Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ: ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ: ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି

December 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌
ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

ଭୁବନେଶ୍ୱର: ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କ ଭି.କେ. ପାଣ୍ଡିଆନ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିବା ସହିତ ଜନଅଭିଯୋଗ ଶୁଣାଣି ଭିତ୍ତିରେ ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍‌ଗ୍ରାସ ଚାଷୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ। ସମୀକ୍ଷାରୁ ଜଣା ଯାଇଛି ଯେ ମୁଖ୍ୟମନ୍ତ୍ରୀ ମକା ମିଶନ କାର୍ଯ୍ୟକ୍ରମ ପାଇଁ ଆରମ୍ଭ ହୋଇଥିବା କ୍ଷେତ୍ର ପ୍ରଦର୍ଶନରେ ଉତ୍ସାହଜନକ ଅଗ୍ରଗତି ପରିଲକ୍ଷିତ ହୋଇଛି ଏବଂ ଫସଲ ଉତ୍ପାଦନରେ ଶତକଡା ୫୧ ପ୍ରତିଶତ ବୃଦ୍ଧି ଘଟିଛି। ଏଥି ସହିତ ମକାର ସଂଗ୍ରହ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି। ନଭେମ୍ବର ଶେଷ ସୁଦ୍ଧା ୪୪,୭୩୦ କୁଇଣ୍ଟାଲ ମକା ଏଫ.ପି.ଓ ଦ୍ୱାରା ସଂଗ୍ରହ କରାଯାଇଛି।

ମକା ଚାଷୀ ଯେପରି ଉଚିତ୍ ମୂଲ୍ୟ ପାଇପାରିବେ ସେଥିପାଇଁ ଅଧିକ ଏଫ.ପି.ଓ ଗଠନ ସହିତ ସେମାନଙ୍କ ଜରିଆରେ ସଂଗ୍ରହ ଜାରି ରଖିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି। ଆହୁରି ମଧ୍ୟ ଚାଷୀ ଯେପରି ଅଧିକ ମୂଲ୍ୟ ପାଇବେ ସେଥିପାଇଁ ଅଧିକରୁ ଅଧିକ ଘରୋଇ ବ୍ୟବସାୟୀଙ୍କୁ ଏଥିରେ ସଂପୃକ୍ତ କରିବା ପାଇଁ ନିଷ୍ପତି ନିଆଯାଇଛି। ଏହା ସହିତ ଏଫ.ପି.ଓ ର ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ନିଷ୍ପତି ହୋଇଛି। ଓର୍‌ମାସ୍‌ ମଧ୍ୟ ମକାର ପ୍ରାଥମିକ ପ୍ରକ୍ରିୟାକରଣ ଓ ମାର୍କେଟିଂରେ ସହଯୋଗ କରିବ ବୋଲି ବୈଠକରୁ ଜଣାଯାଇଛି।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଶେଷ ସୁଦ୍ଧା ୧୫ଟି ଏଫ.ପି.ଓ ଗଠନ କରାଯିବ ଏବଂ ଏଥି ମଧ୍ୟରୁ ୧୩ଟି ଗଠିତ ହୋଇସାରିଛି। କେବଳ ମହିଳାମାନଙ୍କୁ ନେଇ ୪ଟି ଏଫ.ପି.ଓ ଗଠନ କରାଯାଇଛି। ମିଶନର ପ୍ରଥମ ବର୍ଷରେ ୨୦ ହଜାର ମେଟ୍ରିକ ଟନ୍ ମକା ସଂଗ୍ରହ ଓ ମାର୍କେଟିଂ ଲକ୍ଷ୍ୟ ରଖାଯାଇଛି।

ରାଜ୍ୟରେ ମକା ମିଶନ ଜରିଆରେ ନବରଙ୍ଗପୁର, କୋରାପୁଟ, ଗଜପତି ଓ ନୂଆପଡା ଜିଲ୍ଲାରେ ମକା ମିଶନ କାର୍ଯ୍ୟକାରୀ କରାଯାଉଛି। ଏହି ମିଶନରେ ଚାଷୀମାନଙ୍କ ସହିତ ଆମର ମିଶନ ଶକ୍ତିର ମା’ମାନେ ମଧ୍ୟ ଅଂଶଗ୍ରହଣ କରୁଛନ୍ତି।

ସେହିପରି ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଅନୁଷ୍ଠିତ ଜନଅଭିଯୋଗ ଶୁଣାଣିରେ ମିଳିଥିବା ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍‌ ଗ୍ରାସ ଚାଷୀମାନେ ସେମାନଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ତଦନୁଯାୟୀ, ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ପାନ ଚାଷୀ, କିଆଫୁଲ, ଓ ଲେମନ୍‌ ଗ୍ରାସ ଚାଷୀଙ୍କ କଲ୍ୟାଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଘୋଷଣା କରିଥିଲେ। ପାନ ଚାଷୀଙ୍କ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଣ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ସେହିପରି ଆପିକଲ୍ ଜରିଆରେ କିଆଫୁଲ ପ୍ରୋସେସିଂ ୟୁନିଟ୍ କରିବା ପାଇଁ ମଧ୍ୟ ଘୋଷଣା କରାଯାଇଥିଲା। ଯାହାଦ୍ୱାରା ଉଭୟ ପାନ ଚାଷୀ ଓ କିଆଫୁଲ ଚାଷୀ ଉପକୃତ ହୋଇପାରିବେ। କୋରାପୁଟରେ ଲେମନ୍‌ ଗ୍ରାସ୍‌ ଚାଷର ବିଶେଷ ଆଦର ରହିଥିବାରୁ ସେଠାରେ ଏହାକୁ ଅଧିକ ବ୍ୟାପକ କରିବା ପାଇଁ Horticulture Mission Plus ଅଧିନରେ ୮୪ ହଜାର ଟଙ୍କା ଏବଂ NHM ରେ ୧୬ ହଜାର ଟଙ୍କା ଏହିପରି ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ନିଷ୍ପତି ହୋଇଥିଲା।

ଆଜିର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ସହାୟତାଗୁଡିକୁ ୨୬ ଜାନୁୟାରୀ ୨୦୨୪ ପୂର୍ବରୁ ଆରମ୍ଭ କରିବା ପାଇଁ ନିଷ୍ପତି ହୋଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା  ସୁରେଶ କୁମାର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ଓ ସମବାୟ ସଚିବଙ୍କ ସମେତ ନବରଙ୍ଗପୁର, ଗଞ୍ଜାମ, ପୁରୀ ଓ କୋରାପୁଟର ଜିଲ୍ଲାପାଳ ଉପସ୍ଥିତ ଥିଲେ।

ଫସଲ ଉତ୍ପାଦନ ଭି.କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ମକା ମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.