମ ଶାସନ ସଚିବ ତଥା ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଯୁଗ୍ମ ଶାସନ ସଚିବ ଶ୍ରୀମତୀ ଅତସୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ମଧୁମିତା ମହାନ୍ତି ଓ ଅନୁଜା ତାରିଣୀ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ପ୍ରାଚୀ ତାରା ସଂସ୍ଥା ଦ୍ୱାରା ଫକୀର ମୋହନ ସେନାପତିଙ୍କ ଡାକ୍‌ମୁନ୍‌ସୀର ଗଳ୍ପାୟନ ପରିବେଷିତ ହୋଇଥିଲା।

ଅକ୍ଷର ପୁସ୍ତକ ମେଳା ରାଜ୍ୟ ପୁସ୍ତକ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026
Latest News

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.